ପିପିଲି ମେଡିକାଲରେ ଅବ୍ୟବସ୍ଥା ନେଇ ଧାରଣା

ପିପିଲି,୨୦।୧୦(ସ୍ବ.ପ୍ର.): ପିପିଲି ସରକାରୀ ମେଡିକାଲରେ ବିଭିନ୍ନ ସମସ୍ୟାକୁ ନେଇ ଲାଗିରହିଛି ଅବ୍ୟବସ୍ଥା। ଡାକ୍ତର ନିଯୁକ୍ତିଠାରୁ ଆରମ୍ଭ କରି ନିରାମୟ ସେବା, ସ୍ବାସ୍ଥ୍ୟ କର୍ମଚାରୀ ନିଯୁକ୍ତ, ମେଡିକାଲ ଯନ୍ତ୍ରାଂଶ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ଆବଶ୍ୟକ ଥିବାବେଳେ ପ୍ରଶାସନ ପକ୍ଷରୁ ଅଣଦେଖା କରାଯାଉଛି। ଏ ନେଇ ବାରମ୍ବାର ଅଭିଯୋଗ ସତ୍ତ୍ୱେ କେହି ଶୁଣୁ ନ ଥିବାରୁ ସୋମବାର ମେଡିକାଲ ସମ୍ମୁଖରେ ବିଭିନ୍ନ ସଂଗଠନ, ସାମାଜିକ ର୍କମୀ ଓ ସ୍ଥାନୀୟ ଲୋକେ ଧାରଣା ଦେଇଛନ୍ତି। ଦିନ ତମାମ ଅନଶନରେ ବସିଥିଲେ ମଧ୍ୟ କୌଣସି ଅଧିକାରୀ ଧାରଣାସ୍ଥଳକୁ ଆସି ନ ଥିଲେ। ରାତି ୮ଟାରେ ତହସିଲଦାର ସପନ କୁମାର ନନ୍ଦ ଓ ପିପିଲି ମେଡିକାଲ ଅଫିସର ଯାମିନୀ ଭୂଷଣ ପଟ୍ଟନାୟକ ପହଞ୍ଚତ୍ ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ ମଧ୍ୟ କୌଣସି ସମାଧାନ ହୋଇପାରି ନ ଥିଲା।
ଥାଉ କି, ପିପିଲି ମେଡିକାଲ ଦୀର୍ଘଦିନ ହେବ ନାନା ସମସ୍ୟା ଦେଇ ଗତି କରୁଛି। ମେଡିକାଲରେ ଜଣେ ଡାକ୍ତର ଥିବାବେଳେ ଜରୁରିକାଳୀନ ଚିକିତ୍ସା ବ୍ୟବସ୍ଥା ନାହିଁ, ଅପରିଷ୍କାର ପରିବେଶ, ପାନୀୟ ଜଳ ବ୍ୟବସ୍ଥା ଏଭଳି ଅନେକ ସମସ୍ୟା ରହିଛି। ଏଥିପାଇଁ ସାଧାରଣରେ ରୋଗୀମାନେ ହିଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ସମ୍ପର୍କରେ ପ୍ରଶାସନକୁ ଜଣାଇଥିଲେ ମଧ୍ୟ କୌଣସି ସୁଧାର ହୋଇ ନ ଥିଲା। ଶେଷରେ ଜାତୀୟ ଦଳିତ ମାଇନରଟି ମହାସଂଘର ରାଜ୍ୟ ସଭାପତି ବିଜୟ କୁମାର ସେଠୀଙ୍କ ନେତୃତ୍ୱରେ ସକାଳ ୮ଟାରୁ ଖବରଦାତା ରାକେଶ ରୋଶନ ମହାନ୍ତି, ସାମାଜିକ କର୍ମୀ ଅନୁପ ପରିଡ଼ା, ବିଶାଲ ବାରିକ, ପ୍ରବୀର ହାଲଦାର, ମହିଳା ବିକାଶ ମଞ୍ଚର ସଭାପତି ତିଳୋତ୍ତମା ବାରିକ, ସମ୍ପାଦିକା ପ୍ରଣତି ପ୍ରଧାନଙ୍କ ସମେତ ୩୦ରୁ ଊର୍ଦ୍ଧ୍ୱ ମହିଳା, ପୁରୁଷମାନେ ଧାରଣା ଦେଇଥିଲେ। ଏଥିମଧ୍ୟରୁ ଅପରାହ୍ନରେ ଖବରଦାତା ରାକେଶ, ତିଳୋତ୍ତମାଙ୍କ ସମେତ ୩ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେଠାରେ ସେମାନଙ୍କୁ ଚିକିତ୍ସା କରାଯାଇଥିଲା। ଚିକିତ୍ସା ପରେ ବି ସେମାନେ ପୁଣି ଅନଶନରେ ବସିଥିଲେ। ସନ୍ଧ୍ୟାରେ ତହସିଲଦାର ନନ୍ଦ, ମେଡିକାଲ ଅଫିସର ପଟ୍ଟନାୟକ ପହଞ୍ଚତ୍ ଆନ୍ଦୋଳନକାରୀଙ୍କୁ ଜରୁରୀ ପାଇଁ ମଙ୍ଗଳପୁରରୁ ଜଣେ ଡାକ୍ତରଙ୍କୁ ଅଣାଯିବା ପାଇଁ କହିବା ସହ ଖୁବଶୀଘ୍ର ଦାବିଗୁଡ଼ିକ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବୁ ବୋଲି କହିଥିଲେ ମଧ୍ୟ ସେମାନେ ଶୁଣି ନ ଥିଲେ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଅନଶନ ଜାରି ରହିବ ବୋଲି ଆନ୍ଦୋଳନକାରୀ କହିଥିଲେ। ଅନ୍ୟପଟେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଇନ ଶୃଙ୍ଖଳା ପାଇଁ ଘଟଣାସ୍ଥଳରେ ପିପିଲି ଥାନା ପକ୍ଷରୁ ପୋଲିସ ମୁତୟନ କରାଯାଇଛି। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ଧାରଣା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri