ପିଇଓଙ୍କ କ୍ୱାର୍ଟର୍ସ ପାଲଟିଛି କ୍ୱାକ୍‌ଙ୍କ ଅସ୍ଥାୟୀ କ୍ଲିନିକ୍‌

ଏମ୍‌ଭି ୭୯, ୧୭ା୯(ଭିକି ବାରିକ)ମାଲକାନଗିରି ଜିଲା ପଡ଼ିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ତାଣ୍ଡବାଈ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ବାସଗୃହରେ ଜଣେ କ୍ବାକ୍‌ ସ୍ଥାନୀୟ ଅଞ୍ଚଳର ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଉଥିବା ଦେଖିବାକୁ ମିଳିଛି। ଏହି କୋଠା ବାହାରେ ଲଗାଯାଇଥିବା ବ୍ୟାନର ଦେଖିଲେ ଗ୍ରାମାଞ୍ଚଳରେ ଥିବା ଏକ କ୍ଲିନିକ୍‌ ଭଳି ଭ୍ରମ ସୃଷ୍ଟି କରୁଥିବା ବେଳେ କୋଠରି ଭିତରେ ରୋଗୀଙ୍କୁ ଚଟାଣରେ ଶୁଆଇ ସାଲାଇନ୍‌ ବୋତଲ ଝରକାରେ ବାନ୍ଧି ଦିଆଯାଉଛି। ମେଡିକାଲ କିମ୍ବା ବିଭାଗୀୟ ଅନୁମତି ନ ନେଇ ସ୍ଥାନୀୟ ଲୋକଙ୍କୁ ଭଳିକି ଭଳି ଔଷଧ ଓ ସାଲାଇନ ଦିଆଯାଉଥିବା ବେଳେ ସ୍ଥାନୀୟ ଲୋକେ ଏଥିପାଇଁ ମୋଟା ଅଙ୍କର ଅର୍ଥ ମଧ୍ୟ ପ୍ରଦାନ କରୁଥିବା କହିଛନ୍ତି। ଏଠାରେ ଡାକ୍ତର ଭାବେ ଆନ୍ଧ୍ରପ୍ରଦେଶର ଜଣେ କ୍ବାକ୍‌ ଦୀର୍ଘଦିନ ଧରି ସ୍ଥାନୀୟ ଅଞ୍ଚଳରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ମୋଟା ଅଙ୍କର ଅର୍ଥ ଆଦାୟ କରୁଥିବା ଜଣାପଡ଼ିଛି।

ଶନିବାର ଏ ନେଇ ଗ୍ରାମବାସୀ ସ୍ଥାନୀୟ ଅଞ୍ଚଳର ଗଣମାଧ୍ୟମ ପ୍ରତିନିଧିଙ୍କୁ ଖବର ଦେବାରୁ ସେଠାରେ ପହଞ୍ଚିବା କ୍ବାକ୍‌ ଜଣକ ବିଭିନ୍ନ ଆଳ ଦେଖାଇ ସେଠାରୁ ଖସିଯିବାକୁ ଚେଷ୍ଟା କରୁଥିଲେ। ଏ ବାବଦରେ ତାଣ୍ଡବାଈ ପଞ୍ଚାୟତ ନିର୍ବାହୀ ଅଧିକାରୀ ଦେବେନ୍ଦ୍ର ନାୟକଙ୍କୁ ପଚାରିବାରୁ ସେ ନୂତନ ଭାବେ ଯୋଗ ଦେଇଛନ୍ତି । ସମ୍ପୂର୍ଣ୍ଣ ଦାୟିତ୍ୱ ନେଇ ନ ଥିବାରୁ ଘଟଣା ସମ୍ପର୍କରେ ଅବଗତ ନାହାନ୍ତି ବୋଲି କହିଥିଲେ। ତେବେ ଦୀର୍ଘଦିନ ଧରି ଆନ୍ଧ୍ରପ୍ରଦେଶ ଅଞ୍ଚଳର ଜଣେ କ୍ବାକ୍‌ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ସରକାରୀ ବାସଗୃହରେ ରହି ରୋଗୀ ସେବା କରୁଥିବା ବେଳେ ବିଭାଗ ଏ ଦିଗରେ କିଭଳି କେହି ଜାଣି ପାରୁ ନାହିଁ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

କାଲିମେଳା ଓ ପଡ଼ିଆ ବ୍ଲକର ବିଭିନ୍ନ ସ୍ଥାନରେ କ୍ବାକ୍‌ ଲୋକଙ୍କୁ ଚିକିତ୍ସା ଯୋଗାଇ ବହୁ ଅର୍ଥ ଆଦାୟ କରୁଥିବା ଦେଖିବାକୁ ମିଳୁଛି। କିନ୍ତୁ ସ୍ବାସ୍ଥ୍ୟ ବିଭାଗ ଏମାନଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି। ତାଣ୍ଡବାଈ ପଞ୍ଚାୟତ ସମେତ ଆଖପାଖ ଅଞ୍ଚଳରେ ଏଭଳି କ୍ବାକ୍‌ଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଲୋକଙ୍କୁ ମେଡିକାଲକୁ ପଠାଇବା ବ୍ୟବସ୍ଥା କଲେ ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟସେବା ସୁଦୃଢ଼ ହୋଇପାରିବ। ଏଥିସହ ତାଣ୍ଡବାଈ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ବାସଗୃହରେ ଲୋକଙ୍କୁ କିଭଳି ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ତା’ର ତଦନ୍ତ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri