ମଦ ବୋଝେଇ ସ୍କର୍ପିଓରେ ନିଆଁ ଲଗାଇ ଦେଲେ ଲୋକେ

ସିମୁଳିଆ,୫।୯(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନାଠାରୁ ୨କି.ମି. ଦୂର ୧୬ନମ୍ବର ଜାତୀୟ ରାଜପଥର ଭଗିଆ ଗାଁ ନିକଟରେ ଗୁରୁବାର ରାତିରେ ଏକ ମଦ ବୋଝେଇ ସ୍କର୍ପିଓ କାରକୁ ଲୋକ ନିଆଁ ଲଗାଇ ଜାଳି ଦେଇଛନ୍ତି। ଅପରପକ୍ଷେ ସିମୁଳିଆ ପୋଲିସ କାରରେ ଥିବା ରମେଶ ପ୍ରଧାନ(୨୮) ଓ ତାପସ ବେହେରା(୩୫) ନାମକ ଦୁଇ ଜଣ ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।

ମିଳିଥିବା ସୂଚନା ମୁତାବକ, ଗୁରୁବାର ରାତି ପ୍ରାୟ ୯ଟାରେ ଭଦ୍ରକରୁ ବାଲେଶ୍ବର ଅଭିମୁଖେ ଯାଉଥିବା ଏକ ସ୍କର୍ପିଓ (ନଂ.ଓଆର୍‌୦୨ବିଟି-୦୧୦୦) କାରକୁ ଅବକାରୀ ବିଭାଗୀୟ ଓ ପୋଲିସ ପିଛା କରୁଥିଲା। ହେଲେ ମଦ ବୋଝେଇ ସ୍କର୍ପିଓରେ ପିଲା ଚୋରି କରି ନିଆ ଯାଉଥିବା ଏକ ଖବର ପ୍ରଚାରିତ ହୋଇଥିଲା।

ଫଳରେ ବିଭିନ୍ନ ସ୍ଥାନରେ ଲୋକେ କାରକୁ ଅଟକାଇବାକୁ ଚେଷ୍ଟା କରିଥିଲେ। ହେଲେ ଗାଡିଟି ଫେରାର ହେବାକୁ ଉଦ୍ୟମ କରୁଥିଲା। ଏପରିକି କାରଟି ସିମୁଳିଆ ବ୍ଲକ ସଦରମହକୁମାର ମାର୍କୋଣା ଓଭର ବ୍ରିଜ ଦେଇ ପୁଣି ଭଦ୍ରକ ଅଭିମୁଖେ ଯିବାକୁ ଉଦ୍ୟମ କରୁଥିବା ବେଳେ ଭଗିଆ ଗାଁ ନିକଟରେ ସ୍ଥାନୀୟ ଲୋକେ ଗାଡିକୁ ଅଟକାଇଥିଲେ। ପରେ ଉତ୍ତ୍ୟକ୍ତ ଲୋକେ ଗାଡିରେ ନିଆଁ ଲଗାଇ ଜାଳି ଦେଇଥିଲେ। କାରରେ ଥିବା କେତେକ ବ୍ୟକ୍ତି ଫେରାର ହୋଇଯାଇଥିବା ବେଳେ ଦୁଇଜଣଙ୍କୁ ଲୋକେ ଧରି ପୋଲିସ ଜିମା ଦେଇଥିଲେ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ହେଲେ ଗାଡିଟି ନିଆଁରେ ସମ୍ପୂର୍ଣ୍ଣ ପୋଡି ଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲ କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମ ସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri