ରାଜଧାନୀରେ ବେକାବୁ ହେଉଛି କରୋନା: ପ୍ରତିଦିନ ଟିକା ନ ନେଇଥିବା ଲୋକଙ୍କର ହେଉଛି ମୃତ୍ୟୁ

ନୂଆଦିଲ୍ଲୀ,୧ ।୨: ରାଜଧାନୀ ଦିଲ୍ଲୀରେ କରୋନାର ଦୈନିକ ସଂକ୍ରମଣ କମ୍ ହୋଇଛି । ହେଲେ ସଂକ୍ରମିତ ରୋଗୀଙ୍କ ମୃତ୍ୟୁ କମ୍ ହେବାର ନାଁ ନେଉନି । ଦିଲ୍ଲୀ ସରକାରଙ୍କ ଅନୁଯାୟୀ, ଯେଉଁମାନେ ଭ୍ୟାକ୍ସିନ ନ ନେଇଛନ୍ତି ଓ ଯେଉଁମାନେ ପୂର୍ବରୁ କିଛି ଜଟିଳ ରୋଗରେ ପୀଡିତ ସେମାନଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହେଉଛି । ଏହି ବର୍ଗରେ ପ୍ରତିଦିନ ୭୦ ପ୍ରତିଶତ ଲୋକଙ୍କ ମୃତ୍ୟୁ ହେଉଛି । ତେବେ ଗତ ଡିସେମ୍ବରରେ ଦିଲ୍ଲୀରେ ୧୦୦ ପ୍ରତିଶତ ଟିକାକରଣ ଘୋଷଣା କରାଯାଇଥିବା ବେଳେ ଏବେ ଏଭଳି ମୃତ୍ୟୁ ସାଧାରଣରେ ପ୍ରଶ୍ନ ଉଠାଇଛି ।
ସ୍ୱାସ୍ଥ୍ୟ ବିଶେଷଜ୍ଞ ଡା. ଦିବ୍ୟେନ୍ଦୁ ଦାସ କହିଛନ୍ତି ଦିଲ୍ଲୀରେ ଏବେ କରୋନାର ୫ମ ଲହର ଚାଲିଛି । ଏହି ଲହରରେ ହସ୍ପିଟାଲରେ ୮୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହେଲାଣି । ଏଥିରେ ସବୁ ବୟସର ଲୋକେ ସାମିଲ ଅଛନ୍ତି । ଏହି ଲହର ଆରମ୍ଭ ହେବା ପୂର୍ବରୁ ସରକାର କହିଥିଲେ ରାଜଧାନୀରେ ୧୦୦ ପ୍ରତିଶତ ଟିକାକରଣ ହୋଇଯାଇଛି । ଏପଟେ ୮୫ ପ୍ରତିଶରୁ ଅଧିକ ଦ୍ୱିତୀୟ ଡୋଜ ବି ନେଇ ସାରିଛନ୍ତି । ହେଲେ ଏପଟେ ମୃତ୍ୟୁ ସଂଖ୍ୟା କମ୍ ହେଉନାହିଁ । କୋୱିନ ୱେବସାଇଟରୁ ମିଳିଥିବା ସୂଚନା ଅନୁଯାୟୀ, ଦିଲ୍ଲୀରେ ଏବେ ପର୍ଯ୍ୟନ୍ତ ୨.୯୬ କୋଟିରୁ ଅଧିକ ଟିକାକରଣ ହୋଇଛି । ୧.୭୦ କୋଟି ଲୋକଙ୍କୁ ପ୍ରଥମ ଡୋଜ ଟିକା ଦିଆ ସରିଛି । ଏମାନଙ୍କ ମଧ୍ୟରୁ ୧.୨୩ କୋଟି ଲୋକ ଦ୍ୱିତୀୟ ଡୋଜ ବି ନେଇ ସାରିଛନ୍ତି । ଦିଲ୍ଲୀ ସ୍ୱାସ୍ଥ୍ୟ ବିଭାଗର ଜଣେ ଅଧିକାରୀ କହିଛନ୍ତି ଏବେ ଏହି ମୃତ୍ୟୁ ସଂଖ୍ୟାକୁ ଦେଖି ଯେଉଁମାନେ ଟିକା ନ ନେଇଛନ୍ତି ସେମାନେ ତୁରନ୍ତ ଟିକା ନେବା ଉଚିତ ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri