ସ୍କୁଲ ସମ୍ମୁଖରେ ଛାତ୍ରୀଛାତ୍ର, ଅଭିଭାବକଙ୍କ ଧାରଣା

ଲୋଇସିଂହା,୨୫।୧(ଡି.ଏନ.ଏ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ବକଟି ଉଷାଦେବୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବରୁ ପାଠପଢାରେ ବ୍ୟାଘାତ ସୃଷ୍ଟି ହେଉଛି। ଶିକ୍ଷା ବିଭାଗର ଦୃଷ୍ଟି ଆକର୍ଷଣ କଲେ ସୁଦ୍ଧା କୌଣସି ସୁଫଳ ମିଳିନାହିଁ ା ଏହାର ପ୍ରତିବାଦରେ ମଙ୍ଗଳବାର ସ୍କୁଲଗେଟ ଆଗରେ ଛାତ୍ରୀଛାତ୍ର, ଅଭିଭାବକ ଓ ପରିଚାଳନା କମିଟି ସଦସ୍ୟ ଧାରଣା ଦେଇଥିଲେ। ଖବର ପାଇ ଏବିଓ ରଜନୀକାନ୍ତ ପଟେଲ, ଦୁତିଆ ବରିହା, ସିଆରସିସି ବାବୁଲାଲ ସାହୁ ସ୍କୁଲରେ ପହଞ୍ଚଥିଲେ ା ପ୍ରଧାନ ଶିକ୍ଷକ ଦେବରାଜ ବାରିକ, ପରିଚାଳନା କମିଟି ସଭାପତି ସୁଶୀଲ କୁମାର ଭୋଇ ଓ ଅଭିଭାକଙ୍କ ସହ ଆଲୋଚନା କରିଥିଲେ। ଆସନ୍ତା ୨ ଫେବୃୟାରୀ ସୁଦ୍ଧା ଆଉ ଜଣେ ଶିକ୍ଷକ ନିଯୁକ୍ତି ଦେବାକୁ ଅଧିକାରୀ ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ସୂଚନା ଅନୁଯାୟୀ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ପ୍ରଥମରୁ ପଞ୍ଚମ ୧୪୦ ଛାତ୍ରୀଛତ୍ର ଓ ଷଷ୍ଠରୁ ଅଷ୍ଟମ ଯାଏ ୧୦୨ ଛାତ୍ରୀଛାତ୍ର ଅଛନ୍ତି। ବିଦ୍ୟାଳୟରେ ୨୪୨ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେସେହି ତୁଳନାରେ ଶିକ୍ଷକ ଅଭାବ ରହିଛି। ବିଦ୍ୟାଳୟରେ ଜଣେ କ୍ରୀଡା ଶିକ୍ଷକ ସହ ୮ ଜଣ ଶିକ୍ଷକ ଶିକ୍ଷାଦାନ ପାଇଁ ନିୟୋଜିତ ଥିଲେ। ହେଲେ ୨୦୧୯ ମସିହାରୁ ଶିକ୍ଷୟିତ୍ରୀ ସଙ୍ଗୀତା ସାହୁଙ୍କୁ ଖଳିଆପାଲି ସ୍କୁଲକୁ ଡେପୁଟେଶନରେ ପଠାଯାଇଛି। ଏବେ ଜଣେ କ୍ରୀଡା ଶିକ୍ଷକ ସମେତ ୭ ଜଣ ଶିକ୍ଷାଦାନ ପାଇଁ ଅଛନ୍ତି। ୬ ଜଣ ଶିକ୍ଷକରେ ୮ ଟି ଶ୍ରେଣୀ ପିଲାଙ୍କୁ ପଢାଇବା ପାଇଁ ସମସ୍ୟା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri