ସିନ୍ଧୁ ସଭ୍ୟତା ଲୋକେ ଥିଲେ ମାଂସାହାରୀ

ନୂଆଦିଲ୍ଲୀ/କେମ୍ବ୍ରିଜ୍‌,୧୦।୧୨: ସିନ୍ଧୁ ସଭ୍ୟତା ଲୋକେ ମାଂସାହାରୀ ଥିଲେ। ଏହା ହୋଇଥିବା ଏକ ଗବେଷଣାରୁ ଜଣାପଡ଼ିଛି। ଏସମ୍ପର୍କିତ ତଥ୍ୟ ଜର୍ନାଲ ଅଫ୍‌ ଆର୍କିୟୋଲୋଜିକାଲ ସାଇନ୍ସ୍‌ରେ ପ୍ରକାଶିତ ହୋଇଛି। ଏଥିରେ ସିନ୍ଧୁ ସଭ୍ୟତା ଲୋକଙ୍କର ଖାଦ୍ୟପାନୀୟ ବିଷୟରେ କେତେକ ଅଜଣା କଥା ଉଲ୍ଲେଖ କରାଯାଇଛି। ଏଠାକାର ଲୋକେ ମାଂସକୁ ଅଧିକ ପସନ୍ଦ କରୁଥିଲେ। ଏହି ଗବେଷଣା କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ କରାଯାଇଥିଲା। ସିନ୍ଧୁବାସୀମାନେ ଘୁଷୁରି, ମଇଁଷି, ଛେଳି ଆଦି ପ୍ରାଣୀଙ୍କକ ମାଂସକୁ ଖାଦ୍ୟରୂପେ ବ୍ୟବହାର କରୁଥିଲେ। ଉତ୍ତରପ୍ରଦେଶ ଏବଂ ହରିୟାଣା ଆଦି ଉତ୍ତର-ପଶ୍ଚିମ ଭାରତ ଅଞ୍ଚଳରେ ଥିବା ସିନ୍ଧୁ ସଭ୍ୟତାବାସୀମାନେ ଦୁଗ୍ଧ ଜାତୀୟ ପଦାର୍ଥକୁ ମଧ୍ୟ ଖାଦ୍ୟ ଭାବେ ଗ୍ରହଣ କରୁଥିଲେ। ଏହି ସଭ୍ୟତା ପାକିସ୍ତାନ, ଉତ୍ତର-ପଶ୍ଚିମ ଭାରତ ଏବଂ ଆଫଗାନିସ୍ତାନରେ ଅବସ୍ଥିତ ଥିଲା। ଗବେଷଣା ଉତ୍ତରପ୍ରଦେଶ ଏବଂ ହରିୟାଣାର ୫ଟି ଗାଁରେ କରାଯାଇଥିଲା। ସେଥିମଧ୍ୟରେ ଉତ୍ତରପ୍ରଦେଶ ମିରଟର ଆଲମଗିରପୁର, ହରିୟାଣା ହିସାରର ମସୁଦ୍‌ପୁର, ରାଖଗଢି ଏବଂ ଲୋହାରି ରାଘୋ, ଭିଓ୍ବାନିର ଖନକ, ରୋହତକର ଫରମନା ଆଦି ଗାଁରେ ରହିଛି। ସିନ୍ଧୁବାସୀ ଧାନ, ଗହମ, ବାଜରା ଆଦିର ଭିନ୍ନ ଭିନ୍ନ କିସମ ଚାଷ କରୁଥିଲେ। ସେମାନେ ଡାଲି, ବିଭିନ୍ନ ଫଳ, ବାଇଗଣ, କାକୁଡ଼ି, ଅଙ୍ଗୁର ଏବଂ ଖଜୁରୀ ସହିତ ବିଭିନ୍ନ ପନିପରିବା ମଧ୍ୟ ଚାଷ କରୁଥିଲେ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri