୯୨ ପ୍ରତିଶତ ଭାରତୀୟ ନେଇ ନାହାନ୍ତି ବୁଷ୍ଟର ଡୋଜ୍‌…

ନୂଆଦିଲ୍ଲୀ,୧୪।୭ : କରୋନା ମହାମାରୀ ସଂକ୍ରମଣ ଦେଶରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ୧୦ ହଜାରରୁ ଅଧିକ ନୂତନ ମାମଲା ରିପୋର୍ଟ କରାଯାଉଛି। ଏଥି ସହିତ ଟିକାକରଣ ବିଷୟରେ ଆଶ୍ଚର୍ଯ୍ୟଜନକ ଆକଳନ ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ବର୍ତ୍ତମାନ କରୋନା ଟିକା ପାଇଁ ତୃତୀୟ କିମ୍ବା ବୁଷ୍ଟର ଡୋଜ ପାଇଁ ଯୋଗ୍ୟ ଥିବା ୯୨ ଭାରତୀୟଙ୍କୁ ଏହା ଦିଆଯାଇ ନାହିଁ।

ଦେଶର ମାତ୍ର ୮ ପ୍ରତିଶତ ଜନସଂଖ୍ୟା ବୁଷ୍ଟର ଡୋଜ୍‌ ନେଇଛନ୍ତି। ଏଥି ସହିତ ବୁଧବାର ଦିନ ସରକାରଙ୍କ ପକ୍ଷରୁ ଜାତୀୟ ୭୫ ଦିନିଆ ମାଗଣା ଟିକାକରଣ କାର୍ଯ୍ୟକ୍ରମ ସମ୍ପର୍କରେ ଘୋଷଣା କରାଯାଇଛି। ଟିକାକରଣ ପାଇଁ ଏହି ଅଭିଯାନ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି।

ଭାରତରେ ପ୍ରାୟ ୫୯୪ ନିୟୁତ ବୟସ୍କ ବ୍ୟକ୍ତି ବୁଷ୍ଟର ଡୋଜ ନ୍ନେବାରେ ବିଳମ୍ବ କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଉପସ୍ଥାପିତ ତଥ୍ୟରୁ ଏହି ସୂଚନା ଗ୍ରହଣ କରାଯାଇଛି।
ହିନ୍ଦୁସ୍ତାନ ଟାଇମ୍ସର ରିପୋର୍ଟ ଅନୁଯାୟୀ, ମାଗଣା ବୁଷ୍ଟର ଟିକାକରଣ ଅଭିଯାନ ଚଳାଇବାକୁ କେନ୍ଦ୍ର କ୍ୟାବିନେଟର ନିଷ୍ପତ୍ତି ଯୋଗୁଁ ଏହି ସଂଖ୍ୟା ହ୍ରାସ ପାଇପାରେ। ମାଗଣା ଟିକାକରଣର ନିଷ୍ପତ୍ତି ବୁଷ୍ଟର ଡୋଜ୍‌ ଆରମ୍ଭ ହେବାର ୯୫ ଦିନ ପରେ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଛି।
ଜୁଲାଇ ୬ ରେ ସରକାର ଦ୍ୱିତୀୟ ଡୋଜ ଏବଂ ବୁଷ୍ଟର ଡୋଜ ମଧ୍ୟରେ ବ୍ୟବଧାନକୁ ନଅରୁ ଛଅ ମାସକୁ ହ୍ରାସ କରିବାକୁ ଘୋଷଣା କରିଥିଲେ।
୬୦ ବର୍ଷରୁ ଅଧିକ ବୟସ୍କ ଫ୍ରଣ୍ଟଲାଇନ ଏବଂ ସ୍ବାସ୍ଥ୍ୟ ସେବା କର୍ମଚାରୀଙ୍କ ପାଇଁ ବୁଷ୍ଟର ଡୋଜ୍‌ ଦେଶର ସରକାରୀ କେନ୍ଦ୍ରଗୁଡ଼ିକରେ ମାଗଣାରେ ଦିଆଯାଉଛି। ଜୁଲାଇ ୧୨ ସୁଦ୍ଧା, ୩୫ ପ୍ରତିଶତ ଫ୍ରଣ୍ଟଲାଇନ କର୍ମଚାରୀ ଏବଂ ୩୯ ପ୍ରତିଶତ ସ୍ବାସ୍ଥ୍ୟକର୍ମୀ ବୁଷ୍ଟର୍‌ ଡୋଜ୍‌ ନେଇ ନ ଥିଲା। କିନ୍ତୁ ୬୦ ବର୍ଷରୁ ଅଧିକ ବୟସ୍କଙ୍କ ମଧ୍ୟରୁ ଯୋଗ୍ୟ ବିବେଚିତ ୭୩ ପ୍ରତିଶତ ବୁଷ୍ଟର ଡୋଜ ନେଇ ନାହାଁନ୍ତି। ଏଥିପାଇଁ ସରକାରଙ୍କ ପକ୍ଷରୁ ମାଗଣା ଟିକାକରଣ ଅଭିଯାନ ଘୋଷଣା କରାଯାଇଛି।

ଏହି ପ୍ରସଙ୍ଗରେ ବିଶେଷଜ୍ଞମାନେ କହିଛନ୍ତି ଯେ ସମସ୍ତଙ୍କ ପାଇଁ ବୁଷ୍ଟରକୁ ମାଗଣା କରିବା ଏହି ସମସ୍ୟାର ପରିମାଣ ହ୍ରାସ କରିବାରେ ସହାୟକ ହେବ, କିନ୍ତୁ ଏହା ସହିତ ଅନ୍ୟାନ୍ୟ ପଦକ୍ଷେପ ମଧ୍ୟ ଜରୁରୀ। ଯାହାଦ୍ୱାରା ନୂଆ ଭାରିଆଣ୍ଟ ସଂକ୍ରମଣରୁ ଦୂରେଇ ରହିହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?