ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ବିରୋଧ: କାମ ବନ୍ଦ କଲେ ଲୋକେ

ମାହାଙ୍ଗା,୧୭ା୪(ସ୍ବ.ପ୍ର.): ଛତିଆ-ସାଲେପୁର ପୂର୍ତ୍ତରାସ୍ତାର କଇଥା-ଚମ୍ପାପୁର ଗେଙ୍ଗୁଟି ନଦୀ ପୋଲ ନିକଟରେ ଚେକ୍‌ ଡ୍ୟାମ ନିର୍ମାଣ କାର୍ଯ୍ୟକୁ ବିରୋଧ କରି ରବିବାର ଲୋକେ କାମ ବନ୍ଦ କରିଦେଇଛନ୍ତି।
ମାହାଙ୍ଗା ବ୍ଲକ କଇଥା ପଞ୍ଚାୟତ ଅନ୍ତର୍ଗତ ଆନନ୍ଦବଜାରଠାରେ ଗେଙ୍ଗୁଟି ନଦୀର ପୋଲ ନିକଟରେ ବଡଚଣା ପୂର୍ତ୍ତ ବିଭାଗ ପକ୍ଷରୁ ୭୦ ଲକ୍ଷ ଟଙ୍କା ବ୍ୟୟବରାଦରେ ଚେକ ଡ୍ୟାମ ନିର୍ମାଣ ହେଉଛି। ଏହାକୁ ପୋଲ ନିକଟରୁ ତଳୁଆ ଅଞ୍ଚଳରେ ବସବାସ କରୁଥିବା କଇଥା ପଞ୍ଚାୟତ ଏବଂ ଯାଜପୁର ଜିଲା ବଡଚଣା ବ୍ଲକର ଲୋକେ ପାଣି ପାଇଁ ନାନା ଅସୁବିଧାର ସମ୍ମୁଖୀନ ହେବେ। ଖରାଦିନେ ଗାଧୁଆ ଠାରୁ ଆରମ୍ଭ କରି ଚାଷ ନିମନ୍ତେ ଜଳସେଚନ ପାଇଁ ଅସୁବିଧାର ସମ୍ମୁଖୀନ ହେବେ। ତେଣୁ କଇଥା ଓ ବଡଚଣା ଅଞ୍ଚଳର ଲୋକେ ଏହି କାର୍ଯ୍ୟକୁ ବିରୋଧ କରିଛନ୍ତି। ଏଥିରେ କଇଥା ସରପଞ୍ଚଙ୍କ ପ୍ରତିିନିଧି ନାରାୟଣ ବେହେରା, ସମିତସଭ୍ୟାଙ୍କ ପ୍ରତିିନିଧି ସୁକାନ୍ତ ଦଳେଇ, କମଳାକାନ୍ତ ରାଉତ, କପିଳେଶ୍ୱର ପାଲ, ବଳରାମ ବେହେରା ପ୍ରମୁଖ ଯୋଗଦେଇ ପ୍ରକଳ୍ପ ନିର୍ମାଣକୁ ବିରୋଧ କରିଛନ୍ତି। ମାହାଙ୍ଗା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ଏହି ଘଟଣାରେ ହସ୍ତକ୍ଷେପ କରି ଚାଷୀ ଓ ଜନସାଧାରଣଙ୍କ ସମସ୍ୟାକୁ ସମାଧାନ କରିବାକୁ ସେମାନେ ଅନୁରୋଧ କରିଛନ୍ତି। ଏ ସମ୍ପର୍କରେ ବଡଚଣା ପୂର୍ତ୍ତ ବିଭାଗ କନିଷ୍ଠଯନ୍ତ୍ରୀ ପାର୍ଥସାରଥି ପ୍ରୟାଗରାଜଙ୍କୁ ପଚାରିବାରୁ ସରକାରଙ୍କ ନିର୍ଦ୍ଦେଶରେ ଚେକ୍‌ ଡ୍ୟାମ ନିର୍ମାଣ କରାଯାଉଛି। ଅଞ୍ଚଳବାସୀଙ୍କ ସହ ଆଲୋଚନା କରାଯାଇ ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri