କେନ୍ଦ୍ର ଯୋଜନାର ସୁଫଳ ପାଉନାହାନ୍ତି ରାଜ୍ୟବାସୀ

ପୁରୀ ଅଫିସ,୧୪ା୯: ଭାଜପାର ୩ଦିନିଆ ପ୍ରାଦେଶିକ ପ୍ରଶିକ୍ଷଣ ଶିବିର ବଳିଆପଣ୍ଡାସ୍ଥିତ ଏକ ହୋଟେଲ ପରିସରରେ ମଙ୍ଗଳବାର ଉଦ୍‌ଘାଟିତ ହୋଇଛି। ଏହି ପ୍ରଶିକ୍ଷଣ ଶିବିରକୁ ରାଜ୍ୟ ସଭାପତି ସମୀର ମହାନ୍ତି ଉଦ୍‌ଘାଟନ କରିଥିଲେ। ବିଭିନ୍ନ ବିଷୟକୁ ନେଇ ଚିନ୍ତନ ଓ ଆଗାମୀ ନିର୍ବାଚନ ରଣନୀତି ସମ୍ପର୍କରେ ଆଲୋଚନା କରାଯିବ ବୋଲି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି। ପ୍ରଥମ ଦିବସରେ ପୂର୍ବତନ ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ, ସହପ୍ରଭାରୀ ବିଜୟ ପାଲସିଂ ତୋମାର, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ରାଜ୍ୟ ସାଧାରଣ ସମ୍ପାଦକ(ସଂଗଠନ) ମାନସ ମହାନ୍ତି, ପ୍ରଶିକ୍ଷଣ ଶିବିର ରାଜ୍ୟ ସଂଯୋଜିକା ସୁରମା ପାଢ଼ୀ, ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀଙ୍କ ସମେତ ରାଜ୍ୟର ସମସ୍ତ ଭାଜପା ଏମ୍‌ପି, ବିଧାୟକ, ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲା ସଭାପତିମାନେ ଯୋଗଦେଇଥିଲେ। ଉଦ୍‌ଘାଟନୀ ଦିବସରେ ଏମ୍‌ପି ପ୍ର୍ରତାପ ଷଡଙ୍ଗୀ ଯୋଗଦେଇ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ। ଏମ୍‌ପି ଜୁଏଲ ଓରାମ୍‌ କହିଛନ୍ତି, ଭାଜପାର ବିଚାରଧାରାକୁ ନେଇ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ କରିବା ସହ ୯ବର୍ଷ ସାଥୀରେ ରହିଲୁ। ହେଲେ ବିଜେଡି ଆମକୁ ଧୋକା ଦେଇଛି। ଏବେ ବଦଲା ନେବା ପାଇଁ ଭାଜପା ପ୍ରସ୍ତୁତ ହେଉଛି। ଓଡ଼ିଶାରେ ଆଗାମୀ ଦିନରେ ଭାଜପା ଓଡ଼ିଶାବାସୀଙ୍କ ପାଇଁ ଆଶାର ଆଲୋକ ହେବାକୁ ଯାଉଛି। ଆର୍ଥତ୍କ ଓ ସାମାଜିକ କ୍ଷେତ୍ରରେ ଓଡ଼ିଶାର ଅଭିବୃଦ୍ଧି ହେଉନାହିଁ। ମୋଦି ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନାର ସୁଫଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି ଓଡ଼ିଶାବାସୀ। ଦୀର୍ଘ ୨୩ବର୍ଷର ନିରଙ୍କୁଶ ଶାସନ କ୍ଷମତା ପରେ ମଧ୍ୟ ରାଜ୍ୟବାସୀଙ୍କୁ ମୌଳିକ ସୁବିଧା ଯୋଗାଇବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି। ଏପରିକି ରାଜ୍ୟର ବିକାଶ ପାଇଁ କେନ୍ଦ୍ର ସରକାର ପଠାଉଥିବା ପର୍ଯ୍ୟାପ୍ତ ଅର୍ଥକୁ ବିଜେଡି ନେତା ଓ କର୍ମୀ ହରିଲୁଟ୍‌ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri