ଗ୍ରାମବାସୀଙ୍କ ଧାରଣା ପରେ ଶିକ୍ଷକ ବଦଳି ସ୍ଥଗିତ

ସରଣ୍ଡା, ୨୪ା୯(ଡି.ଏନ୍‌.ଏ .): ଅତାବିରା ବ୍ଲକ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ ସିଲାଟ ଗ୍ରାମବାସୀଙ୍କ ଧାରଣା ପରେ ଶିକ୍ଷକଙ୍କ ବଦଳିକୁ ବାତିଲ କରାଯାଇଛି। ଏହାପରେ ଗ୍ରାମବାସୀ ଧାରଣାରୁ ଉଠିଛନ୍ତି। ସୂଚନା ଅନୁସାରେ, ସିଲାଟ ୟୁଜିୟୁପି ସ୍କୁଲରେ ୧ମରୁ ୮ମଶ୍ରେଣୀ ପର୍ଯ୍ୟନ୍ତ ୨୯୦ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ ମାତ୍ର ୫ଜଣ ଶିକ୍ଷକ ରହିଛନ୍ତି। ସେଥିମଧ୍ୟରୁ ଜଣେ ଶିକ୍ଷକଙ୍କ ବଦଳି କରାଯାଇଛି। ଏହାର ପ୍ରତିବାଦରେ ଗ୍ରାମର ପୁରୁଷ ମହିଳା ଓ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟମାନେ ଶୁକ୍ରବାର ବିଇଓଙ୍କ କାର୍ଯ୍ୟାଳୟର ଗ୍ରୀଲ୍‌ ବନ୍ଦ କରି ଧାରଣାରେ ବସିଥିଲେ। ଖବର ପାଇ ବିଇଓ ମଛିନ୍ଦ୍ର ମଲ୍ଲିକ, ଏବିଇଓ କାର୍ତ୍ତିକ ବାଗ ଓ ତପନ କୁମାର ଦାଶ ଧାରଣାସ୍ଥଳକୁ ପହଞ୍ଚତ୍ ସେମାନଙ୍କ ସହିତ ଆଲୋଚନା କରିଥିଲେ। ବଦଳି କରାଯାଇଥିବା ଶିକ୍ଷକଙ୍କ ବଦଳି ବାତିଲ କରାଗଲା ଏବଂ ଅତିଶୀଘ୍ର ଜଣେ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ ବୋଲି ବିଇଓ ମଲ୍ଲିକ ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଉଦ୍ଧବ ଷଣ୍ଢ, ଅନୁସୂୟା ନାଥ, ମହିମା ତାଣ୍ତିଆ, ପିଙ୍କି ତାଣ୍ତିଆ, ଦିଗମ୍ବର ମିର୍ଦ୍ଧା, ଟୁନା ବଗର୍ତ୍ତି, ଅଜିତ ପଶାୟତ, ଜୟଦେବ ମାହାର ପ୍ରମୁଖ ଧାରଣା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri