ନ୍ୟାୟ ଦାବିରେ ବାପଘର ଲୋକଙ୍କ ଧାରଣା

ନୀଳଗିରି, ୨୧।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବରହମପୁର ଗରଡ଼ି ଗାଁରେ ପରକୀୟା ପ୍ରୀତିକୁ କେନ୍ଦ୍ର କରି ବଧୂ ହତ୍ୟା ଘଟିଥିଲା। ଏହି ଘଟଣାରେ ୩ ଜଣଙ୍କ ନାମରେ ଅଭିଯୋଗ ହୋଇଥିଲା। ମାତ୍ର ପୋଲିସ କେବଳ ଜଣଙ୍କୁ ଅଟକ ରଖି ତଦନ୍ତ କରୁଥିବା ବେଳେ ଅନ୍ୟ ଦୁଇଜଣଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ। ସୋମବାର ନ୍ୟାୟ ଦାବିରେ ବରହମପୁର ଥାନା ଆଗରେ ମୃତ ମହିଳାଙ୍କ ବାପଘର ଲୋକେ ଧାରଣାରେ ବସିଥିଲେ। ନୀଳଗିରି ଆଇଆଇସି ଗୋପାଳଚନ୍ଦ୍ର କର୍ଣ୍ଣ ସଦଳବଳେ ବରହମପୁର ଥାନାରେ ପହଞ୍ଚତ୍ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ କହିବ ସହ ଦୁଇଦିନ ମଧ୍ୟରେ ତଦନ୍ତ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
କପ୍ତିପଦା ଥାନା ଅଞ୍ଚଳର ପ୍ରଶାନ୍ତ ମଣ୍ଡଳଙ୍କ ଝିଅ ସବିତାଙ୍କୁ ବରହମପୁର ଥାନା ଅଧୀନ ଗରଡ଼ିହି ଗାଁର ଦୀପ୍ତିକିଶୋର ବେହେରା ୪ବର୍ଷ ପୂର୍ବେ ବିବାହ କରିଥିଲେ। ହେଲେ ବାହାଘର ୬ମାସ ପରେ ଦୀପ୍ତିଙ୍କ ମା’ ବାପାଙ୍କ ସମେତ ପରିବାର ଲୋକେ ଅଧିକ ଯୌତୁକ ଦାବି କରି ମାର୍‌ପିଟ୍‌ କରିଆସୁଥିଲେ। ବହୁବାର ବୈଠକ ହୋଇ ବୁଝାଶୁଝା ହୋଇଥିଲେ ମଧ୍ୟ ଉକ୍ତ ଘଟଣା ବାରମ୍ବାର ହେବାରୁ ଗତ ୨୦୨୦ ଜୁଲାଇ ୧୬ରେ ବରହମପୁର ଥାନାରେ ଲିଖିତ ଅଭିଯୋଗ ହୋଇଥିଲ। ଉଭୟଙ୍କ ମଧ୍ୟରେ ଥାନାରେ ଆପୋଷ ବୁଝାମଣା ହୋଇଥିଲା। ପରେ ଦୀପ୍ତିଙ୍କ ସହ ଗାଁର ଅନ୍ୟ ଜଣେ ମହିଳାଙ୍କ ସହ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଯାହାକୁ ବିରୋଧ କରିଥିଲେ ସବିତା। ଶୁକ୍ରବାର ଦୀପ୍ତିଙ୍କ ପ୍ରେମିକା ତାଙ୍କ ଘରକୁ ଆସିବା ପରେ ସ୍ତ୍ରୀ ସ୍ବାମୀଙ୍କ ମଧ୍ୟରେ ମାରପିଟ୍‌ ହୋଇଥିଲା। ଏଥିରେ ସବିତା ଗୁରୁତର ହେବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ମାରପିଟ୍‌ ଯୋଗୁ ସବିତାଙ୍କ ମୃତ୍ୟୁ ହୋଇଥିବା ତାଙ୍କ ବାପା ପ୍ରଶାନ୍ତ ମଣ୍ଡଳ ଶନିବାର ବରହମ୍‌ପୁର ଥାନାରେ ସ୍ବାମୀ ଦୀପ୍ତିକିଶୋର ବେହେରା, ଶାଶୁ କମଳା ବେହେରା, ମମତା ସାହୁଙ୍କ ନାମରେ ଲିଖିତ ଅଭିଯୋଗ କରିଛନ୍ତି। ବରହମପୁର ଥାନାରେ ଏକ ହତ୍ୟା ମାମଲା (ନଂ. ୨୯/୨୩) ରୁଜୁ କରାଯାଇ ସ୍ବାମୀ ଦୀପ୍ତି କିଶୋର ବେହେରାଙ୍କୁ ଅଟକ ରଖି ତଦନ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri