ରାଜ୍ୟରେ ମୁଣ୍ଡ ପିଛା ଋଣ ୨୨,୦୪୨ଟଙ୍କା

ଭୁବନେଶ୍ବର, ୨ା୮(ବ୍ୟୁରୋ): ଓଡିଶାର ଏ.ଜି(ମହାଲେଖାକାର)ଙ୍କ ତଥ୍ୟ ଅନୁଯାୟୀ ୨୦୨୧-୨୨ ଆର୍ଥିକ ବର୍ଷ ସୁଦ୍ଧା ରାଜ୍ୟ ସରକାରଙ୍କ ମୋଟ ଋଣ ଭାର୯୭,୭୦୨.୦୩ କୋଟି ଟଙ୍କା ରହିଛି। ଚଳିତ ବର୍ଷ ଅର୍ଥାତ୍‌ ୨୦୨୨-୨୩ରେ ରାଜ୍ୟ ସରକାର ୨୫,୫୮୯ କୋଟି ଟଙ୍କାର ଋଣ ଆହରଣ କରିବାକୁ ଯୋଜନା ରଖିଛନ୍ତି। ସେହିପରି ୧୪,୦୦୧.୩୧ କୋଟି ଟଙ୍କା ଋଣ ପରିଶୋଧ କରିବାକୁ ଲକ୍ଷ୍ୟ ରଖିଛନ୍ତି ବୋଲି ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି। ତେବେ ସରକାରଙ୍କ ଏଭଳି ୨୫ ହଜାର କୋଟିରୁ ଅଧିକ ଋଣ ଆଣି ୧୪ ହଜାର କୋଟି ଶୁଝିବାର ଅର୍ଥ କ’ଣ ତାକୁ ନେଇ ପ୍ରଶ୍ନ ଉଠିଛି। ତେବେ ବିଧାୟକ ପ୍ରଫୁଲ ସାମଲଙ୍କ ବିଧାନସଭା ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ପୂଜାରୀ କହିଛନ୍ତି, ମହାଲେଖାକାରଙ୍କ ତଥ୍ୟ ମୁତାବକ, ୨୦୨୧-୨୨ ଆର୍ଥିକ ବର୍ଷ ଶେଷସୁଦ୍ଧା ରାଜ୍ୟରେ ମୁଣ୍ଡପିଛା ଋଣ ଭାର ପରିମାଣ ୨୨,୦୪୨ ଟଙ୍କା ଅଟେ। ୨୦୨୨-୨୩ ଆର୍ଥିକ ବର୍ଷରେ ରାଜ୍ୟ ସରକାର ରାଜ୍ୟରେ ମୋଟ୍‌ ରାଜସ୍ବ ବାବଦରେ ୧,୬୩,୯୬୬ କୋଟି ୫୨ ଲକ୍ଷ ଟଙ୍କା ସଂଗ୍ରହର ଲକ୍ଷ୍ୟ ରଖିଛନ୍ତି। ସେଥିରୁ ନିଜସ୍ବ ରାଜସ୍ବ ଟିକସ ରାଜସ୍ବ ବାବଦରେ ମୋଟ୍‌ ୪୬ ହଜାର କୋଟି ଏବଂ ନିଜସ୍ବ ଅଣରାଜସ୍ବ ବାବଦକୁ ମୋଟ ୪୮,୨୦୦ କୋଟି ଟଙ୍କା ସଂଗ୍ରହର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ୧୦୧ ତମ ସମ୍ବିଧାନ ସଂଶୋଧନ ଅଧିନିୟମ ୨୦୧୬ ଅନୁସାରେ ଜିଏସ୍‌ଟି ପ୍ରଚଳନ ଫଳରେ ରାଜସ୍ବ ଆଦାୟରେ କ୍ଷତଚି ଘଟିଲେ ୫ ବର୍ଷ ପାଇଁ କ୍ଷତି ପୂରଣ ଦିଆଯିବାର ବ୍ୟବସ୍ଥା ରହିଛି। ଏଥିଲାଗି ଜିଏସ୍‌ଟି ଆକ୍ଟ ୨୦୧୭ର ପରିବର୍ତ୍ତନ ହୋଇଛି। କ୍ଷତିପୂରଣ ବାବଦକୁ ୨୦୧୫-୧୬ ଆର୍ଥିକ ବର୍ଷର ସଂଗୃହିତ କର ପରିମାଣକୁ ମୂଳବର୍ଷ ରୂପେ ଗ୍ରହଣ କରାଯାଇଥିଲା। ୨୦୧୫-୧୬ ବର୍ଷରାଜ୍ୟ ସରକାର ଜିଏସ୍‌ଟିରେ ମିଶ୍ରଣ ଘଟିଥିବା ଟିକସ ବାବଦକୁ ୧୧,୦୪୯.୩୪ କୋଟି ଟଙ୍କା ପାଇଥିଲେ। କ୍ଷତିଭରଣା ପ୍ରତି ୨ ମାସରେ ମିଳୁଛି। ୨୦୧୫-୧୬ ଆର୍ଥିକ ବର୍ଷରେ ସଂଗୃହିତ ରାଜସ୍ବରେ ବାର୍ଷିକ ୧୪ ପ୍ରତିଶତ ଅଭିବୃଦ୍ଧି ହାର ପ୍ରୟୋଗ କରି ୨୦୧୭-୧୮ ଆର୍ଥିକ ବର୍ଷର ଜୁଲାଇ ୨୦୧୭ରୁ ମାର୍ଚ୍ଚ ୨୦୧୮ ପାଇଁ ୧୦,୭୬୯.୭୯ କୋଟି ଟଙ୍କା ସୁନିଶ୍ଚିତ ରାଜସ୍ବ ଆକଳନ କରାଯାଇଥିଲା ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?