ରାଜ୍ୟର ମୁଣ୍ଡପିଛା ଋଣ ଭାର ୨୨ ହଜାର ଟଙ୍କା

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ୨୦୨୧-୨୨ ଆର୍ଥିକ ବର୍ଷ ଶେଷ ସୁଦ୍ଧା ରାଜ୍ୟରେ ମୁଣ୍ଡପିଛା ଋଣ ୨୨ ହଜାର ୪୨ ଟଙ୍କା ରହିଛି । ସେହିପରି ୨୦୨୧-୨୨ ଆର୍ଥିକ ବର୍ଷରେ ରାଜ୍ୟ ସରକାରଙ୍କ ଋଣ ଭାର ୯୭ ହଜାର ୨୫୩ କୋଟି ଟଙ୍କା। ଚଳିତ ୨୦୨୨-୨୩ ଆର୍ଥିକ ବର୍ଷରେ ରାଜ୍ୟ ସରକାର ୨୫ ହଜାର ୫୮୯ କୋଟି ଟଙ୍କା ଋଣ କରିବାକୁ ଯୋଜନା କରିଥିବା ବେଳେ୧୪ ହଜାର ୧ କୋଟି ୩୧ ଲକ୍ଷ ଟଙ୍କା ଋଣ ପରିଶୋଧ କରିବାକୁ ବଜେଟରେ ବ୍ୟବସ୍ଥା କରିଛନ୍ତି। ସେହିପରି ଚଳିତ ଆର୍ଥିକ ବର୍ଷରେ ରାଜ୍ୟ ସରକାର
ମୋଟ ରାଜସ୍ବ ବାବଦରେ ୧ ଲକ୍ଷ ୬୩ ହଜାର ୯୬୬ କୋଟି ୫୨ ଲକ୍ଷ ଟଙ୍କା ଆଦାୟ
କରିବାକୁ ଲକ୍ଷ୍ୟ ରଖିଛନ୍ତି।

ସେଥିରୁ ୪୬ ହଜାର କୋଟି ଟିକସ ଓ ୪୮ ହଜାର ୨୦୦ କୋଟି ଟଙ୍କା ଅଣ ଟିକସ ସଂଗ୍ରହ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ବିଜେଡି ସଭ୍ୟ ପ୍ରଫୁଲ୍ଲ ସାମଲଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋମବାର ବିଧାନସଭାରେ ଏହା କହିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ ୨୦୧୬ରେ ସମ୍ବିଧାନର ୧୦୧ତମ ସଂଶୋଧନ ଅନୁସାରେ ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଦ୍ୱାରା ରାଜ୍ୟର ରାଜସ୍ବ ଆଦାୟରେ କ୍ଷତି ଘଟିଲେ ୫ ବର୍ଷ ପାଇଁ କ୍ଷତିପୂରଣ ଦେବାର ବ୍ୟବସ୍ଥା ରହିଛି। ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ଧାର୍ଯ୍ୟ ହୋଇଥିବା ୧୬ ହଜାର ୩୭୦ କୋଟି ୮ ଳକ୍ଷ ଟଙ୍କା ମଧ୍ୟରୁ ରାଜ୍ୟ ସରକାର ୧୨ ହଜାର ୧୨୯ କୋଟି ଟଙ୍କା ରାଜସ୍ବ ପାଇଥିଲେ। ରାଜ୍ୟର କ୍ଷତିଭରଣ ବାବଦକୁ ପ୍ରାୟ ୪ ହଜାର ୨୪୧ କୋଟି ୮ ଲକ୍ଷ ଟଙ୍କା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri