ଗ୍ରାମବାସୀଙ୍କ ଧାରଣା ପରେ ଶିକ୍ଷକ ବଦଳି ସ୍ଥଗିତ

ସରଣ୍ଡା, ୨୪ା୯(ଡି.ଏନ୍‌.ଏ .): ଅତାବିରା ବ୍ଲକ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ ସିଲାଟ ଗ୍ରାମବାସୀଙ୍କ ଧାରଣା ପରେ ଶିକ୍ଷକଙ୍କ ବଦଳିକୁ ବାତିଲ କରାଯାଇଛି। ଏହାପରେ ଗ୍ରାମବାସୀ ଧାରଣାରୁ ଉଠିଛନ୍ତି। ସୂଚନା ଅନୁସାରେ, ସିଲାଟ ୟୁଜିୟୁପି ସ୍କୁଲରେ ୧ମରୁ ୮ମଶ୍ରେଣୀ ପର୍ଯ୍ୟନ୍ତ ୨୯୦ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ ମାତ୍ର ୫ଜଣ ଶିକ୍ଷକ ରହିଛନ୍ତି। ସେଥିମଧ୍ୟରୁ ଜଣେ ଶିକ୍ଷକଙ୍କ ବଦଳି କରାଯାଇଛି। ଏହାର ପ୍ରତିବାଦରେ ଗ୍ରାମର ପୁରୁଷ ମହିଳା ଓ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟମାନେ ଶୁକ୍ରବାର ବିଇଓଙ୍କ କାର୍ଯ୍ୟାଳୟର ଗ୍ରୀଲ୍‌ ବନ୍ଦ କରି ଧାରଣାରେ ବସିଥିଲେ। ଖବର ପାଇ ବିଇଓ ମଛିନ୍ଦ୍ର ମଲ୍ଲିକ, ଏବିଇଓ କାର୍ତ୍ତିକ ବାଗ ଓ ତପନ କୁମାର ଦାଶ ଧାରଣାସ୍ଥଳକୁ ପହଞ୍ଚତ୍ ସେମାନଙ୍କ ସହିତ ଆଲୋଚନା କରିଥିଲେ। ବଦଳି କରାଯାଇଥିବା ଶିକ୍ଷକଙ୍କ ବଦଳି ବାତିଲ କରାଗଲା ଏବଂ ଅତିଶୀଘ୍ର ଜଣେ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ ବୋଲି ବିଇଓ ମଲ୍ଲିକ ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଉଦ୍ଧବ ଷଣ୍ଢ, ଅନୁସୂୟା ନାଥ, ମହିମା ତାଣ୍ତିଆ, ପିଙ୍କି ତାଣ୍ତିଆ, ଦିଗମ୍ବର ମିର୍ଦ୍ଧା, ଟୁନା ବଗର୍ତ୍ତି, ଅଜିତ ପଶାୟତ, ଜୟଦେବ ମାହାର ପ୍ରମୁଖ ଧାରଣା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ ଧକ୍କା; ଆରୋହୀ ଗୁରୁତର

ଆନନ୍ଦପୁର, ୪/୭ (ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ଶାଳବଣି–ବିରିଡିହା ରାସ୍ତାରେ ଶନିବାର ଏକ ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ର ମୁହାଁମୁହିଁ ଧକ୍କା…

ଯିଏ ଜଗୁଥିଲେ ସିଏ ଖାଇଗଲେ: ହରିଣ ମାରି ମାଂସ ରାନ୍ଧି ଖାଉଥିଲେ ଧରାପଡ଼ିଲେ ବନ ଜଗୁଆଳି

ଅନୁଗୋଳ, ୪।୭: ବନ୍ୟପ୍ରାଣୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ବନ ଜଗୁଆଳିମାନେ ହିଁ ହରିଣ ଶିକାର କରି ତାହାର ମାଂସ ରାନ୍ଧି ଖାଉଥିବା ଘଟଣା ସାମ୍ନାକୁ ଆସିଛି। ଅନୁଗୋଳ…

ଅଦିନିଆ ବର୍ଷା ସହ ଘନ କୁହୁଡ଼ି: ଜନଜୀବନ ଅସ୍ତବ୍ୟସ୍ତ

ଥୁଆମୂଳ ରାମପୁର,୪।୭,(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ତିନି ଦିନ ହେଲା ପାଣିପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଲଗାତାର ଲାଗି…

ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି…

୧୧ଦିନ ହେବ ଅନ୍ଧାରରେ ସିର୍ଲା ପଞ୍ଚାୟତ, ପଞ୍ଚାୟତ ବାସୀ ଘେରିଲେ ବିଦ୍ୟୁତ କାର୍ଯ୍ୟାଳୟ

ତୁମୁଡିବନ୍ଧ,୪।୭,(ଦିପକ କୁମାର ପରାସେଠ): ପ୍ରାୟ ୧୧ ଦିନ ହେବ ସିର୍ଲା ପଞ୍ଚାୟତ ଅନ୍ଧାରରେ ରହିଛି। ଏଥିରେ ଅତିଷ୍ଠ ହୋଇ ପଞ୍ଚାୟତ ବାସୀ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରିଛନ୍ତି।ଏହି…

କେସିଙ୍ଗା ଏନ୍‌ଏସି ନିର୍ବାଚନରେ ବିଜେଡିର ବିଜୟକୁ ନେଇ ଗୁପ୍ତ ବୈଠକ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ସହର କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ କିଛି ମାସ ପରେ ନିର୍ବାଚନ ହେବାର ସଙ୍କେତ ମିଳିବା ପରେ ବିଜେଡି ପକ୍ଷରୁ…

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ, ଅଗ୍ନିଶମ ବାହିନୀର ଚାଲିଛି ଖୋଜାଖୋଜି

ଭୁବନେଶ୍ୱର, ୪।୭: ରାଜଧାନୀରେ ବର୍ଷା ଆରମ୍ଭ ହେଉ ହେଉ ଏକ ଅଘଟଣ ଘଟିଛି। ଭୁବନେଶ୍ୱରର ବାଣୀବିହାର ଅଞ୍ଚଳରେ ଥିବା ପ୍ରମୁଖ ଡ୍ରେନ୍‌ରେ ପ୍ରବଳ ସ୍ରୋତରେ ଭାସି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri