‘ଲୋକଙ୍କୁ ମିଳିବ କମ୍‌ ବିଦ୍ୟୁତ୍‌ ଖର୍ଚ୍ଚ ହେଉଥିବା ଉପକରଣ’

ଭୁବନେଶ୍ୱର,୨୩ା୧(ସୁନିତ୍‌ ମିଶ୍ର): ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଅଧ୍ୟକ୍ଷତାରେ ବୁଧବାର ଖାରବେଳ ଭବନଠାରେ ଅନୁଷ୍ଠିତ ବୈଠକରେ ଏନର୍ଜି ଏଫିସିଏନ୍ସି ସର୍ଭିସେସ୍ ଲିମିଟେଡ୍(ଇଇଏସ୍‌ଏଲ୍‌)ର ବରିଷ୍ଠ ଅଧିକାରୀ ଶକ୍ତି ସଂରକ୍ଷଣ ପାଇଁ ଆଗାମୀ ପଦକ୍ଷେପ ବାବଦରେ ଏକ ଉପସ୍ଥାପନା ପ୍ରଦର୍ଶନ କରିଛନ୍ତି। ରାଜ୍ୟ ସରକାରଙ୍କ ସହ ସହଭାଗିତାରେ କାର୍ଯ୍ୟକରି ଉପଭୋକ୍ତାଙ୍କୁ କମ୍‌ ବିଦ୍ୟୁତ୍‌ ଖର୍ଚ୍ଚ ହେଉଥିବା ଉପକରଣ ସୁଲଭ ମୂଲ୍ୟରେ ଯୋଗାଇଦେବା ବିଷୟରେ ଆଲୋଚନା କରାଯାଇଛି। ଊର୍ଜାବୀର, ଜିଓଭିଇଏଏସ୍‌ଇଇ ଭଳି ଯୋଜନାଗୁଡ଼ିକ ବିଷୟରେ ବିସ୍ତୃତ ଆଲୋଚନା ହୋଇଛି। ଏନେଇ ଏକ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଛି। ସରକାରୀ ଅଫିସ ଗୁଡିକରେ ବହୁବର୍ଷ ଧରି ଚାଲି ଆସୁଥିବା ପୁରୁଣା ଫ୍ୟାନ୍‌ଗୁଡ଼ିକୁ ବଦଳାଇ ଶକ୍ତି ସଂରକ୍ଷଣ କରୁଥିବା ଫ୍ୟାନ ଓ ବୈଦ୍ୟୁତିକ ଉପକରଣ ଲଗାଇବା ପାଇଁ ବୈଠକରେ ଆଲୋଚନା ହୋଇଛି। ଯୋଜନାଗୁଡ଼ିକୁ ଭଲଭାବେ ତର୍ଜମାକରି ଆଗାମୀ ପଦକ୍ଷେପ ନେବା ଓ ଏହାକୁ ଶୀଘ୍ର କାର୍ଯ୍ୟକାରୀ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ବିଶାଳ ଦେବ, ସର୍ବୋଚ୍ଚ ଯନ୍ତ୍ରୀ ପ୍ୟାରୀମୋହନ ମିଶ୍ର ଏବଂ ଇଇଏସ୍‌ଏଲ୍‌ର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri