ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିରେ ଲୋକଙ୍କ ଆସ୍ଥା ବଢ଼ିଛି: ମୋହନ

ଭୁବନେଶ୍ୱର, ୧୯ା୫(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୧ତମ ପାଳି  ଶେଷହୋଇଛି। ଭୁବନେଶ୍ୱର ୟୁନିଟ୍‌-୨ସ୍ଥିତ ନୂଆ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା, ଦୁଃଖ ଶୁଣିବା ସହ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍କାଳ ପଦକ୍ଷେପ ନେଇଛନ୍ତି।

ହଜାରେ ଅଭିଯୋଗକାରୀ ଅନ୍‌ଲାଇନ ମାଧ୍ୟମରେ ନାମ ପଞ୍ଜୀକୃତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ସିଧାସଳଖ ଭେଟି ଆପତ୍ତି ଅଭିଯୋଗ ଶୁଣାଇ ଆତ୍ମସନ୍ତୋଷର ସହ ଲୋକମାନେ ଫେରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ବାହାରେ ଅପେକ୍ଷା କରିଥିବା ଭିନ୍ନକ୍ଷମ ଓ ଦୁରାରୋଗ୍ୟରେ ପୀଡ଼ିତ ଲୋକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଥିଲେ। ସିଙ୍ଗଲ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୁରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦିଆଯାଇଛି। ଏହି ବ୍ୟବସ୍ଥା ଅନୁଯାୟୀ ଚିକିତ୍ସା ଖର୍ଚ୍ଚ ପାଇଁ ମୋଟ୍‌ ୧୪ ଜଣଙ୍କୁ ସମୁଦାୟ ୧୩ ଲକ୍ଷ ୫୦ ହଜାର ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ପ୍ରଦାନ କରିଛନ୍ତି।

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଉପରେ ଲୋକଙ୍କ ଆସ୍ଥା ବଢ଼ିଛି। ସେମାନେ ବିଭିନ୍ନ ସମସ୍ୟା ନେଇ ଆମପାଖକୁ ଆସୁଛନ୍ତି। ଲୋକଙ୍କୁ ନିରନ୍ତର ନ୍ୟାୟ ପ୍ରଦାନ ପାଇଁ ଆମେ ଏହି କାର୍ଯ୍ୟକ୍ରମ ଜାରି ରଖିଛୁ। ଆଗାମୀ ଦିନରେ ଆଞ୍ଚଳିକସ୍ତରରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଏହି ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଦଶମ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୧୦,୨୩୪ଟି ଅଭିଯୋଗ ମଧ୍ୟରୁ ୮,୭୧୩ଟି ଅଭିଯୋଗର ସମାଧାନ କରାଯାଇଛି, ଯାହା ଶତକଡ଼ା ୮୫%।

ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ସୁରେଶ ପୂଜାରୀ, କୃଷ୍ଣଚନ୍ଦ୍ର ମହାପାତ୍ର, ନିତ୍ୟାନନ୍ଦ ଗଣ୍ଡ, ସମ୍ପଦ ଚନ୍ଦ୍ର ସ୍ବାଇଁ, ପ୍ରଦୀପ ବଳ ସାମନ୍ତ, ଗଣେଶ ରାମ ସିଂ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର ଏବଂ ଅନ୍ୟ ବିଭାଗଗୁଡ଼ିକର ସଚିବସ୍ତରୀୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି କାର୍ଯ୍ୟ ପରିଚାଳନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାସିକ ୧୮ ହଜାର ଦରମାରେ କୋଟିପତି ହେବାକୁ ଚାହୁଁଛନ୍ତି କି? ୨୬ ବର୍ଷୀୟ ଯୁବକଙ୍କ କମାଲକୁ ନେଇ ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଦୃଢ଼ ଇଚ୍ଛାଶକ୍ତି, ନୂଆ କୌଶଳ ଶିଖିବାର ଆଗ୍ରହ ଏବଂ ନିୟମିତ ସଞ୍ଚୟ-ନିବେଶର ଅଭ୍ୟାସ ଜଣେ ଯୁବକଙ୍କ ଜୀବନକୁ କିପରି ବଦଳାଇପାରେ, ତାହାର ଉଦାହରଣ ହେଉଛନ୍ତି ମଧ୍ୟପ୍ରଦେଶ…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

Amitabh Bachchan Networth: କେତେ ଧନୀ ବିଗ ବି, ଗୋଟିଏ ବର୍ଷରେ ଆୟର ପରିମାଣ ଜାଣିଲେ…

ମୁମ୍ବାଇ: ବଲିଉଡର ମେଗାଷ୍ଟାର୍‌ ଅମିତାଭ ବଚ୍ଚନ ଅକ୍ଟୋବର ୧୧ ରେ ନିଜର ୮୪ତମ ଜନ୍ମଦିନ ପାଳନ କରୁଛନ୍ତି। ପାଞ୍ଚ ଦଶନ୍ଧିରୁ ଅଧିକ ସମୟ ଧରି ଚଳଚ୍ଚିତ୍ର ଜଗତରେ…

ମୋଦିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଅକ୍ଟୋବର ୧୧) ଚେନ୍ନାଇରେ ପହଞ୍ଚିଛନ୍ତି। ସେଠାରେ ସେ ୧୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ…

CJP ବର୍ତ୍ତମାନ ବିକ୍ଷୋଭ ପ୍ରଦର୍ଶନ କରିବ କି ନାହିଁ? ଅପଡେଟ ଦେଲେ ସୌରଭ ଦାସ

ନୂଆଦିଲ୍ଲୀ,୧୧।୧୦: ସିଜେପି (CJP) ମୁଖପାତ୍ର ସୌରଭ ଦାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ‘ଏକ୍ସ’ (X) ରେ ଲେଖି ସେ…

‘କମବ୍ୟାକ କିଙ୍ଗ’ ହାର୍ଦ୍ଦିକ ପାଣ୍ଡ୍ୟା; ଯେତେବେଳେ ବି ସେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିଛନ୍ତି, ସେତେବେଳେ ଅବିସ୍ମରଣୀୟ ପ୍ରତ୍ୟାବର୍ତ୍ତନ କରିଛନ୍ତି

ନୂଆଦିଲ୍ଲୀ,୧୧।୧୦: ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଅଲ-ରାଉଣ୍ଡରମାନଙ୍କ ମଧ୍ୟରେ ଗଣାଯାଆନ୍ତି। ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ଉତ୍ଥାନ-ପତନ ଦେଖିବାକୁ ମିଳିଛି; ସେ ନିଜର ବୃତ୍ତିଗତ ଏବଂ…

Chanakya Niti: କୌଣସି କଥାକୁ ନେଇ ଚିନ୍ତା କରୁଛନ୍ତି କି? ମାନନ୍ତୁ ଏହି ୪ କଥା, ସୁଖରେ କଟିବ ଜୀବନ

ଆଜିର ଦ୍ରୁତ ଗତିଶୀଳ ଜୀବନରେ ଛୋଟ ଛୋଟ ଜିନିଷ ମଧ୍ୟ ପ୍ରାୟତଃ ମାନସିକ ଚାପ ସୃଷ୍ଟି କରୁଛି। କେତେବେଳେ ଅତୀତର ଭୁଲ ଆମକୁ ହଇରାଣ କରେ, ତ…

ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’

ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?