Posted inଖେଳ

ପେରେଜ ପୁଣି ପଜିଟିଭ୍‌

ସିଲଭରଷ୍ଟୋନ୍‌, ୮ା୮ (ଏପି)-ସର୍ଗିଓ ପେରେଜଙ୍କର ପୁଣି କରୋନା ଭାଇରସ୍‌ ଟେଷ୍ଟରେ ପଜିଟିଭ୍‌ ଆସିଛି। ଫଳରେ ରବିବାର ସିଲ୍‌ଭରଷ୍ଟୋନ୍‌ରେ ହେବାକୁଥିବା ଦ୍ୱିତୀୟ ଫର୍ମୁଲା ଓ୍ବାନ ରେସ୍‌ରେ ସେ ଭାଗ ନେଇ ପାରିବେ ନାହିଁ। ମେକ୍ସିକୋର ଏହି ଡ୍ରାଇଭର ୭ ଦିନ କ୍ୱାରାଣ୍ଟାଇନ୍‌ରେ ରହିବା ପରେ ରେସ୍‌କୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଆଶା କରିଥିଲେ। ମାତ୍ର ଶୁକ୍ରବାର ସକାଳେ ତାଙ୍କର ହୋଇଥିବା କୋଭିଡ୍‌ ଡେଷ୍ଟରେ ପଜିଟିଭ ଆସିଥିବା ତାଙ୍କ ଟିମ୍‌ ରେସିଂ ପଏଣ୍ଟ ତରଫରୁ ସୂଚନା ଦିଆଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ରହିଛି। ସେ କ୍ରମେ ଆରୋଗ୍ୟ ଲାଭ କରୁଥିବା ତାଙ୍କ ଟିମ୍‌ କହିଛି। ଫଳ ସ୍ବରୂପ ରବିବାର ହେବାକୁଥିବା ଫର୍ମୁଲା ଓ୍ବାନ୍‌ର ୭୦ତମ ବାର୍ଷିକୀ ରେସ୍‌ରେ ଜର୍ମାନର ଭେଟେରାନ ନିକୋ ହକେନବର୍ଗ ପେରେଜଙ୍କ ସ୍ଥାନରେ ପ୍ରତିଯୋଗିତାରେ ଭାଗ ନେବେ। ହକେନବର୍ଗ ଗତ ସପ୍ତାହରେ ଏହି ଭେନ୍ୟୁରେ ଅନୁଷ୍ଠିତ ବ୍ରିଟିଶ ଗ୍ରାଁ ପ୍ରିରେ ମଧ୍ୟ ପେରେଜଙ୍କ ସ୍ଥାନରେ ଭାଗ ନେଇଥିଲେ। କିନ୍ତୁ ତାଙ୍କ ଇଞ୍ଜିନ୍‌ରେ ସମସ୍ୟା ଦେଖା ଦେବାରୁ ସେ ରେସ୍‌ ଆରମ୍ଭ କରି ପାରି ନ ଥିଲେ। ମହାମାରୀ ଯୋଗୁ ଚଳିତ ବର୍ଷ ଫର୍ମୁଲା ଓ୍ବାନ ସିଜନ ଆରମ୍ଭରେ ବିଳମ୍ବ ଘଟିଛି। ସିଲ୍‌ଭରଷ୍ଟାନ୍‌ରେ ଲଗାତର ଦୁଇ ସପ୍ତାହରେ ଦୁଇଟି ରେସ୍‌ର ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ଇତିହାସ ରଚିଲେ ଅଭିଷେକ ଶର୍ମା; ଦ୍ରୁତତମ ଶତକର ରେକର୍ଡ ସ୍ଥାପନ କଲେ

ନୂଆଦିଲ୍ଲୀ,୧୭।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଅଭିଷେକ ଶର୍ମା ମାତ୍ର ୩୦ଟି ବଲରେ ଶତକ ହାସଲ କରିଛନ୍ତି। ଏହି ସଫଳତା ସହିତ ସେ ଭାରତ…

ଜୟ ଶାହାଙ୍କ ଟିମ୍‌ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…

ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍‌ କାଉନସିଲ୍‌ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କରିଛି…

ପଦକ ଜିତିବାର ଉତ୍ସାହଜନକ ଖବରଠାରୁ ପ୍ରଧାନମନ୍ତ୍ରୀଙ୍କ ଫୋନ କଲ ପର୍ଯ୍ୟନ୍ତ… ମୋଦି ସାଜିଥିଲେ ଖେଳାଳିମାନଙ୍କର ସବୁଠାରୁ ବଡ଼ ‘Cheerleader’

ନୂଆଦିଲ୍ଲୀ,୧୭।୯: ୧୯୫୦ ମସିହା ସେପ୍ଟେମ୍ବର ୧୭ରେ ଜନ୍ମିତ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ନିଜର ୭୬ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କର ବ୍ୟକ୍ତିଗତ ସମ୍ପର୍କ…

ପାକିସ୍ତାନ କ୍ରିକେଟରେ ହଇଚଇ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହମ୍ମଦ ରିଜୱାନ

ଇସଲାମାବାଦ,୧୭।୯: ସମ୍ପ୍ରତି ଶେଷ ହୋଇଥିବା ପାକିସ୍ତାନ-ଇଂଲଣ୍ଡ ଟେଷ୍ଟ ସିରିଜ ବିବାଦ ଘେରରେ ରହିଥିଲା। ଦ୍ୱିତୀୟ ଟେଷ୍ଟ ମ୍ୟାଚ ପରେ, ମହମ୍ମଦ ରିଜୱାନ, ଇମାମ-ଉଲ-ହକ ଏବଂ ସଲମାନ ଆଘାଙ୍କ…

ଅବସର ନେଇ ଚକିତ କରାଇଲେ ଏହି ୩୮ ବର୍ଷୀୟ ଖେଳାଳି, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୭।୯: ଅଷ୍ଟ୍ରେଲିଆର ଅଭିଜ୍ଞ ୱିକେଟ୍‌କିପର-ବ୍ୟାଟର ମାଥ୍ୟୁ ୱେଡ୍ ବିଗ୍‌ ବାଶ୍‌ ଲିଗ୍‌ (BBL)ରୁ ଅବସର ଘୋଷଣା କରିଛନ୍ତି । ଏହା ପୂର୍ବରୁ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?