ବେସରକାରୀ ସ୍କୁଲ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଧାରଣା

ଭୁବନେଶ୍ୱର,୫।୪(ବ୍ୟୁରୋ): ୪ ଦଫା ଦାବି ନେଇ ରାଜ୍ୟର ବିଭିନ୍ନ ବେସରକାରୀ ସ୍କୁଲର ଶିକ୍ଷୟିତ୍ରୀ ଶିକ୍ଷକ ମଙ୍ଗଳବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବେସରକାରୀ ସ୍କୁଲ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ପେନ୍‌ସନ୍‌ ପ୍ରଦାନ ସହ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରୀ ଏଜୁକେଶନ (ଡି.ଇଏଲ୍‌.ଇଡି.) ଯୋଗ୍ୟତା ଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ସରକାରୀ ଚାକିରି କ୍ଷେତ୍ରରେ ଅଧିକ ଗୁରୁତ୍ୱ ଦେବା, ସରକାରୀ ଏନ୍‌ସି କ୍ଲିୟର ଶିକ୍ଷକଙ୍କୁ ୨୦୧୯ ମେ’ ୨୨ରୁ ନିୟମିତ କରିବା ଏବଂ କ୍ୟାଥୋଲିକ୍‌ ମିଶନ୍‌ ମାଇନୋରିଟି ବୋର୍ଡର ଶିକ୍ଷକଙ୍କୁ ନିୟମିତ କରିବା ଦାବି କରାଯାଇଛି। ଏନ୍‌ଆଇଓଏସ୍‌ ଡିଇଏଲ୍‌ଇଡି ଶିକ୍ଷକ ସଂଘର ରାଷ୍ଟ୍ରୀୟ ଅଧ୍ୟକ୍ଷ ଇଂ. ଦେବାଶିଷ ହୋତାଙ୍କ ନେତୃତ୍ୱରେ ରାଜ୍ୟର ସମସ୍ତ ପଞ୍ଚାୟତରୁ ହଜାର ହଜାର ସଂଖ୍ୟାରେ ଶିକ୍ଷୟିତ୍ରୀ ଶିକ୍ଷକ ଆନ୍ଦୋଳନରେ ସାମିଲ ହୋଇଥିଲେ। ପୂର୍ବରୁ ଏନେଇ ବାରମ୍ବାର ଦାବି ହେଉଥିଲେ ମଧ୍ୟ ରାଜ୍ୟ ସରକାର ଅଣଦେଖା କରିଥିବାରୁ ସଂଘ ଆନ୍ଦୋଳନକୁ ଓହ୍ଲାଇଥିବା ସଂଘର ରାଜ୍ୟ ସଭାନେତ୍ରୀ ଜ୍ୟୋତି ମଞ୍ଜରୀ ସେଠ୍‌ କହିଛନ୍ତି। ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର, ବିବେକାନନ୍ଦ ଶିକ୍ଷାକେନ୍ଦ୍ର, ଗୁରୁକୁଳ ଭଳି ଘରୋଇ ଶିକ୍ଷାକେନ୍ଦ୍ରର ଶିକ୍ଷୟିତ୍ରୀ ଶିକ୍ଷକ ୨ରୁ ୩ ହଜାର ଟଙ୍କା ବେତନରେ ୧୦ରୁ ୧୨ ଘଣ୍ଟା ପରିଶ୍ରମ କରନ୍ତି। ଗୁଜରାଣ ମେଣ୍ଟାଇବା ପାଇଁ ଟ୍ୟୁଶନ କରିଥା’ନ୍ତି। ତେବେ ବାର୍ଦ୍ଧକ୍ୟକାଳରେ ସେମାନେ କାର୍ଯ୍ୟ କରିପାରନ୍ତି ନାହିଁ କି କୌଣସି ପୁଞ୍ଜି ସଞ୍ଚୟ କରିପାରି ନ ଥା’ନ୍ତି। ତେଣୁ ସେମାନଙ୍କ ପାଇଁ ପେନ୍‌ସନ ଲାଗୁ କରିବା ନିହାତି ଆବଶ୍ୟକ ବୋଲି ସଂଘର ରାଷ୍ଟ୍ରୀୟ କୋଷାଧ୍ୟକ୍ଷା କଳ୍ପନା ଧରୁଆ କହିଛନ୍ତି। ଦାବି ପୂରଣ ନ ହେଲେ ଆନ୍ଦୋଳନ ତୀବ୍ରତର ହେବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?