ତେରଗାଁ-ମହାକାଳପଡ଼ା ଲୁଣାନଦୀ ସେତୁ ନିର୍ମାଣ ବନ୍ଦ କଲେ ଲୋକେ

ମହାକାଳପଡ଼ା,୧୨ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତେରଗାଁ ସେତୁ ନିର୍ମାଣ କାର୍ଯ୍ୟ ଅଗ୍ରଗତି ହେଉଛି। କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଏହି ନିର୍ମାଣ କାର୍ଯ୍ୟକୁ ଗୁରୁବାର ପୂର୍ବାହ୍ନରେ ବନ୍ଦ କରିବାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ସେତୁ ନିର୍ମାଣ କାର୍ଯ୍ୟ ବନ୍ଦ କାହିଁକି ଓ କିଏ ସମ୍ପୃକ୍ତ ଅଛନ୍ତି ତାହା ସ୍ପଷ୍ଟ ହୋଇନି ବୋଲି କୁହାଯାଉଛି। ବହୁ ପ୍ରତୀକ୍ଷିତ ଏହି ଲୁଣାନଦୀ ଉପରେ ସେତୁ ନିର୍ମାଣ କାର୍ଯ୍ୟ ୨ ବର୍ଷ ପୂର୍ବେ ଶିଳାନ୍ୟାସ ହୋଇଥିଲା। ୨୦୨୪ରେ ଜାତୀୟ ଜଳପଥ କର୍ତ୍ତୃପକ୍ଷ ନୂଆଦିଲ୍ଲୀଙ୍କ ଅନୁମତି ପତ୍ର ମିଳିବା ପରେ ସେତୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହାର ମୋଟ ବ୍ୟୟ ଅଟକଳ ପରିମାଣ ୭୦ କୋଟି ରହିଛି । ୩୬୮ମିଟର ଲମ୍ବ ଓ ୮ଟି ପିଲରରେ ନିର୍ମାଣ କାର୍ଯ୍ୟ ହେଉଛି। ଓଡ଼ିଶାର ଲାଟେଷ୍ଟ ମଡେଲର ଏହି ସେତୁ ପ୍ରସ୍ତୁତରେ ଦ୍ରୁତଗତିରେ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ଏହା ସମ୍ପୂର୍ଣ୍ଣ ହେଲେ ବ୍ଲକ ମୁଖ୍ୟାଳୟରୁ ତେରଗାଁ, ଯଦୁପୁର , ଗଡ଼ରୋମିତ , ଟିକର ପଙ୍କା, ପାଟୁଳୀପଙ୍କ, ଖୁରୁସିଆ, ଅମେଇପାଳ, ତିଖିରି ସମେତ ୧୦ ପଞ୍ଚାୟତ ସହିତ ସଂଯୋଗୀକରଣ ସମ୍ଭବ ହେବ ବୋଲି କୁହାଯାଉଛି। ଅପରପକ୍ଷରେ ଏହି ସେତୁ ଦେଇ ବ୍ଲକ ସହିତ ପାରାଦୀପ ବନ୍ଦର ସହିତ ଗାଡ଼ି ଚଳାଚଳ ପାଇଁ ସୁଗମ ପଥ ଖୋଲିବ ବୋଲି କହିଛନ୍ତି। ଏହି ସେତୁ ନିର୍ମାଣ କାର୍ଯ୍ୟ କୋଲକାତାର ଏକ ଘରୋଇ ନିର୍ମାଣକାରୀ ସଂସ୍ଥା ଠିକା ନେଇଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ କୁହାଯାଇଛି। ସେତୁ ନିର୍ମାଣ କାର୍ଯ୍ୟ ୩ ବର୍ଷ ମଧ୍ୟରେ ସମ୍ପୂର୍ଣ୍ଣ ହେବ ବୋଲି ବିଭାଗୀୟ ସୂତ୍ରରୁ କୁହାଯାଉଛି। ଏ ସଂକ୍ରାନ୍ତରେ କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଭାଗୀରଥି ଦାସଙ୍କୁ ପଚାରିବାରେ ସେତୁ ନିର୍ମାଣ କାର୍ଯ୍ୟ ବନ୍ଦ ହୋଇଥିବା ନେଇ ଖବର ନାହିଁ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri