ପିଇଓଙ୍କ କ୍ୱାର୍ଟର୍ସ ପାଲଟିଛି କ୍ୱାକ୍‌ଙ୍କ ଅସ୍ଥାୟୀ କ୍ଲିନିକ୍‌

ଏମ୍‌ଭି ୭୯, ୧୭ା୯(ଭିକି ବାରିକ)ମାଲକାନଗିରି ଜିଲା ପଡ଼ିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ତାଣ୍ଡବାଈ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ବାସଗୃହରେ ଜଣେ କ୍ବାକ୍‌ ସ୍ଥାନୀୟ ଅଞ୍ଚଳର ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଉଥିବା ଦେଖିବାକୁ ମିଳିଛି। ଏହି କୋଠା ବାହାରେ ଲଗାଯାଇଥିବା ବ୍ୟାନର ଦେଖିଲେ ଗ୍ରାମାଞ୍ଚଳରେ ଥିବା ଏକ କ୍ଲିନିକ୍‌ ଭଳି ଭ୍ରମ ସୃଷ୍ଟି କରୁଥିବା ବେଳେ କୋଠରି ଭିତରେ ରୋଗୀଙ୍କୁ ଚଟାଣରେ ଶୁଆଇ ସାଲାଇନ୍‌ ବୋତଲ ଝରକାରେ ବାନ୍ଧି ଦିଆଯାଉଛି। ମେଡିକାଲ କିମ୍ବା ବିଭାଗୀୟ ଅନୁମତି ନ ନେଇ ସ୍ଥାନୀୟ ଲୋକଙ୍କୁ ଭଳିକି ଭଳି ଔଷଧ ଓ ସାଲାଇନ ଦିଆଯାଉଥିବା ବେଳେ ସ୍ଥାନୀୟ ଲୋକେ ଏଥିପାଇଁ ମୋଟା ଅଙ୍କର ଅର୍ଥ ମଧ୍ୟ ପ୍ରଦାନ କରୁଥିବା କହିଛନ୍ତି। ଏଠାରେ ଡାକ୍ତର ଭାବେ ଆନ୍ଧ୍ରପ୍ରଦେଶର ଜଣେ କ୍ବାକ୍‌ ଦୀର୍ଘଦିନ ଧରି ସ୍ଥାନୀୟ ଅଞ୍ଚଳରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ମୋଟା ଅଙ୍କର ଅର୍ଥ ଆଦାୟ କରୁଥିବା ଜଣାପଡ଼ିଛି।

ଶନିବାର ଏ ନେଇ ଗ୍ରାମବାସୀ ସ୍ଥାନୀୟ ଅଞ୍ଚଳର ଗଣମାଧ୍ୟମ ପ୍ରତିନିଧିଙ୍କୁ ଖବର ଦେବାରୁ ସେଠାରେ ପହଞ୍ଚିବା କ୍ବାକ୍‌ ଜଣକ ବିଭିନ୍ନ ଆଳ ଦେଖାଇ ସେଠାରୁ ଖସିଯିବାକୁ ଚେଷ୍ଟା କରୁଥିଲେ। ଏ ବାବଦରେ ତାଣ୍ଡବାଈ ପଞ୍ଚାୟତ ନିର୍ବାହୀ ଅଧିକାରୀ ଦେବେନ୍ଦ୍ର ନାୟକଙ୍କୁ ପଚାରିବାରୁ ସେ ନୂତନ ଭାବେ ଯୋଗ ଦେଇଛନ୍ତି । ସମ୍ପୂର୍ଣ୍ଣ ଦାୟିତ୍ୱ ନେଇ ନ ଥିବାରୁ ଘଟଣା ସମ୍ପର୍କରେ ଅବଗତ ନାହାନ୍ତି ବୋଲି କହିଥିଲେ। ତେବେ ଦୀର୍ଘଦିନ ଧରି ଆନ୍ଧ୍ରପ୍ରଦେଶ ଅଞ୍ଚଳର ଜଣେ କ୍ବାକ୍‌ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ସରକାରୀ ବାସଗୃହରେ ରହି ରୋଗୀ ସେବା କରୁଥିବା ବେଳେ ବିଭାଗ ଏ ଦିଗରେ କିଭଳି କେହି ଜାଣି ପାରୁ ନାହିଁ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

କାଲିମେଳା ଓ ପଡ଼ିଆ ବ୍ଲକର ବିଭିନ୍ନ ସ୍ଥାନରେ କ୍ବାକ୍‌ ଲୋକଙ୍କୁ ଚିକିତ୍ସା ଯୋଗାଇ ବହୁ ଅର୍ଥ ଆଦାୟ କରୁଥିବା ଦେଖିବାକୁ ମିଳୁଛି। କିନ୍ତୁ ସ୍ବାସ୍ଥ୍ୟ ବିଭାଗ ଏମାନଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି। ତାଣ୍ଡବାଈ ପଞ୍ଚାୟତ ସମେତ ଆଖପାଖ ଅଞ୍ଚଳରେ ଏଭଳି କ୍ବାକ୍‌ଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଲୋକଙ୍କୁ ମେଡିକାଲକୁ ପଠାଇବା ବ୍ୟବସ୍ଥା କଲେ ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟସେବା ସୁଦୃଢ଼ ହୋଇପାରିବ। ଏଥିସହ ତାଣ୍ଡବାଈ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ବାସଗୃହରେ ଲୋକଙ୍କୁ କିଭଳି ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ତା’ର ତଦନ୍ତ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri