ଲୋକଙ୍କ ଭରସା ବାଉଁଶପୋଲ

ବ୍ରହ୍ମବରଦା,୬ା୨(ଡି.ଏନ.ଏ.):ଯାଜପୁର ବ୍ଲକ୍‌ ଅଧୀନ ଝାଲପଡ଼ା, ରୁଦ୍ରପୁର ପଞ୍ଚାୟତବାସୀଙ୍କ ଦୀର୍ଘ ଦିନ ହେବ ଗମନାରେ ସମସ୍ୟା ଲାଗି ରହିଛି। ଗ୍ରାମ ନିକଟସ୍ଥ ବ୍ରାହ୍ମଣୀ ନଦୀ ବନ୍ଧର ସୁଦୃଢ଼ୀକରଣ ପାଇଁ ସରକାର ବିପୁଳ ଟଙ୍କା ବ୍ୟୟ କରୁଥିବାସତ୍ତ୍ୱେ ବନ୍ଧ ମରାମତି କାର୍ଯ୍ୟ ସମ୍ପୂର୍ଣ୍ଣ ବିଫଳ ହେଇଛି। ବନ୍ଧ ମରାମତି କାର୍ଯ୍ୟରେ ନିୟୋଜିତ ଠିକାଦାରଙ୍କ ଆନ୍ତରିକତା ଅଭାବରୁ ନଦୀ ବନ୍ଧରେ ଯାନବାହାନ ଚଳପ୍ରଚଳ କଷ୍ଟକର ହୋଇପଡୁଛି। ଅନ୍ୟପକ୍ଷରେ ୨୦୧୫ରୁ ବ୍ରାହ୍ମଣୀ ନଦୀ ଉପରେ ଝାଲପଡ଼ାରୁ ବ୍ରହ୍ମବରଦାକୁ ସଂଯୋଗ ପାଇଁ ଆରମ୍ଭ ହୋଇଥିବା ବିଜୁ ସେତୁ ନିର୍ମାଣ କାର୍ଯ୍ୟ ଏପର୍ଯ୍ୟନ୍ତ ସରି ପାରୁନାହିଁ। କାକୁଡ଼ିକୁଦ, ଝାଲପଡ଼ା, ବାଗସାହି, ସିଠାଲୋଇ ଓ ରୁଦ୍ରପୁରର ଅଞ୍ଚଳର ଲୋକେ ଓ ଛାତ୍ରୀଛାତ୍ର ବ୍ରହ୍ମବରଦାସ୍ଥିତ ହାଟ, ବଜାର, ବ୍ୟାଙ୍କ ଏବଂ କଲେଜକୁ ପ୍ରତିଦିନ ଯିବା ଆସିବା କରିଥାନ୍ତି। ତେଣୁ ଯାତାୟାତ ପାଇଁ ସେମାନେ ନଦୀରେ ଗ୍ରାମବାସୀଙ୍କ ଦ୍ୱାରା ନିର୍ମାତ ଅସ୍ଥାୟୀ ବାଉଁଶପୋଲ ଉପରେ ନିର୍ଭର କରୁଛନ୍ତି। ବେଳେବେଳେ ବାଉଁଶ ପୋଲ ଉପରେ ଯାତାୟାତ ସମୟରେ ପୋଲ ଭାଙ୍ଗିଯିବାରୁ ଲୋକେ ପାଣିରେ ପଡ଼ିଯିବାର ମଧ୍ୟ ନଜର ରହିଛି।
ସେତୁ ନିର୍ମାଣ କରୁଥିବା ଠିକା ସଂସ୍ଥା ଲୋକଙ୍କ ଯାତାୟାତ ପାଇଁ ଅସ୍ଥାୟୀ ପୋଲ ନିର୍ମାଣ କରିବାକୁ ନିର୍ଦ୍ଦେଶ ଥିଲେ ମଧ୍ୟ ସମ୍ପୃକ୍ତ ଠିକାଦାର ଏଥିପ୍ରତି ଅବହେଳା କରିଛନ୍ତି। ଅନ୍ୟପକ୍ଷରେ ୭ ବର୍ଷ ହେବ ଆରମ୍ଭ ହୋଇଥିବା ବିଜୁ ସେତୁ କାର୍ଯ୍ୟ କେଉଁଦିନ ସମାପ୍ତ ହେବ ଓ ସୁରୁଖୁରୁରେ ଲୋକେ ଯାତାୟାତ କରିବେ ତାହାକୁ ନେଇ ଅଞ୍ଚଳବାସୀଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତେବେ ବିଜୁ ସେତୁ କାର୍ଯ୍ୟ ନିର୍ମାଣ ନ ସରିବା ପର୍ଯ୍ୟନ୍ତ ଉକ୍ତ ନଦୀରେ ତୁରନ୍ତ ଏକ ଅସ୍ଥାୟୀ ପୋଲ ନିର୍ମାଣ ପାଇଁ ଠିକା ସଂସ୍ଥା ନିକଟରେ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ପ୍ରତିକ୍ରିୟା ପାଇଁ ସମ୍ପୃକ୍ତ ଠିକାସଂସ୍ଥା ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇ ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?