BMC କମିଶନରଙ୍କୁ ଘେରିଗଲେ ଲୋକେ, ପରେ…

ଭୁବନେଶ୍ୱର,୪।୭: ଭୁବନେଶ୍ବରର ବଡ଼ଗଡ଼ ଓ ଲକ୍ଷ୍ମୀସାଗରରେ BMC କମିଶନରଙ୍କୁ ଲୋକେ ଘେରିଛନ୍ତି। BMC କମିଶନର ରାଜେଶ ପ୍ରଭାକର ପାଟିଲ ବର୍ଷା ଜଳ ନିଷ୍କାସନ ସମସ୍ୟାର ସ୍ଥିତି ଅନୁଧ୍ୟାନ କରୁଥିବା ବେଳେ ଲୋକେ ତାଙ୍କୁ ବିରୋଧ କରି ଘେରିଛନ୍ତି। ଲକ୍ଷ୍ମୀସାଗର ଡ୍ରେନ ନଂ-୬ ଓ ଦୟା ୱେଷ୍ଟ କେନାଲ ବୁଲି ଦେଖିଛନ୍ତି।ସିଟି ଇଂଜିନିୟରଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି। ସ୍ଥାୟୀ ସମାଧାନ ପାଇଁ ଡିଜାଇନ ଆସିଲେ ଶୀଘ୍ର କାମ ଆରମ୍ଭ ହେବ ବୋଲି ସେ କହିୀଛନ୍ତି। ଗତକାଲିର ବର୍ଷାରେ ବଡ଼ଗଡ଼ କେନାଲ ରୋଡରେ ଘରେ ପାଣି ପଶିଯାଇଥିଲା। ଯାହାକୁ ନେଇ ଲୋକେ ତାତିଥିଲେ।

ଅନ୍ୟପକ୍ଷେ,(BMC) ଅତିରିକ୍ତ କମିଶନରଙ୍କ ଉପରେ ଆକ୍ରମଣ ମାମଲାରେ ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ଭୁବନେଶ୍ୱରର ଝାରପଡ଼ା ଜେଲରେ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି।  ଗତକାଲି ରାତିରେ ସେ ଡିସିପି ଅଫିସରେ ଆତ୍ମସମର୍ପଣ କରିଥିଲେ, ଯାହା ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ନିଆଯାଇଥିଲା। ଏହାପରେ କୋର୍ଟରେ ହାଜର କରାଯାଇ ଝାରପଡ଼ା ଜେଲକୁ ପଠାଯାଇଥିଲା।

ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଭାରତୀୟ ନୂତନ ସଂହିତା (BNS) ଅଧୀନରେ ୧୧ଟି ଧାରା ଯଥା ୩୩୩, ୧୩୨, ୧୨୧(୧), ୧୨୧(୨), ୩୫୧(୨), ୬୨, ୩୦୪, ୫୪, ୬୧(୨), ୧୮୯(୨), ଓ ୧୯୦/୩(୫) ଅନୁଯାୟୀ ଅଭିଯୋଗ ରୁଜୁ ହୋଇଛି। ଏହି ମାମଲାରେ ଗିରଫଦାରୀ ସଂଖ୍ୟା ୬କୁ ବୃଦ୍ଧି ପାଇଛି।

କୋର୍ଟରେ ଜଗନ୍ନାଥଙ୍କ ଜାମିନ ଆବେଦନ ନାମଞ୍ଜୁର ହେବା ପରେ ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। ତାଙ୍କ ଓକିଲ କହିଛନ୍ତି ଯେ, ଏହି ମାମଲାକୁ ସେସନ୍ସ କୋର୍ଟରେ ଉପସ୍ଥାପନ କରାଯିବ। କୋର୍ଟ ବାହାରେ ଜଗନ୍ନାଥଙ୍କ ଶହ ଶହ ସମର୍ଥକଙ୍କ ଭିଡ଼ ଦେଖାଦେଇଥିଲା, ଏବଂ ଝାରପଡ଼ା ଜେଲ ଫାଟକ ଆଗରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।

ଏହି ଘଟଣା ରାଜନୈତିକ ମହଲରେ ତୀବ୍ର ଚର୍ଚ୍ଚାର ବିଷୟ ହୋଇଛି। ଭୁବନେଶ୍ୱର ଡିସିପି ପୋଲିସ ପକ୍ଷରୁ ସ୍ପଷ୍ଟ କରିଛନ୍ତି ଯେ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରାଯାଇ ଜେଲକୁ ପଠାଯାଇଛି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଓ ସେସନ୍ସ କୋର୍ଟରେ ହେବାକୁ ଥିବା ବିଚାର ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri