ଝାଡ଼ାବାନ୍ତି ଆକ୍ରାନ୍ତଙ୍କୁ ଷ୍ଟ୍ରେଚରରେ ବୋହି ନଦୀପାର

ରାୟଗଡ଼ା,୯ା୧(ସ୍ବ.ପ୍ର.): ରାୟଗଡ଼ା ବ୍ଲକ କେରଡ଼ା ପଞ୍ଚାୟତ ଅନ୍ତର୍ଗତ ଖିଲମିସଗୁଡ଼ା ଏବଂ ୧୮ଖଣ୍ଡ ଗ୍ରାମବାସୀଙ୍କ ଗମନାଗମନ ସମସ୍ୟାରେ ସୁଧାର ଆସୁନି। ରୋଗୀ ଏବଂ ଗର୍ଭବତୀ ଏବେବି ବୁହା ହେଉଛନ୍ତି। ରବିବାର ଝାଡ଼ାବାନ୍ତିରେ ଆକ୍ରାନ୍ତ ଖିଲମିସଗୁଡ଼ା ଗ୍ରାମର ସତ୍ୟବତୀ ମାଣ୍ଡାଙ୍ଗି(୬୦)ଙ୍କୁ ଷ୍ଟ୍ରେଚରରେ ବୋହି ନଦୀପାର ହୋଇ ଜେମାଦେଇପେଣ୍ଠ ପ୍ରାଥମିକ ଚିକିତ୍ସା କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ଝାଡ଼ାବାନ୍ତି ଯୋଗୁ ସକାଳେ ସତ୍ୟବତୀ ଗୁରୁତର ହୋଇ ପଡ଼ିଥିଲେ। ନାଗାବଳୀ ନଦୀ ଉପରେ ପୋଲ କିମ୍ବା ଅନ୍ୟ ରାସ୍ତାର ସୁବିଧା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଡାକିବା ସମ୍ଭବ ନ ଥିଲା। ପରିବାର ଲୋକେ ବାଧ୍ୟହୋଇ ଗ୍ରାମବାସୀଙ୍କ ସହାୟତାରେ ଷ୍ଟ୍ରେରରରେ ବୋହି ନାଗାବଳୀ ନଦୀ ପାର ହୋଇଥିଲେ। ଖିଲମିସଗୁଡ଼ା ଏବଂ ୧୭ଖଣ୍ଡ ଗ୍ରାମ ନଦୀ ଆରପାରିରେ ରହିଥିବାବେଳେ ୨୦୧୯ରୁ ବିଜୁସେତୁ ଯୋଜନାରେ ପୋଲ ନିର୍ମାଣ କାମ ଅଧାପନ୍ତରିଆ ରହିଛି। ଗ୍ରାମବାସୀ ଏଥିପାଇଁ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ହେଲେ ଏଥିପ୍ରତି କେହି ଦୃଷ୍ଟି ଦେଉ ନ ଥିବା ଗ୍ରମବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri