Posted inଜାତୀୟ

ପିତାଙ୍କ ଉପନାମ ଥିବା ଲୋକଙ୍କୁ ମିଳିବନି ଆଦିବାସୀ ପ୍ରମାଣପତ୍ର…

ଶିଲଂ,୧୨।୪ : ମେଘାଳୟର ଏକ ଜିଲା ପରିଷଦ ମାତୃକେନ୍ଦ୍ରିକ ବ୍ୟବସ୍ଥାକୁ ମଜବୁତ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ପାରମ୍ପାରିକ ଖାସି ଗ୍ରାମ ମୁଖିଆମାନଙ୍କୁ କେବଳ ସେମାନଙ୍କ ମାତାଙ୍କର ଉପନାମ ବ୍ୟବହାର କରୁଥିବା ଲୋକଙ୍କୁ ଆଦିବାସୀ ପ୍ରମାଣପତ୍ର ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

କେଏଚଏଡିସିର କାର୍ଯ୍ୟନିର୍ବାହୀ ସଦସ୍ୟ ଜମ୍ବୋର ଓ୍ବାର କହିଛନ୍ତି, ଆମେ ଖାସି ପାହାଡ ସାୟତ୍ତ ଜିଲା ଖାସି ସୋସିଆଲ କଷ୍ଟମ ଅଫ ଲାଇନ ଆକ୍ଟ, ୧୯୯୭ର ଧାରା ୩ ଏବଂ ୧୨ ଅନୁଯାୟୀ ଆଦିବାସୀ ପ୍ରମାଣପତ୍ର ପ୍ରଦାନ କରିବାକୁ ପାରମ୍ପାରିକ ଗ୍ରାମ ମୁଖ୍ୟମାନଙ୍କୁ ନିର୍ଦ୍ଦେଶ ଦେଇଛୁ। ଏହା ଅନୁଯାୟୀ ମାତାଙ୍କର ଉପନାମ ବ୍ୟବହାର କରାଯିବା ଜରୁରୀ। ଯେଉଁମାନେ ଆମର ଏପରି ଅଭ୍ୟାସ ଅନୁସରଣ କରନ୍ତି, ସେମାନେ ଖାସି ଭାବରେ ମାନ୍ୟତା ପାଇବେ।

ଖାସିଙ୍କ ଦ୍ୱାରା ପାଳନ କରାଯାଉଥିବା ମାତୃକେନ୍ଦ୍ରିକ ବ୍ୟବସ୍ଥାର ସୁରକ୍ଷା, ସଂରକ୍ଷଣ ଏବଂ ମଜବୁତ କରିବା ପାଇଁ ଏହି ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି। ଯେଉଁମାନେ ସେମାନଙ୍କର ପିତାଙ୍କ ଉପନାମ ବ୍ୟବହାର କରୁଛନ୍ତି ସେମାନଙ୍କୁ ଖାସି ଭାବରେ ବିବେଚନା କରାଯିବ ନାହିଁ। ଏହା ଉପରେ ପାରମ୍ପାରିକ ମୁଖ୍ୟ ସେମାନଙ୍କ ପାଇଁ ଆଦିବାସୀ ପ୍ରମାଣପତ୍ର ନ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି ଯେ ପରିଷଦ ପାରମ୍ପାରିକ ଗ୍ରାମ ମୁଖ୍ୟମାନଙ୍କୁ ରାଜନୀତିରେ ସକ୍ରିୟ ଅଂଶଗ୍ରହଣ କରିବାକୁ କିମ୍ବା କୌଣସି ରାଜନୈତିକ ଦଳର ସଦସ୍ୟ ହେବାକୁ ବାରଣ କରିଛି।

ଯଦି ପାରମ୍ପାରିକ ମୁଖିଆ ରାଜନୀତିରେ ଜଡିତ ହୁଅନ୍ତି, ତେବେ ଏହା ଗାଁ, ସେମାନଙ୍କର କାର୍ଯ୍ୟକଳାପ ଏବଂ ବିକାଶ ଉପରେ ପ୍ରଭାବ ପକାଇପାରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ…

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?