Posted inଜାତୀୟ

ସ୍ବୀକୃତି ପାଇଁ ଧାରଣା ବଦଳାଇବାକୁ ହେବ

ନୂଆଦିଲ୍ଲୀ,୨୧ା୪: ସମଲିଙ୍ଗୀ ବିବାହର ବୈଧୀକରଣକୁ ନେଇ ସୁପ୍ରିମକୋର୍ଟର ୫ ଜଣିଆ ସାମ୍ବିଧାନିକ ପୀଠରେ ଗୁରୁବାର ତୃତୀୟ ଦିନ ପାଇଁ ଶୁଣାଣି ଜାରି ରହିଥିଲା। ବିପରୀତଲିଙ୍ଗୀ ଦୁଇ ଜୀବନସାଥୀଙ୍କ ମଧ୍ୟରେ ବିବାହ ଜରୁରୀ କି ବୋଲି ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଗୁରୁବାର ପ୍ରଶ୍ନ କରିଛନ୍ତି। ସମଲିଙ୍ଗୀ ସମ୍ପର୍କକୁ ଆମେ କେବଳ ଶାରୀରିକ ସମ୍ପର୍କ ଭାବେ ଦେଖୁନାହୁଁ, ବରଂ ଏକ ସ୍ଥାୟୀ, ଭାବାତ୍ମକ ସମ୍ପର୍କ ଭାବେ ଦେଖୁଛୁ ବୋଲି ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ କହିଥିଲେ। କୋର୍ଟ ଓ୍ବେବ୍‌ସାଇଟ୍‌ ଏବଂ ୟୁଟ୍ୟୁବ୍‌ରେ ଶୁଣାଣିର ସିଧା ପ୍ରସାରଣ ହୋଇଥିଲା।
ସମଲିଙ୍ଗୀ ବିବାହକୁ ଆଇନଗତ ସ୍ବୀକୃତି ଦେବାକୁ ହେଲେ ବିବାହ ସହ ସମ୍ପୃକ୍ତ ଧାରଣାର ପୁନଃ ସଂଜ୍ଞା ନିରୂପଣ କରିବାକୁ ହେବ। କାରଣ ପ୍ରଚଳିତ ନିୟମ ଅନୁଯାୟୀ ବିବାହ ପାଇଁ ଦୁଇ ଦୁଇ ଜୀବନସାଥୀ ବିପରୀତଲିଙ୍ଗୀ ହୋଇଥିବା ଜରୁରୀ। ୧୯୫୪ରେ ସ୍ବତନ୍ତ୍ର ବିବାହ ଆଇନ କାର୍ଯ୍ୟକାରୀ ହେବା ପରଠାରୁ ଗତ ୬୯ ବର୍ଷ ମଧ୍ୟରେ ଆଇନରେ ଉଲ୍ଲେଖନୀୟ ପରିବର୍ତ୍ତନ ହୋଇଛି। ଯେଉଁମାନେ ପର୍ସନାଲ ଲ’କୁ ଅନୁପାଳନ କରିବାକୁ ଚାହୁଁନାହାନ୍ତି, ସେମାନଙ୍କର ସିଭିଲ୍‌ ବିବାହ କରାଯାଉଛି। ସମଲିଙ୍ଗୀ ସମ୍ପର୍କକୁ ଅପରାଧମୁକ୍ତ କରାଯିବା ଦ୍ୱାରା କେବଳ ଦୁଇ ସମଲିଙ୍ଗୀଙ୍କ ମଧ୍ୟରେ ସହମତିରେ ସମ୍ପର୍କ ସ୍ଥାପନକୁ ସ୍ବୀକୃତି ଦିଆଯାଇ ନାହିଁ, ଏଥିସହିତ ସମଲିଙ୍ଗୀ ସମ୍ପର୍କର ଥିବା ଲୋକଙ୍କ ମଧ୍ୟରେ ଏହାକୁ ସ୍ଥାୟୀ ସମ୍ପର୍କ ଭାବେ ସ୍ବୀକୃତି ମିଳିଛି ବୋଲି ୨୦୧୮ର ଐତିହାସିକ ରାୟର ଅବତାରଣା କରି ସିଜେଆଇ କହିଥିଲେ। ଟ୍ରୋଲ୍‌ ହେବାର ଆଶଙ୍କା ଥିଲେ ମଧ୍ୟ ଏହାକୁ ଅନ୍ୟ ସହ ତୁଳନା କରାଯାଇପାରିବ ନାହିଁ ବୋଲି ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri