ଅଭିଯୁକ୍ତଙ୍କ ଘରେ ଭଙ୍ଗାରୁଜା, ବାଇକ୍‌ ପୋଡ଼ିଲେ ଲୋକେ

ତିର୍ତ୍ତୋଲ/ରାହାମା/କୁଜଙ୍ଗ, ୮।୪ ( ଡି.ଏନ.ଏ./ସ୍ବ.ପ୍ର.): ତିର୍ତ୍ତୋଲ ଥାନା କୁଜଙ୍ଗ ବ୍ଲକ ଅନ୍ତର୍ଗତ ଗରେଇ ପଞ୍ଚାୟତର ଶିରୋଳ ଗ୍ରାମରେ ଶ୍ମଶାନ ରାସ୍ତା ମାପଚୁପକୁ କେନ୍ଦ୍ର କରି ଅଭାବନୀୟ ଘଟଣା ଘଟିଛି। ମାପଚୁପ ସ୍ଥଳରେ ଗୋଟିଏ ପରିବାରର ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏହି ଘଟଣାକୁ କେନ୍ଦ୍ର କରି ରାତିରେ ଅଭିଯୁକ୍ତ ପରିବାରର ଘରେ ପଶି କେତେଜଣ ଭଙ୍ଗାରୁଜା କରିବା ସହ ବାଇକ୍‌ ଜାଳିଦେଇଥିବା ଅଭିଯୋଗ ହୋଇଛି। ଏନେଇ ଗ୍ରାମରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି।
ଗ୍ରାମର ମୁଖ୍ୟ ରାସ୍ତାରୁ ଶ୍ମଶାନ ପର୍ଯ୍ୟନ୍ତ ରାସ୍ତା ତିଆର ପାଇଁ ନିଷ୍ପତ୍ତି ହୋଇଥିଲା। ଏନେଇ ଗୁରୁବାର ମାପଚୁପ ଚାଲିଥିଲା। ଗ୍ରାମର ଅଶୋକ କୁମାର ରାଉତ ଏହି ଦାୟିତ୍ୱ ନେଇଥିଲେ। ଏହାକୁ ବିରୋଧ କରି ଗ୍ରାମର ପ୍ରସନ୍ନ ଲେଙ୍କା ତାଙ୍କ ସ୍ତ୍ରୀ ଭାରତୀ ଓ ପୁଅ ଅନିଲ ମିଳିତ ଭାବେ ଅଶୋକଙ୍କୁ ଆକ୍ରମଣ କରିଥିଲେ। ଫଳରେ ସେ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରିଛନ୍ତି। ସେଠାରେ ଅଶୋକ କୋମା ଅବସ୍ଥାରେ ଥିବା ନେଇ ତାଙ୍କ ପରିବାର ଲୋକେ ସୂଚନା ଦେଇଛନ୍ତି। ଏନେଇ ଥାନାରେ ଅଭିଯୋଗ ହେବାପରେ ମାମଲା (ନଂ. ୧୬୬/୨୩) ରୁଜୁ ହୋଇଛି। ଏହି ଘଟଣାକୁ କେନ୍ଦ୍ର କରି ଗ୍ରାମର କେତେଜଣ ଲୋକେ ରାତିରେ ଅତର୍କିତ ଭାବେ ପ୍ରସନ୍ନ ଘରେ ପଶି ଭଙ୍ଗାରୁଜା କରିଛନ୍ତି। ଏଥିସହ ତାଙ୍କର ଏକ ବାଇକ୍‌ ପୋଡ଼ି ଦେଇଛନ୍ତି। ଏନେଇ ଥାନାରେ କୌଣସି ଲିଖିତ ହୋଇନାହିଁ ବୋଲି ଆଇଆଇସି ଯୁଗଳ କିଶୋର ଦାସ କହିଛନ୍ତି। ଏହାପରଠାରୁ ପ୍ରସନ୍ନଙ୍କ ପରିବାର ଲୋକେ କୁଆଡ଼େ ଚାଲିଯାଇଥିବାବେଳେ ଗ୍ରାମରେ ଉତ୍ତେଜନା ସୃଷ୍ଟି ହୋଇଛି। ଖବରପାଇ ତିର୍ତ୍ତୋଲ ଏସ୍‌ଡିପିଓ ପ୍ରଶାନ୍ତ କୁମାର ମାଝି ଓ ଆଇଆଇସି ଦାସ ସଦଳବଳ ପହଞ୍ଚତ୍ ଅନୁସନ୍ଧାନ କରିଛନ୍ତି। ସେଠାରେ ଆଇନଶୃଙ୍ଖଳା ପରିସ୍ଥିତି ରକ୍ଷାପାଇଁ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଖୁବ୍‌ଶୀଘ୍ର ଉଭୟ ପକ୍ଷରୁ ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ମାଝି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri