ପଡ଼ାରେ ନାହିଁ ନଳକୂପ, ପିଉଛନ୍ତି ନଦୀ ପାଣି

କୋକସରା,୨୨।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡପୋଡାଗୁଡା ପଞ୍ଚାୟତର ୧୩ ନମ୍ବର ୱାର୍ଡର ସୋଭାଗ୍ୟପଡାରେ ନଳକୂପ ନ ଥିବାରୁ ବର୍ଷ ତମାମ ପଡାବାସୀ ଜଳକଷ୍ଟ ଭୋଗୁଛନ୍ତି । ଦୀର୍ଘ ୭ ବର୍ଷ ହେବ ପଡା ବସତି ହୋଇଥିବା ବେଳେ ବାରମ୍ବାର ପ୍ରଶାସନ ପାଖରେ ନଳକୂପ ପାଇଁ ଗୁହାରି କରିଥିଲେ ମଧ୍ୟ କାହାରି ଦୃଷ୍ଟି ପଡିନାହିଁ। ପଡାରେ ୩୦ରୁ ଊର୍ଦ୍ଧ୍ୱ ପରିବାର ରହୁଥିବା ବେଳେ ବର୍ଷ ତମାମ ପାନୀୟ ଜଳ ପାଇଁ ନିକଟସ୍ଥ ମୁଟ୍ରା ନଦୀ ଉପରେ ଭରସା କରନ୍ତି।

ପ୍ରତିଦିନ ନଦୀର ଦୂଷିତ ପାଣି ଲୋକେ ବ୍ୟବହାର କରୁଥିବାରୁ ଅନେକ ରୋଗର ଶିକାର ମଧ୍ୟ ହେଉଥିବା ପଡାବାସୀ ଅଭିଯୋଗ କରିଛନ୍ତି। ଏବେ ଖରାଦିନ ପାଣି ପାଇଁ ପଡାବାସୀ ଜଳକଷ୍ଟ ଭୋଗୁଥିବା ବେଳେ ଧୀରେ ଧୀରେ ନଦୀ ମଧ୍ୟ ଶୁଖିବାକୁ ବସିଛି। ଏଭଳି ସ୍ଥିତିରେ ଜଳ ସମସ୍ୟା ସମାଧନ କରା ନ ଗଲେ ପଡାରେ ଆଗାକୁ ଉତ୍କଟ ଜଳ ସମସ୍ୟା ଧାରଣ କରିବ ଏଥିରେ ସନ୍ଦେହ ନାହିଁ। ତୁରନ୍ତ ପଡାରେ ନଳକୂପ ଖନନ ପାଇଁ ପଡାବାସୀ ଦାବି କରିଛନ୍ତି। ଏ ନେଇ କୋକସରା ବିଡିଓ ମନୀଷା ଦାସଙ୍କ ପ୍ରତିକ୍ରିୟା ନେବାରୁ ଆମ ନଜରରେ ଆସି ନ ଥିଲା। ତଦନ୍ତ ପରେ ତୁରନ୍ତ ନଳକୂପ ଯୋଗାଇ ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?