ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଶୁକ୍ରବାର ବିଧାନସଭାରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ସୂଚନା ଦେଇଛନ୍ତି। ରଣେନ୍ଦ୍ର ପଚାରିଛନ୍ତି ଯେ, ବର୍ତ୍ତମାନ ମଧ୍ୟାହ୍ନଭୋଜନରେ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ୫ ଟଙ୍କା ୯୦ ପଇସା ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କ ପାଇଁ ୮ ଟଙ୍କା ୮୨ ପଇସା ଦିଆଯାଉଛି। ହେଲେ ଦର ଆକାଶ ଛୁଆଁ ହୋଇଥିବା ବେଳେ, ସରକାର ଏହାକୁ ବୃଦ୍ଧି କରିବାକୁ କିଛି ପଦକ୍ଷେପ ନେବେ କି।
ମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ବଜାରରେ ଖାଉଟି ସାମଗ୍ରୀର ମୂଲ୍ୟବୃଦ୍ଧି ଯୋଗୁ ମୁଣ୍ଡପିଛା ମୂଲ୍ୟ ବୃଦ୍ଧି ନିମନ୍ତେ ପ୍ରସ୍ତାବ ରାଜ୍ୟ ସରକାରଙ୍କ ନିକଟରେ ବିଚାରାଧୀନ ଅଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ୬୦:୪୦ ଅନୁପାତରେ ପରିଚାଳିତ ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟର ପ୍ରତ୍ୟେକ ସରକାରୀ ଓ ଅନୁଦାନପ୍ରାପ୍ତ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟରେ ଅଧ୍ୟୟନରତ ୪୪,୫୦,୦୦୦ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନ ପ୍ରଦାନ କରାଯାଉଅଛି। ଛାତ୍ରୀଛାତ୍ରଙ୍କୁ ଦିଆଯାଉଥିବା ମୁଣ୍ଡପିଛା ମୂଲ୍ୟ କେନ୍ଦ୍ର ସରକାର ନିର୍ଦ୍ଧାରଣ କରିଥାନ୍ତି। ଏଥିସହିତ ରାଜ୍ୟ ସରକାର ନିର୍ଦ୍ଧାରିତ ଅଂଶ ପ୍ରଦାନ କରିଥାନ୍ତି। ଏତଦ୍‌ବ୍ୟତୀତ ରାଜ୍ୟ ସରକାର ନିଜସ୍ବ ଯୋଜନାରୁ ଅତିରିକ୍ତ ମୁଣ୍ଡପିଛା ଖର୍ଚ୍ଚ ଛାତ୍ରୀଛାତ୍ରମାନଙ୍କୁ ପ୍ରଦାନ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri