ମଦ ବୋଝେଇ ସ୍କର୍ପିଓରେ ନିଆଁ ଲଗାଇ ଦେଲେ ଲୋକେ

ସିମୁଳିଆ,୫।୯(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନାଠାରୁ ୨କି.ମି. ଦୂର ୧୬ନମ୍ବର ଜାତୀୟ ରାଜପଥର ଭଗିଆ ଗାଁ ନିକଟରେ ଗୁରୁବାର ରାତିରେ ଏକ ମଦ ବୋଝେଇ ସ୍କର୍ପିଓ କାରକୁ ଲୋକ ନିଆଁ ଲଗାଇ ଜାଳି ଦେଇଛନ୍ତି। ଅପରପକ୍ଷେ ସିମୁଳିଆ ପୋଲିସ କାରରେ ଥିବା ରମେଶ ପ୍ରଧାନ(୨୮) ଓ ତାପସ ବେହେରା(୩୫) ନାମକ ଦୁଇ ଜଣ ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।

ମିଳିଥିବା ସୂଚନା ମୁତାବକ, ଗୁରୁବାର ରାତି ପ୍ରାୟ ୯ଟାରେ ଭଦ୍ରକରୁ ବାଲେଶ୍ବର ଅଭିମୁଖେ ଯାଉଥିବା ଏକ ସ୍କର୍ପିଓ (ନଂ.ଓଆର୍‌୦୨ବିଟି-୦୧୦୦) କାରକୁ ଅବକାରୀ ବିଭାଗୀୟ ଓ ପୋଲିସ ପିଛା କରୁଥିଲା। ହେଲେ ମଦ ବୋଝେଇ ସ୍କର୍ପିଓରେ ପିଲା ଚୋରି କରି ନିଆ ଯାଉଥିବା ଏକ ଖବର ପ୍ରଚାରିତ ହୋଇଥିଲା।

ଫଳରେ ବିଭିନ୍ନ ସ୍ଥାନରେ ଲୋକେ କାରକୁ ଅଟକାଇବାକୁ ଚେଷ୍ଟା କରିଥିଲେ। ହେଲେ ଗାଡିଟି ଫେରାର ହେବାକୁ ଉଦ୍ୟମ କରୁଥିଲା। ଏପରିକି କାରଟି ସିମୁଳିଆ ବ୍ଲକ ସଦରମହକୁମାର ମାର୍କୋଣା ଓଭର ବ୍ରିଜ ଦେଇ ପୁଣି ଭଦ୍ରକ ଅଭିମୁଖେ ଯିବାକୁ ଉଦ୍ୟମ କରୁଥିବା ବେଳେ ଭଗିଆ ଗାଁ ନିକଟରେ ସ୍ଥାନୀୟ ଲୋକେ ଗାଡିକୁ ଅଟକାଇଥିଲେ। ପରେ ଉତ୍ତ୍ୟକ୍ତ ଲୋକେ ଗାଡିରେ ନିଆଁ ଲଗାଇ ଜାଳି ଦେଇଥିଲେ। କାରରେ ଥିବା କେତେକ ବ୍ୟକ୍ତି ଫେରାର ହୋଇଯାଇଥିବା ବେଳେ ଦୁଇଜଣଙ୍କୁ ଲୋକେ ଧରି ପୋଲିସ ଜିମା ଦେଇଥିଲେ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ହେଲେ ଗାଡିଟି ନିଆଁରେ ସମ୍ପୂର୍ଣ୍ଣ ପୋଡି ଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri