ଅଭିଯୁକ୍ତଙ୍କ ଘରେ ଭଙ୍ଗାରୁଜା, ବାଇକ୍‌ ପୋଡ଼ିଲେ ଲୋକେ

ତିର୍ତ୍ତୋଲ/ରାହାମା/କୁଜଙ୍ଗ, ୮।୪ ( ଡି.ଏନ.ଏ./ସ୍ବ.ପ୍ର.): ତିର୍ତ୍ତୋଲ ଥାନା କୁଜଙ୍ଗ ବ୍ଲକ ଅନ୍ତର୍ଗତ ଗରେଇ ପଞ୍ଚାୟତର ଶିରୋଳ ଗ୍ରାମରେ ଶ୍ମଶାନ ରାସ୍ତା ମାପଚୁପକୁ କେନ୍ଦ୍ର କରି ଅଭାବନୀୟ ଘଟଣା ଘଟିଛି। ମାପଚୁପ ସ୍ଥଳରେ ଗୋଟିଏ ପରିବାରର ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏହି ଘଟଣାକୁ କେନ୍ଦ୍ର କରି ରାତିରେ ଅଭିଯୁକ୍ତ ପରିବାରର ଘରେ ପଶି କେତେଜଣ ଭଙ୍ଗାରୁଜା କରିବା ସହ ବାଇକ୍‌ ଜାଳିଦେଇଥିବା ଅଭିଯୋଗ ହୋଇଛି। ଏନେଇ ଗ୍ରାମରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି।
ଗ୍ରାମର ମୁଖ୍ୟ ରାସ୍ତାରୁ ଶ୍ମଶାନ ପର୍ଯ୍ୟନ୍ତ ରାସ୍ତା ତିଆର ପାଇଁ ନିଷ୍ପତ୍ତି ହୋଇଥିଲା। ଏନେଇ ଗୁରୁବାର ମାପଚୁପ ଚାଲିଥିଲା। ଗ୍ରାମର ଅଶୋକ କୁମାର ରାଉତ ଏହି ଦାୟିତ୍ୱ ନେଇଥିଲେ। ଏହାକୁ ବିରୋଧ କରି ଗ୍ରାମର ପ୍ରସନ୍ନ ଲେଙ୍କା ତାଙ୍କ ସ୍ତ୍ରୀ ଭାରତୀ ଓ ପୁଅ ଅନିଲ ମିଳିତ ଭାବେ ଅଶୋକଙ୍କୁ ଆକ୍ରମଣ କରିଥିଲେ। ଫଳରେ ସେ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରିଛନ୍ତି। ସେଠାରେ ଅଶୋକ କୋମା ଅବସ୍ଥାରେ ଥିବା ନେଇ ତାଙ୍କ ପରିବାର ଲୋକେ ସୂଚନା ଦେଇଛନ୍ତି। ଏନେଇ ଥାନାରେ ଅଭିଯୋଗ ହେବାପରେ ମାମଲା (ନଂ. ୧୬୬/୨୩) ରୁଜୁ ହୋଇଛି। ଏହି ଘଟଣାକୁ କେନ୍ଦ୍ର କରି ଗ୍ରାମର କେତେଜଣ ଲୋକେ ରାତିରେ ଅତର୍କିତ ଭାବେ ପ୍ରସନ୍ନ ଘରେ ପଶି ଭଙ୍ଗାରୁଜା କରିଛନ୍ତି। ଏଥିସହ ତାଙ୍କର ଏକ ବାଇକ୍‌ ପୋଡ଼ି ଦେଇଛନ୍ତି। ଏନେଇ ଥାନାରେ କୌଣସି ଲିଖିତ ହୋଇନାହିଁ ବୋଲି ଆଇଆଇସି ଯୁଗଳ କିଶୋର ଦାସ କହିଛନ୍ତି। ଏହାପରଠାରୁ ପ୍ରସନ୍ନଙ୍କ ପରିବାର ଲୋକେ କୁଆଡ଼େ ଚାଲିଯାଇଥିବାବେଳେ ଗ୍ରାମରେ ଉତ୍ତେଜନା ସୃଷ୍ଟି ହୋଇଛି। ଖବରପାଇ ତିର୍ତ୍ତୋଲ ଏସ୍‌ଡିପିଓ ପ୍ରଶାନ୍ତ କୁମାର ମାଝି ଓ ଆଇଆଇସି ଦାସ ସଦଳବଳ ପହଞ୍ଚତ୍ ଅନୁସନ୍ଧାନ କରିଛନ୍ତି। ସେଠାରେ ଆଇନଶୃଙ୍ଖଳା ପରିସ୍ଥିତି ରକ୍ଷାପାଇଁ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଖୁବ୍‌ଶୀଘ୍ର ଉଭୟ ପକ୍ଷରୁ ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ମାଝି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri