କେନ୍ଦ୍ର ଯୋଜନାର ସୁଫଳ ପାଉନାହାନ୍ତି ରାଜ୍ୟବାସୀ

ପୁରୀ ଅଫିସ,୧୪ା୯: ଭାଜପାର ୩ଦିନିଆ ପ୍ରାଦେଶିକ ପ୍ରଶିକ୍ଷଣ ଶିବିର ବଳିଆପଣ୍ଡାସ୍ଥିତ ଏକ ହୋଟେଲ ପରିସରରେ ମଙ୍ଗଳବାର ଉଦ୍‌ଘାଟିତ ହୋଇଛି। ଏହି ପ୍ରଶିକ୍ଷଣ ଶିବିରକୁ ରାଜ୍ୟ ସଭାପତି ସମୀର ମହାନ୍ତି ଉଦ୍‌ଘାଟନ କରିଥିଲେ। ବିଭିନ୍ନ ବିଷୟକୁ ନେଇ ଚିନ୍ତନ ଓ ଆଗାମୀ ନିର୍ବାଚନ ରଣନୀତି ସମ୍ପର୍କରେ ଆଲୋଚନା କରାଯିବ ବୋଲି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି। ପ୍ରଥମ ଦିବସରେ ପୂର୍ବତନ ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ, ସହପ୍ରଭାରୀ ବିଜୟ ପାଲସିଂ ତୋମାର, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ରାଜ୍ୟ ସାଧାରଣ ସମ୍ପାଦକ(ସଂଗଠନ) ମାନସ ମହାନ୍ତି, ପ୍ରଶିକ୍ଷଣ ଶିବିର ରାଜ୍ୟ ସଂଯୋଜିକା ସୁରମା ପାଢ଼ୀ, ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀଙ୍କ ସମେତ ରାଜ୍ୟର ସମସ୍ତ ଭାଜପା ଏମ୍‌ପି, ବିଧାୟକ, ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲା ସଭାପତିମାନେ ଯୋଗଦେଇଥିଲେ। ଉଦ୍‌ଘାଟନୀ ଦିବସରେ ଏମ୍‌ପି ପ୍ର୍ରତାପ ଷଡଙ୍ଗୀ ଯୋଗଦେଇ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ। ଏମ୍‌ପି ଜୁଏଲ ଓରାମ୍‌ କହିଛନ୍ତି, ଭାଜପାର ବିଚାରଧାରାକୁ ନେଇ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ କରିବା ସହ ୯ବର୍ଷ ସାଥୀରେ ରହିଲୁ। ହେଲେ ବିଜେଡି ଆମକୁ ଧୋକା ଦେଇଛି। ଏବେ ବଦଲା ନେବା ପାଇଁ ଭାଜପା ପ୍ରସ୍ତୁତ ହେଉଛି। ଓଡ଼ିଶାରେ ଆଗାମୀ ଦିନରେ ଭାଜପା ଓଡ଼ିଶାବାସୀଙ୍କ ପାଇଁ ଆଶାର ଆଲୋକ ହେବାକୁ ଯାଉଛି। ଆର୍ଥତ୍କ ଓ ସାମାଜିକ କ୍ଷେତ୍ରରେ ଓଡ଼ିଶାର ଅଭିବୃଦ୍ଧି ହେଉନାହିଁ। ମୋଦି ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନାର ସୁଫଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି ଓଡ଼ିଶାବାସୀ। ଦୀର୍ଘ ୨୩ବର୍ଷର ନିରଙ୍କୁଶ ଶାସନ କ୍ଷମତା ପରେ ମଧ୍ୟ ରାଜ୍ୟବାସୀଙ୍କୁ ମୌଳିକ ସୁବିଧା ଯୋଗାଇବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି। ଏପରିକି ରାଜ୍ୟର ବିକାଶ ପାଇଁ କେନ୍ଦ୍ର ସରକାର ପଠାଉଥିବା ପର୍ଯ୍ୟାପ୍ତ ଅର୍ଥକୁ ବିଜେଡି ନେତା ଓ କର୍ମୀ ହରିଲୁଟ୍‌ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?