Posted inଜାତୀୟ

କଶ୍ମୀରରେ ‘୩୭୦’ ପାଇଁ ମେଣ୍ଟ

ଶ୍ରୀନଗର/ନୂଆଦିଲ୍ଲୀ,୧୬।୧୦:ପିପୁଲ୍ସ ଡେମୋକ୍ରଟିକ୍‌ ପାର୍ଟି (ପିଡିପି) ଅଧ୍ୟକ୍ଷା ମେହବୁବା ମୁଫ୍‌ତିଙ୍କ ମୁକ୍ତି ପରେ ଜମ୍ମୁ-କଶ୍ମୀରରେ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ଜମ୍ମୁ ଓ କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ପୁନଃ ଅବସ୍ଥାପିତ କରିବା ପାଇଁ ପୁଣିଥରେ ଲଢ଼େଇ ଆରମ୍ଭ ହୋଇଛି। ଉପତ୍ୟକାର ହୃତ ମର୍ଯ୍ୟାଦା ଫେରାଇ ଆଣିବା ସକାଶେ ‘ପିପୁଲ୍ସ ଆଲାଏନ୍ସ ଫର୍‌ ଗୁପ୍‌କାର ଡିକ୍ଲାରେଶନ’ ନାମରେ ଗୁରୁବାର ଏକ ମେଣ୍ଟ ଗଠନ କରାଯାଇଛି। ଏନେଇ ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ୍‌ ଅବ୍‌ଦୁଲ୍ଲା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବ୍‌ଦୁଲ୍ଲାଙ୍କ ଆବାହକତ୍ୱରେ ଶ୍ରୀନଗରର ଗୁପ୍‌କାର୍‌ ରୋଡ୍‌ସ୍ଥିତ ତାଙ୍କ ବାସଭବନରେ ଗୁରୁବାର ସନ୍ଧ୍ୟାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଜମ୍ମୁ-କଶ୍ମୀରର ପ୍ରତ୍ୟାହୃତ ସ୍ବତନ୍ତ୍ର ମାନ୍ୟତା ଫେରାଇଆଣିବା ପାଇଁ ଭବିଷ୍ୟତ କାର୍ଯ୍ୟପନ୍ଥା ସ୍ଥିର କରାଯାଇଛି। ବୈଠକରେ ଫାରୁକ୍‌ଙ୍କ ପୁଅ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବ୍‌ଦୁଲ୍ଲା ଏବଂ ପିଡିପି ଅଧ୍ୟକ୍ଷା ମେହବୁବା ମୁଫ୍‌ତିଙ୍କ ସମେତ ୬ ରାଜନୈତିକ ଦଳର ପ୍ରତିନିଧି ଯୋଗଦେଇଥିଲେ। ବୈଠକ ପରେ ଫାରୁକ୍‌ କହିଛନ୍ତି, ‘ପିପୁଲ୍ସ ଆଲାଏନ୍ସ ଫର୍‌ ଗୁପ୍‌କାର ଡିକ୍ଲାରେଶନ୍‌’ ଜମ୍ମୁ-କଶ୍ମୀରର ସମସ୍ତ ପକ୍ଷଙ୍କୁ ନେଇ ଶାନ୍ତିପୂର୍ଣ୍ଣ ଆଲୋଚନା ମାଧ୍ୟମରେ ରାଜନୈତିକ ସମସ୍ୟାର ସମାଧାନ ପାଇଁ ଆଗ୍ରହୀ। ୨୦୧୯ ଅଗଷ୍ଟ ପୂର୍ବରୁ ଥିବା ଜମ୍ମୁ-କଶ୍ମୀରର ସାମ୍ବିଧାନିକ ମାନ୍ୟତା ଫେରାଇ ଆଣିବା ଲକ୍ଷ୍ୟରେ ଏହି ମେଣ୍ଟ ଗଠନ କରାଯାଇଛି। ଭାରତ ସରକାର ଆମକୁ ଆମର ପୂର୍ବ ଅଧିକାର ଫେରାଇ ଦିଅନ୍ତୁ। ସେହିପରି ମେହବୁବାଙ୍କୁ ବେଆଇନ ଭାବେ ୧୪ ମାସ ଧରି ଗୃହବନ୍ଦୀ ରଖାଯିବା ପରେ ଛଡ଼ାଯାଇଛି। ଅନ୍ୟ ସମସ୍ତ ବନ୍ଦୀଙ୍କୁ ତୁରନ୍ତ ମୁକ୍ତ କରାଯାଉ ବୋଲି ଫାରୁକ୍‌ ଦାବି କରିଛନ୍ତି।
ପ୍ରକାଶ ଯେ, ଅନୁଚ୍ଛେଦ ୩୭୦ ଏବଂ ୩୫-ଏ ଉଚ୍ଛେଦର ଅବ୍ୟବହିତ ପୂର୍ବରୁ ଗୃହବନ୍ଦୀ ଥିବା ବାପପୁଅ କିଛିମାସ ତଳେ ମୁକୁଳିଥିବାବେଳେ ମେହବୁବାଙ୍କୁ ମଙ୍ଗଳବାର ମୁକ୍ତ କରାଯାଇଥିଲା। ବୁଧବାର ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବାଙ୍କ ବାସଭବନରେ ବୈଠକ କରି ଭବିଷ୍ୟତ କାର୍ଯ୍ୟପନ୍ଥା ସ୍ଥିର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?