ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି । ଏହାକୁ ସମର୍ଥନ ଜଣାଇ ଗୁରୁବାର ୫ଟି ପଞ୍ଚାୟତର ଜନସାଧାରଣ ଜିଲାପାଳଙ୍କୁ ସାକ୍ଷତ କରି କୃତଜ୍ଞତା ଜଣାଇଛନ୍ତି । ବହୁଦିନର ଦାବି ପୂରଣ ହେବାକୁ ଯାଉଥିବା ନେଇ ରାଜ୍ୟସରକାର ଏବଂ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପଞ୍ଚାୟତଗୁଡିକରେ ରାଜନୈତିକ ଉଦ୍ଦେଶ୍ୟ ରଖି କେତେଜଣ ସ୍ବାର୍ଥପର ନେତା ପୌରପାଳିକାରେ ପଞ୍ଚାୟତ ମିଶ୍ରଣକୁ ବିରୋଧ କରୁଥିବା ନଜରକୁ ଆସୁଛି। ଏହାକୁ ଗୁରୁତ୍ୱ ନ ନେଇ ସରକାର ପଞ୍ଚାୟତବାସୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ନିଷ୍ପତି ଅନୁସାରେ କାର୍ଯ୍ୟକାରୀ କରିବା ପାଇଁ ପଞ୍ଚାୟତବାସୀ ଦାବି କରିଛନ୍ତି। ଉପରୋକ୍ତ ୫ଟି ପଞ୍ଚାୟତର ୧ ହଜାରରୁ ଅଧିକ ଜନସାଧାରଣ ଜିଲାପାଳଙ୍କ ମାଧ୍ୟମରେ ରାଜ୍ୟ ସରକାରଙ୍କୁ ଜଣାଇଛନ୍ତି ଯେ, ପୌରପାଳିକାରେ ସାମିଲ ହେଲେ ଆମେ ଉପକୃତ ହୋଇପାରିବୁ । ପଞ୍ଚାୟତବାସୀ ଛତ୍ରପୁର ଲୋୟର ବସଷ୍ଟାଣ୍ଡ ଠାରୁ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ସମର୍ଥନ ଜଣାଇଥିଲେଞ୍‌। ଏଥିରେ ପୂର୍ବତନ ବାଚସ୍ପତି ରାମଚନ୍ଦ୍ର ପଣ୍ଡା, ଏମ୍‌ପି ପ୍ରତିନିଧି ରୁଇନା ପଟ୍ଟନାୟକ ଓ ଆର. ସନ୍ତୋଷ ରେଡ୍ଡୀ, ଚିକଲଖଣ୍ଡି ସରପଞ୍ଚ ଭଗବାନ ବେହେରା, ପୋଡାପଦର ସରପଞ୍ଚ ସୁଜାତା ଦାସ, ଅଗସ୍ତିନୂଆଗାଁ ସରପଞ୍ଚ ଉର୍ମିଳା ଦାସ, ଛତ୍ରପୁର ଏନଏସି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଭାଜପା ଜିଲା ସାଧାରଣ ସଂପାଦକ ପଦ୍ମଚରଣ ସାହୁ, ଜିଲ୍ଲା ସଂପାଦକ ବସନ୍ତ କୁମାର ବେହେରା ଓ ଏନ.ଦୁର୍ଯ୍ୟୋଧନ ରେଡ୍ଡୀ ପ୍ରମୁଖଙ୍କ ସମେତ ୫ ପଞ୍ଚାୟତର ଜନସାଧାରଣ ଉପସ୍ଥିତ ଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri