ମୁଣ୍ଡପିଛା ଋଣ ୯ ବର୍ଷରେ ଅଢ଼େଇ ଗୁଣ ବୃଦ୍ଧି

ଭୁବନେଶ୍ୱର,୭।୯(ବ୍ୟୁରେ): ଗତ ୯ବର୍ଷ ମଧ୍ୟରେ ରାଜ୍ୟରେ ମୁଣ୍ଡପିଛା ଋଣ ଭାର ବୃଦ୍ଧି ପାଇଛି। ୨୦୧୧-୧୨ରୁ ୨୦୨୦-୨୧ ଆର୍ଥିକ ବର୍ଷ ମଧ୍ୟରେ ରାଜ୍ୟର ପ୍ରତ୍ୟେକ ବ୍ୟକ୍ତିଙ୍କ ମୁଣ୍ଡରେ ଋଣବୋଝ ଅଢ଼େଇ ଗୁଣ ବଢିଛି। ୨୦୧୦-୧୧ ଆର୍ଥିକ ବର୍ଷରେ ମୁଣ୍ଡପିଛା ଋଣଭାର ପରିମାଣ ୯୧୪୪.୪୦ ଟଙ୍କା ଥିବାବେଳେ ୨୦୨୦-୨୧ ଆର୍ଥିକ ବର୍ଷ ଶେଷସୁଦ୍ଧା ଏହା ୨୩୭୬୧.୮୩ ଟଙ୍କାକୁ ବୃଦ୍ଧି ପାଇଛି। ବିଜେଡି ସଭ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସୋମବାର ବିଧାନସଭାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ଆର୍ଥିକ ବର୍ଷ ଶେଷସୁଦ୍ଧା ରାଜ୍ୟର ମୋଟ ଋଣ ପରିମାଣ ୧୨୨୯୧୭.୨୫ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛ। ମାତ୍ର ମହାଲେଖାକାର,ଓଡ଼ିଶାଙ୍କ ପ୍ରାରମ୍ଭିକ ତଥ୍ୟ ଅନୁଯାୟୀ ଚଳିତ ଆର୍ଥିକ ବର୍ଷର ଜୁଲାଇ ଶେଷସୁଦ୍ଧା ରାଜ୍ୟର ଋଣଭାର ୧୦୪୩୧୨.୧୨ କୋଟି ଟଙ୍କା ହୋଇଛି। ଯାହାକି ରାଜ୍ୟର ମୋଟ ଘରୋଇ ଉତ୍ପାଦ(ଜିଏସ୍‌ଡିପି)ର ୧୭.୮୦ ପ୍ରତିଶତ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ୨୦୦୦-୦୧ରେ ରାଜ୍ୟର ଋଣବୋଝ ପରିମାଣ ପ୍ରାୟ ୨୧୦୦୧.୮୮କୋଟି ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri