କୋଟିଆ ସୀମାନ୍ତ ଗ୍ରାମରେ ଲୋକଙ୍କୁ କଲେ ଏକାଠି: ୧୨ଟି ଗ୍ରାମ ଆନ୍ଧ୍ର ରାଜ୍ୟର ଦାବି କରି…

ପଟ୍ଟାଙ୍ଗି,୨୮।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ଉପର ସେମ୍ବି ଗ୍ରାମରେ ଆନ୍ଧ୍ର ରାଜ୍ୟର ଜନସେନା ଦଳ ଗ୍ରାମବାସୀଙ୍କୁ ଏକାଠି କରି ବୈଠକ କରିଛନ୍ତି। ଏହି ମାଧ୍ୟମରେ ଓଡ଼ିଶାର ସୀମାନ୍ତ ଭିତରେ ଆନ୍ଧ୍ର ରାଜ୍ୟର ଗ୍ରାମ ଗୁଡିକ ଦୀର୍ଘବର୍ଷ ହେଲା ରହିଯାଇଛି । ଏହା ଆମ ରାଜ୍ୟର ଗ୍ରାମ ଗୁଡ଼ିକ ବୋଲି ଦୃଢକ୍ତି କରି ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଚନ୍ଦ୍ର ବାବୁ ନାଇଡୁଙ୍କ ଦୃଷ୍ଟି ଆକର୍ଷଣ କରି ସମାଧାନ ନିମନ୍ତେ ଦାବି ଉଠାଇବୁ ବୋଲି ସୀମାନ୍ତବାସୀଙ୍କୁ ପ୍ରତିଶ୍ରୁତି ଦେଇଥିବା ଦୃଶ୍ୟ ଓଡ଼ିଶାର ପଟ୍ଟାଙ୍ଗି ବ୍ଲକ ପ୍ରଶାସନର ଦକ୍ଷତା ଉପରେ ପ୍ରଶ୍ନ ସୃଷ୍ଟି କରିଛି।
ସୂଚନାଯୋଗ୍ୟ, ମଙ୍ଗଳବାର ଆନ୍ଧ୍ର ରାଜ୍ୟର ଉକ୍ତ ଦଳ ପ୍ରତିନିଧିମାନେ ଓଡ଼ିଶାର ଉପର ସେମ୍ବି ଗ୍ରାମରେ ଅନୁପ୍ରବେଶ କରି କୋଟିଆ ପଞ୍ଚାୟତର ୧୨ଟି ଗ୍ରାମର ମୁଖିଆ ଏବଂ ଉକ୍ତ ଗ୍ରାମବାସୀଙ୍କୁ ଏକାଠି କରିଛନ୍ତି। ସୀମା ବିବାଦ ଉଚ୍ଚ ନ୍ୟାୟାଳୟରେ ବିଚାରାଧୀନ ରହିଥିଲେ ମଧ୍ୟ ଓଡ଼ିଶାର ପ୍ରଶାସନିକ ଅଧିକାରୀ ଏବଂ ନିର୍ବାଚିତ ଜନପ୍ରତିନିଧିମାନେ କାହିଁକି ଅନୁପ୍ରବେଶ କରି ସୀମାନ୍ତ ଗ୍ରାମବାସୀଙ୍କୁ ଭ୍ରମିତ କରୁଛନ୍ତି ବୋଲି ପ୍ରଶ୍ନ ଉଠାଇଛନ୍ତି।
ଅନ୍ୟପକ୍ଷେ କୋଟିଆ ପଞ୍ଚାୟତର ୧୨ଟି ଗ୍ରାମ ଦୀର୍ଘ ୬୦ବର୍ଷ ହେଲା ଓଡ଼ିଶା ସୀମା ଭିତରେ ରହିଯାଇଛି। ଯାହାକି ଉକ୍ତ ୧୨ଟି ଗ୍ରାମବାସୀ ଓଡିଶାରେ ରହିବାକୁ ଇଛା ପ୍ରକାଶ କରୁନାହାନ୍ତି । ଯାହାକୁ ନେଇ ଆମେ ଆମ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଲିଖିତ ଦାବି କରି ଦୃଷ୍ଟି ଆକର୍ଷଣ କରିବା ସହ ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହେବୁ ବୋଲି ତେଲୁଗୁ ଭାଷାରେ ବୁଝାଇଥିଲେ ।
ପରେ ଉକ୍ତ ଦଳର ପ୍ରତିନିଧି ଦଳ ଉପର ସେମ୍ବି ଗ୍ରାମରେ ଶନିବାର ପଟ୍ଟାଙ୍ଗି ବ୍ଲକ ପ୍ରଶାସନର ସହଯୋଗରେ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ପ୍ରାଥମିକ ବିଦ୍ୟୁତ୍‌ ସବ୍‌ ଷ୍ଟେଶନ ନିମନ୍ତେ ଭିତ୍ତି ପ୍ରସ୍ତର ପାଇଁ ଆୟୋଜିତ ହୋଇଥିବା  ଭଙ୍ଗାରୁଜା  ସ୍ଥାନ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରି ଫେରି ଯାଇଥିଲେ ।
 ସେପଟେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଗସ୍ତ ପୁର୍ବରୁ ହୋଇଥିବା ଭଙ୍ଗାରୁଜା ଦୃଶ୍ୟକୁନେଇ ପଟ୍ଟାଙ୍ଗି ବ୍ଲକ ପ୍ରଶାସନ ଏହା ଆମ ପକ୍ଷରୁ ଆୟୋଜିତ କରା ଯାଇ ନ ଥିଲା । ଏହା ବିଦ୍ୟୁତ୍‌ ବିଭାଗର ବୋଲି କହି ନିଜ ମୁଣ୍ଡରୁ ଦୋଷ ହଟାଇ ଦେଇଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

ସୋମନାଥ ରଥ ଶିକ୍ଷାର ବିକାଶ କରିଥିଲେ, ଜଟିଳ ଶିକ୍ଷା ପ୍ରକ୍ରିୟାରୁ ବାହାରି ଆଗକୁ ବଢ଼ିବାକୁ ପଡିବ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧକ୍ଷ…

ସରକାରଙ୍କ ବଡ଼ ଯୋଜନା, ବସରେ ଯାତ୍ରାବେଳେ ଦିବ୍ୟାଙ୍ଗଙ୍କୁ ଦେବାକୁ ହେବନି ଟଙ୍କା

ନୂଆଦିଲ୍ଲୀ,୧୮।୩: ଆନ୍ଧ୍ର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱାଧୀନ ସରକାର ‘ଦିବ୍ୟାଙ୍ଗ ଶକ୍ତି ଯୋଜନା’ ଆରମ୍ଭ କରିଛନ୍ତି । ମହିଳାଙ୍କ ପାଇଁ ମାଗଣା ବସ୍ ଯାତ୍ରା ଯୋଜନାର…

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ…

ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri