କାର୍ଯ୍ୟାନୁଷ୍ଠାନ ଦାବିରେ ଅସ୍ଥାୟୀ ବନ କର୍ମଚାରୀଙ୍କ ଧାରଣା

ଦିଗପହଣ୍ଡି,୫।୧୧(ଡି.ଏନ.ଏ.): ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ଜଣେ ଅସ୍ଥାୟୀ ପାରା ବନ କର୍ମଚାରୀ କୃଷ୍ଣଚନ୍ଦ୍ର ଜେନାଙ୍କୁ ଜଣେ ଫରେଷ୍ଟ ଗାର୍ଡଙ୍କ ସ୍ବାମୀ ମୀନକେତନ ଶବର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଶୁକ୍ରବାର ସମସ୍ତ ପାରା ବନ କର୍ମଚାରୀ ରେଞ୍ଜ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ଖବର ପାଇ ଗଞ୍ଜାମ ଜିଲା ବନ ବିଭାଗ ପାରା ସ୍କ୍ବାର୍ଡ ସଂଘର ସମସ୍ତ କାର୍ଯ୍ୟକର୍ତ୍ତା ପହଞ୍ଚି ଆନ୍ଦୋଳନକୁ ସମର୍ଥନ ଜଣାଇଥିଲେ। ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ କରିବା ସହ ସମ୍ପୃକ୍ତ ଫରେଷ୍ଟ ଗାର୍ଡଙ୍କୁ ନିଲମ୍ବିତ କରିବା ପାଇଁ ରେଞ୍ଜର କାହ୍ନୁ ଚରଣ ପଟ୍ଟନାୟକଙ୍କୁ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ବ୍ରହ୍ମପୁର ଜୋନାଲ ଅସ୍ଥାୟୀ ପାରା ବନ କର୍ମଚାରୀ ସ୍କୁଆର୍ଡ ସଂଘର କର୍ମକର୍ତ୍ତା କୃଷ୍ଣଚନ୍ଦ୍ର ପାତ୍ର, ଦେବାଷୀଶ ତ୍ରିପାଠୀ, ସନୋଜ କୁମାର ଶଙ୍ଖୁଆ ଓ ମୁରାରୀ ପ୍ରସାଦ ରଥ ପ୍ରମୁଖ ରେଞ୍ଜରଙ୍କ ସହ ସବିଶେଷ ଆଲୋଚନା କରିଥିଲେ। ରେଞ୍ଜର ଏନେଇ ଦିଗପହଣ୍ଡି ଥାନାରେ ମୀନକେତନଙ୍କ ନଁାରେ ଏତଲା ଦେବା ସହ ସମ୍ପୃକ୍ତ ଫରେଷ୍ଟ ଗାର୍ଡଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ଗୁରୁବାର ସନ୍ଧ୍ୟାରେ ରେଞ୍ଜ କାର୍ଯ୍ୟାଳୟ ପରିସରରେ କିଛି ପାରା ବନ କର୍ମଚାରୀ ପରସ୍ପରଙ୍କ ମଧ୍ୟରେ କଥା ବାର୍ତ୍ତା ହେଉଥିବା ବେଳେ ନୂଆପଡ଼ା ବନବିଭାଗ ସେକ୍ସନ ବୋମକେଇ ବିଟର ଫରେଷ୍ଟ ଗାର୍ଡ ଯମୁନା ଜାନି ସେହି ରାସ୍ତାରେ ଘରକୁ ଫେରୁଥିଲେ। ପାରା ବନ କର୍ମଚାରୀମାନେ ତାଙ୍କୁ କେନ୍ଦ୍ରକରି କଥାବାର୍ତ୍ତା ହେଉଥିବା ସେ ସନ୍ଦେହ କରିଥିଲେ। ପରେ ସେ ଫୋନ କରି ତାଙ୍କ ସ୍ବାମୀ ମୀନକେତନଙ୍କୁ ସମସ୍ତ ଘଟଣା ଜଣାଇଥିଲେ। ମୀନକେତନ ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟରେ ପହଞ୍ଚିବା ପୂର୍ବରୁ ସମସ୍ତ ପାରା ବନ କର୍ମଚରୀ ଚାଲିଯାଇଥିବା ବେଳେ କେବଳ ପାରା ବନ କର୍ମଚାରୀ କୃଷ୍ଣଚନ୍ଦ୍ର ରେଞ୍ଜରଙ୍କ ପ୍ରକୋଷ୍ଠରେ ରେଞ୍ଜରଙ୍କ ସହ କଥା ହେଉଥିଲେ। ଫରେଷ୍ଟ ଗାର୍ଡଙ୍କ ସାମୀ କିଛି ବୁଝି ନ ବିଚାରି ରେଞ୍ଜରଙ୍କ ପ୍ରକୋଷ୍ଠରେ ଧସେଇ ପଶିବା ସହ ରେଞ୍ଜରଙ୍କ ସମ୍ମୁଖରେ ପାରା ବନ କର୍ମଚାରୀ କୃଷ୍ଣଚନ୍ଦ୍ରଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ରେଞ୍ଜର ସମୁଦାୟ ଘଟଣା ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଅମ୍ଳାନ କୁମାର ନାୟକଙ୍କୁ ଅବଗତ କରିବା ପରେ ତାଙ୍କ ସୁପାରିଶ ଅନୁଯାୟୀ ଦିଗପହଣ୍ଡି ଥାନାରେ ରେଞ୍ଜର ଏତଲା ଦେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?