କଂଗ୍ରେସଠାରୁ ଲୋକେ କେବଳ ମିଛର ଗ୍ୟାରେଣ୍ଟି ପାଇଥାଆନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬ା୯ (ଅନୁରାଧା ମହାରଣା): ହରିୟାଣାର ବିକାଶକୁ ସମ୍ପୂର୍ଣ୍ଣ ବନ୍ଦ କରି ପୁଣି ଥରେ କୃଷକଙ୍କ ଜମି ଦଖଲ କରିବା, ଦଳିତ ଓ ମହିଳାଙ୍କ ଉପରେ ଅତ୍ୟାଚାର କରିବା ଏବଂ ଯୁବକମାନଙ୍କୁ ସେହି ପୁରୁଣା ସ୍ଥିତାବସ୍ଥାକୁ ଫେରାଇ ଆଣିବା ହେଉଛି କଂଗ୍ରେସର ମୂଳ ରାଜନୈତିକ ଉଦ୍ଦେଶ୍ୟ। କଂଗ୍ରେସଠାରୁ ଜନତା କେବଳ ମିଛର ଗ୍ୟାରେଣ୍ଟି ପାଇଥା’ନ୍ତି ବୋଲି ହରିୟାଣାର ଭାଜପା ନିର୍ବାଚନ ପ୍ରଭାରୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର କହିଛନ୍ତି।
ପ୍ରଚାର ପାଇଁ ହରିୟାଣା ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ପ୍ରଧାନ କର୍‌ନାଲରେ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ଭେଟିବା ସହ ସାଂଗଠନିକ କାର୍ଯ୍ୟକ୍ରମ ନେଇ ଆଲୋଚନା କରିଥିଲେ। ଏହି ଅବସରରେ ଧର୍ମେନ୍ଦ୍ର କହିଥିଲେ, ହରିୟାଣାରେ ଭାଜପା ବିଜୟର ହ୍ୟାଟ୍ରିକ କରିବାକୁ ଯାଉଛି। ବିଗତ ୧୦ ବର୍ଷରେ ରାଜ୍ୟରେ ଅନେକ ବିକାଶମୂଳକ କାର୍ଯ୍ୟ ହୋଇଛି। ଭାଜପା ନିରନ୍ତର ହରିୟାଣାର ସେବା କରିଆସୁଛି। ହରିୟାଣା ମୁଖ୍ୟମନ୍ତ୍ରୀ ନାୟବ ସିଂହ ସୈନୀ ପ୍ରତ୍ୟେକ ବର୍ଗଙ୍କ କଲ୍ୟାଣ ପାଇଁ ଦୂରଦୃଷ୍ଟିସମ୍ପନ୍ନ ନିଷ୍ପତ୍ତି ନେଉଛନ୍ତି । କୃଷକମାନଙ୍କୁ ସମସ୍ତ କୃଷି ସାମଗ୍ରୀ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି)ର ଗ୍ୟାରେଣ୍ଟି ଦେବାରେ ହରିୟାଣା ହେଉଛି ପ୍ରଥମ ରାଜ୍ୟ। ଭାଜପା ସରକାରରେ ଏହି ରାଜ୍ୟରେ ଯୁବବର୍ଗଙ୍କ ସ୍ବାର୍ଥକୁ ପ୍ରାଧାନ୍ୟ ଦିଆଯାଇ ସେମାନଙ୍କୁ ସରକାରୀ ଚାକିରି ପ୍ରଦାନ କରାଯାଇଛି। ଗୋଟିଏପଟେ ସୈନୀ ସରକାର ଚାଷୀଙ୍କ ସ୍ବାର୍ଥ ପାଇଁ ଚିନ୍ତା କରୁଥିବାବେଳେ ଅନ୍ୟପକ୍ଷରେ କଂଗ୍ରେସର ବାପପୁଅଙ୍କ ଶାସନରେ ଚାଷୀଙ୍କ ଚାଷଜମି ଦଖଲ ଯୋଜନା ହୋଇଛି। ଯେଉଁମାନେ ଏମ୍‌ଏସ୍‌ପି ନାଁରେ ଚାଷୀଙ୍କୁ ଠକିଥା’ନ୍ତି ସେମାନେ କେବେ ବି ନିଜ ସରକାରରେ ଗ୍ୟାରେଣ୍ଟି ପୂରଣ କରନ୍ତି ନାହିଁ। କଂଗ୍ରେସଠାରୁ ଜନତା କେବଳ ମିଛର ଗ୍ୟାରେଣ୍ଟି ପାଇଥା’ନ୍ତି ।
ହରିୟାଣାର ସଚେତନ ଓ ସ୍ବାଭିମାନୀ ଲୋକମାନେ କଂଗ୍ରେସର ହରିୟାଣା ବିରୋଧୀ ଓ ଜନବିରୋଧୀ ମାନସିକତାକୁ ଭଲ ଭାବରେ ବୁଝିଛନ୍ତି। ସେଥିପାଇଁ ଆଗାମୀ ବିଧାନସଭା ନିର୍ବାଚନରେ ଜନତା କଂଗ୍ରେସ ଏବଂ ବାପପୁଅଙ୍କୁ ହରାଇ ସେମାନଙ୍କୁ ଏକ ଶିକ୍ଷା ଦେବାକୁ ଯାଉଛନ୍ତି। ହରିୟାଣାର ଭାଜପାର ଡବଲ ଇଞ୍ଜିନ ସରକାର କୃଷକ, ମହିଳା, ଦଳିତ, ବଞ୍ଚିତ ଏବଂ ଯୁବବର୍ଗଙ୍କ ନିରବଚ୍ଛିନ୍ନ ବିକାଶ କରି ବିକଶିତ ହରିୟାଣା ଗଠନ କରିବା କାମରେ ଲାଗିଥିବା ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?