ସମସ୍ୟା ନ ସୁଧୁରିଲେ ମୋଦିଙ୍କ ଇସ୍ତଫା ଦାବି କରିିବେ ଲୋକେ: ସଞ୍ଜୟ ରାଉତ

ମୁମ୍ବାଇ,୨।୮: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ରୋକିବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅସଫଳ ରହିଛନ୍ତି। ସେହିପରି ଆର୍ଥିକ ସଙ୍କଟର ସମାଧାନ କରିବାକୁ ସରକାର ଅସମର୍ଥ। ଏପରି ଧାରା ଜାରି ରହିଲେ ଲୋକଙ୍କ ସହିବାର ସୀମା ଟପିଯିବ। ସେତେବେଳେ ଲୋକେ ମୋଦିଙ୍କ ଇସ୍ତଫା ଦାବି କରିବେ ବୋଲି ଶିବସେନାର ରାଜ୍ୟସଭା ଏମ୍‌ପି ସଞ୍ଜୟ ରାଉତ କହିଛନ୍ତି। ଶିବସେନା ମୁଖପତ୍ର ସାମନାରେ ଏନେଇ ସଞ୍ଜୟଙ୍କର ଏକ ଲେଖା ପ୍ରକାଶ ପାଇଛି। କରୋନା ମହାମାରୀ ଯୋଗୁ ଦେଶର ୧୦ କୋଟି ଲୋକେ ଚାକିରି ହରାଇ ବେକାର ବସିଛନ୍ତି। ସେହିପରି ଦେଶର ୪୦ କୋଟିରୁ ଅଧିକ ଗରିବ ପରିବାର ଏହାଦ୍ୱାରା ପ୍ରଭାବିତ ହୋଇଥିବା ସେ କହିଛନ୍ତି। ମଧ୍ୟମବର୍ଗ ବେତନଭୋଗୀ ଲୋକଙ୍କ ଚାକିରି ଚାଲି ଯାଇଛି। ସେହିପରି ଲକ୍‌ ଡାଉନ୍‌ ଯୋଗୁ ବ୍ୟବସାୟ ବନ୍ଦ ରହିବା ଦ୍ୱାରା ପ୍ରାୟ ୪ ଲକ୍ଷ କୋଟି ଟଙ୍କାର କ୍ଷତି ହୋଇଛି। ଇସ୍ରାଏଲ୍‌ରେ ମଧ୍ୟ ଭାରତ ଭଳି ସ୍ଥିତି ଯୋଗୁ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତ୍ୟାନେହୁଙ୍କ ବିରୋଧରେ ଲୋକେ ପ୍ରଦର୍ଶନ ଜାରି ରଖିଛନ୍ତି। ଏହାର ପ୍ରଭାବରେ ହୁଏତ ଆଗାମୀ ଦିନରେ ଭାରତରେ ମୋଦିଙ୍କ ବିରୋଧରେ ପ୍ରଦର୍ଶନ ହୋଇପାରେ ବୋଲି ସଞ୍ଜୟ କହିଛନ୍ତି। ଏବେ ସଞ୍ଜୟଙ୍କ ଏଭଳି ଲେଖାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?