ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ଲାଗି ସରକାରୀ ଜମିରୁ ଉଚ୍ଛେଦ ପାଇଁ ନୋଟିସ୍‌ ପରେ ତାତିଲେ ଲୋକେ, ଶୋଭାଯାତ୍ରା ସହ ଘେରିଲେ ତହସିଲ

ପାଟଣା,୧୭।୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପ୍ରଭାବିତ ଚେମେଣା, ଯମୁନାପଶି,ମୁରୁସୁଆଁ, ରାଜନଗର ପଞ୍ଚାୟତ ଆଦି ୧୮ ଟି ମୌଜାକୁ ଇଡ୍‌କୋ ପକ୍ଷରୁ ସରକାରୀ ଜମି ଅଧିଗ୍ରହଣ ପାଇଁ ନୋଟିସ ହେଇଛି। ଏଥିରେ କୌଣସି ଆପତ୍ତି ଅଭିଯୋଗ ଥିଲେ ୧୫ ଦିନ ଭିତରେ ଜଣାଇବା ପାଇଁ ନୋଟିସରେ ଉଲ୍ଲେଖ ରହିଛି। ୨୦୦୬ ଜଙ୍ଗଲ ଜମି ଅଧିକାର ଆଇନ ଅନୁଯାୟୀ ଚାଷ ଓ ବାସପଯୋଗୀ ଜମିକୁ ଦଖଲକାରୀ ନାମରେ ପଟ୍ଟା ପ୍ରଦାନ ଦାବି ସହ ଜିନ୍ଦଲ ସହ ହୋଇଥିବା ଏମ୍‌ଓୟୁ ରଦ୍ଧ ଦାବିରେ ଜିନ୍ଦଲ ପ୍ରତିରୋଧ ମଞ୍ଚ ପକ୍ଷରୁ ଜିନ୍ଦଲ ପ୍ରତିରୋଧ ମଞ୍ଚ ସଭାପତି ଘନ ଶ୍ୟାମ ମହାନ୍ତ, ସମ୍ପାଦକ ବେଣୁଧର ସର୍ଦ୍ଦାର, ଆବାହକ ରଘୁନାଥ ଦାସଙ୍କ ନେତୃତ୍ୱରେ ହଜାର ହଜାର ମହିଳା ପୁରୁଷ ଏକାଠି ହୋଇ ଗୁରୁବାର ଏକ ବିଶାଳ ରାଲି କରିଛନ୍ତି। ସେମାନେ ପାଟଣା ମୁଖ୍ୟାଳୟ ଆନନ୍ଦେଶ୍ୱର ଶିବ ମନ୍ଦିରରୁ ବାହାରି ଜିନ୍ଦଲ ଓ ସରକାର ବିରୋଧୀ ବିଭିନ୍ନ ସ୍ଲୋଗାନ ଦେଇ ତହସିଲରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ତହସିଲ ଘେରାଉ କରିବା ପରେ ତହସିଲଦାର ଲୀଳାବତୀ ନାୟକଙ୍କୁ ୩ ଦଫା ଦାବି ସମ୍ବଳିତ ଦାବି ପତ୍ର ପ୍ରଦାନ କରିଥିଲେ। ଏଥିସହ ତହସିଲ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ଉକ୍ତ ଅଞ୍ଚଳରେ ହେବାକୁ ଯାଉଥିବା ଷ୍ଟିଲ ପ୍ଲାଣ୍ଟ ବିରୋଧ ରେ ବିଭିନ୍ନ ନାରାବାଜି କରିବା ସହ ସରକାରୀ ଜମି ଦଖଲକାରୀଙ୍କୁ ପଟ୍ଟା ପ୍ରଦାନ, ଜିନ୍ଦଲ ସହ ହୋଇଥିବା ଏମ୍‌ଓୟୁକୁ ରଦ୍ଦ କରିବା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?