Posted inଜାତୀୟ

କର୍ନାଟକରେ ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ, ଫୁଲ ବର୍ଷା କଲେ ଲୋକେ…

ବେଙ୍ଗାଲୁରୁ,୧୨।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନ କର୍ନାଟକର ମହୀଶୂରରେ ୧୬ ହଜାର କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଉଦଘାଟନ କରିବେ। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ମାଣ୍ଡ୍ୟାରେ ପ୍ରାୟ ୨ କିଲୋମିଟର ପର୍ଯ୍ୟନ୍ତ ଏକ ରୋଡ ଶୋ କରିଛନ୍ତି। ରୋଡ ଶୋ ସମୟରେ ହଜାର ହଜାର ଲୋକଙ୍କୁ ଦେଖିବାକୁ ମିଳିଥିଲା। ଲୋକମାନେ ପ୍ରଧାନମନ୍ତ୍ରୀଙ୍କ ଉପରେ ଫୁଲ ବର୍ଷା କରିଥିଲେ। ପ୍ରଧାନମନ୍ତ୍ରୀ ମଧ୍ୟ କାରରୁ ଓହ୍ଲାଇ ଲୋକଙ୍କୁ ଅଭିବାଦନ ଜଣାଇଛନ୍ତି।

ରାଜନୈତିକ ଦୃଷ୍ଟିକୋଣରୁ ମାଣ୍ଡ୍ୟାରେ ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତି ମଧ୍ୟ ଗୁରୁତ୍ୱପୂର୍ଣ୍ଣ। କାରଣ ମେ ମାସରେ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ମାଣ୍ଡ୍ୟା ଜିଲା ପୁରୁଣା ମହୀଶୂରର ଅଞ୍ଚଳର ଏକ ପ୍ରମୁଖ ଅଂଶ ଏବଂ ପାରମ୍ପାରିକ ଭାବରେ ଜନତା ଦଳ ସେକୁଲାର (ଏସ) ର ଏକ ଗଡ଼ ହୋଇଆସୁଛି। ଏହି ଜିଲାରେ ସାତଟି ବିଧାନସଭା ନିର୍ବାଚନମଣ୍ଡଳୀ ଅଛି ଏବଂ କେବଳ ଗୋଟିଏ ଜେଡି (ଏସ) ଦ୍ୱାରା ପରିଚାଳିତ। ୨୦୧୯ ରେ ଅନୁଷ୍ଠିତ ଉପ-ନିର୍ବାଚନ ସମୟରେ ଭାଜପା ମାଣ୍ଡ୍ୟା ଜିଲାରେ ଗୋଟିଏ ଆସନ କେଆର ପେଟ ଜିତିବାରେ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri