କମିଲା ମୁଣ୍ଡ ପିଛା ଆୟ

ଭୁବନେଶ୍ୱର,୨୧।୨(ବ୍ୟୁରୋ): କରୋନା ମହାମାରୀ ଯୋଗୁ ରାଜ୍ୟର ମୁଣ୍ଡ ପିଛା ଆୟ ହ୍ରାସ ପାଇଛି। ୨୦୧୯ -୨୦ରେ ମୁଣ୍ଡ ପିଛା ଆୟ ୧ ଲକ୍ଷ ୪ ହଜାର ୫୬୬ ଟଙ୍କା ଥିବାବେଳେ ୨୦୨୦-୨୧ରେ ଏହା ୧ ଲକ୍ଷ ୨ ହଜାର ୧୫୬ ଟଙ୍କାକୁ ଖସିଯାଇଛି। ଗତ ଆର୍ଥିକ ବର୍ଷ ତୁଳନାରେ ଏବର୍ଷ ମୁଣ୍ଡ ପିଛା ଆୟ ୨୪୧୦ ଟଙ୍କା ଅର୍ଥାତ୍‌ ୨.୩୦% କମିଯାଇଛି।
କୋଭିଡ୍‌-୧୯ ମହାମାରୀ ସାଙ୍ଗକୁ ବାତ୍ୟା ରାଜ୍ୟ ଅର୍ଥନୀତିକୁ ବିପର୍ଯ୍ୟସ୍ତ କରିଦେଇଛି। ଅର୍ଥନୀତିର ମେରୁଦଣ୍ଡ କୃଷି ସାଙ୍ଗକୁ ମାନୁଫାକ୍ଚରିଂ, ନିର୍ମାଣ, ଖଣି, ବ୍ୟବସାୟ, ହୋଟେଲ, ପରିବହନ, ଯୋଗାଯୋଗ, ରିୟଲ ଇଷ୍ଟେଟ୍‌ ଏବଂ ପର୍ଯ୍ୟଟନ ଭଳି କ୍ଷେତ୍ରକୁ ପ୍ରଚଣ୍ଡ ଆଘାତ ଲାଗିଛି। ଏଥିଯୋଗୁ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ହାର ୪.୯୨ ପ୍ରତିଶତକୁ ଖସିଯିବ। ଶନିବାର ରାଜ୍ୟ ସରକାର ବିଧାନସଭାରେ ଉପସ୍ଥାପନ କରିଥିବା ଅର୍ଥନୈତିକ ସର୍ଭେ ରିପୋର୍ଟରେ ଏକଥା କହିଛନ୍ତି। ଖାଲି ସେତିକି ନୁହେଁ, କୃଷି କ୍ଷେତ୍ରକୁ ମଧ୍ୟ ଜବରଦସ୍ତ ଝଟ୍‌କା ଲାଗିବ। କୃଷି କ୍ଷେତ୍ରରେ ଅଭିବୃଦ୍ଧି ହାର ୬.୪୫ % କମିବାକୁ ଥିବାବେଳେ ଶିଳ୍ପ କ୍ଷେତ୍ର ୮.୮୩ % ଓ ସେବା କ୍ଷେତ୍ର ୩.୧୮% ହ୍ରାସ ପାଇବ ବୋଲି ରିପୋର୍ଟରେ ଆକଳନ କରାଯାଇଛି। ସେହିପରି ନିର୍ମାଣ ଉପକ୍ଷେତ୍ରଗୁଡ଼ିକରେ ୧୦.୭୯% ଓ ମାନୁଫାକ୍ଚରିଂ ସବ୍‌-ସେକ୍ଟରଗୁଡ଼ିକରେ ୯.୯୦% ଅଭିବୃଦ୍ଧି ହ୍ରାସ ପାଇବ ବୋଲି ରିପୋର୍ଟରେ କୁହାଯାଇଛି। ତେବେ ଜାତୀୟ ହାର ତୁଳନାରେ ଓଡ଼ିଶା ଭଲ ସ୍ଥିତିରେ ରହିବ। ଜାତୀୟ ଅଭିବୃଦ୍ଧି ହାର ୭.୭% ହ୍ରାସ ପାଇବ ବୋଲି ଅନୁମାନ କରାଯାଇଛି। କରୋନା ମହାମାରୀଜନିତ ଲକ୍‌ଡାଉନ ଯୋଗୁ ହୋଟେଲ ଓ ରେଷ୍ଟୁରାଣ୍ଟ ଶିଳ୍ପ ବରବାଦ ହୋଇଯାଇଛି। ଏହି କ୍ଷେତ୍ରରେ ଅଭିବୃଦ୍ଧି ହାର ୫୪.୫୪% ଖସିଯାଇଛି।

ରିପୋର୍ଟରେ କୁହାଯାଇଛି ଯେ ୨୦୧୨-୧୩ରୁ ୨୦୧୯-୨୦ ମଧ୍ୟରେ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ୭.୧% ଥିଲା। ତେବେ ୨୦୨୧-୨୨ ଆର୍ଥିକ ବର୍ଷରେ ରାଜ୍ୟର ଅଭିବୃଦ୍ଧି ଆଗକୁ ମାଡ଼ିଚାଲିବ। ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ, ଶିଳ୍ପନୀତି-୨୦୧୫, ଇଜ୍‌ ଅଫ ଡୁଇଙ୍ଗ୍‌ ବିଜ୍‌ନେସ, ନୂତନ କୃଷିନୀତି-୨୦୧୯, ୫-ଟି ଏବଂ ମୋ ସରକାର ଭଳି ଅଭିନବ ପଦକ୍ଷେପ ଯୋଗୁ ଅର୍ଥିକ ସ୍ଥିତି ସୁଧୁରିବ ବୋଲି ସରକାର ଆଶା କରିଛନ୍ତି। ମାଛ, ଅଣ୍ଡା, ଦୁଗ୍ଧ ଉତ୍ପାଦନରେ ଓଡ଼ିଶା ଆଗକୁ ବଢୁଛି। ଗ୍ରାମାଞ୍ଚଳରେ ଦାରିଦ୍ର୍ୟ ହାର ହ୍ରାସ ପାଉଥିବା ରିପୋର୍ଟରେ କୁହାଯାଇଛି। କୋଭିଡ୍‌ ପରିଚାଳନାରେ ରାଜ୍ୟ ସରକାର ଉଲ୍ଲେଖନୀୟ ପଦକ୍ଷେପ ନେଇ ମୃତ୍ୟୁହାର ହ୍ରାସ କରିବାରେ ସଫଳତା ପାଇଛନ୍ତି। କରୋନା ଯୋଗୁ ରାଜକୋଷ ଉପରେ ପ୍ରବଳ ଚାପ ପଡିଛି। ତେବେ ରାଜ୍ୟ ସରକାରଙ୍କ ଆର୍ଥିକ ପରିଚାଳନା ଯୋଗୁ ଓଡିଶା ଅନ୍ୟ ରାଜ୍ୟ ପାଇଁ ଉଦାହରଣ ପାଲଟିଥିବା ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri