Posted inଖେଳ

ପେରେଜଙ୍କୁ ଦ୍ୱିତୀୟ ଫର୍ମୁଲା ଓ୍ବାନ ଟାଇଟଲ

ବାକୁ, ୭ା୬: ରେଡ୍‌ ବୁଲ୍‌ର ସର୍ଗିଓ ପେରେଜ ଆଜରବୈଜାନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍‌ ଜିତିଛନ୍ତି। ଆଷ୍ଟନ ମାର୍ଟିନର ସେବାଷ୍ଟିଆନ ଭେଟେଲ ଓ ଆଲ୍‌ଫା ତାଉରିର ପିଏରେ ଗ୍ୟାସ୍‌ଲି ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ହୋଇଛନ୍ତି। ରେଡ୍‌ ବୁଲ୍‌ ସହ ପେରେଜଙ୍କର ଏହା ପ୍ରଥମ ସିଜନ ହୋଇଥିବାବେଳେ କ୍ୟାରିୟରର ଦ୍ୱିତୀୟ ବିଜୟ।
ଅନ୍ୟପକ୍ଷରେ ଚାମ୍ପିୟଶିପ୍‌ ଟେବୁଲ୍‌ରେ ପୁଣି ପ୍ରଥମ ସ୍ଥାନ ଅଧିକାର କରିବା ଲାଗି ମର୍ସିଡିଜ୍‌ର ଲୁଇସ୍‌ ହାମିଲଟନ ଯେଉଁ ଆଶା ରଖିଥିଲେ, ସେଥିରେ ବିଫଳ ହୋଇଥିଲେ। ପ୍ରଥମ ଟର୍ନରେ ସେ ପେରେଜଙ୍କଠାରୁ ଆଗରେ ରହିଥିଲେ। ମାତ୍ର ଟାୟାରରେ ସମସ୍ୟା ଦେଖାଦେବାରୁ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ସେ ୧୫ତମ ସ୍ଥାନରେ ରହିଥିଲେ। ଫଳରେ ଚାମ୍ପିୟନଶିପ୍‌ ଟେବୁଲରେ ରେଡ୍‌ ବୁଲ୍‌ର ମ୍ୟାକ୍ସ ଭର୍ଷ୍ଟାପେନ୍‌ ଏହି ମର୍ସିଡିଜ ଡ୍ରାଇଭରଙ୍କଠାରୁୁ ୪ ପଏଣ୍ଟ ବ୍ୟବଧାନରେ ଶୀର୍ଷରେ ରହିଛନ୍ତି। ଭର୍ଷ୍ଟାପେନ୍‌ ଦୁର୍ଘଟଣାର ସମ୍ମୁଖୀନ ହେବା ପରେ ରେସ୍‌ ଶେଷ କରିପାରି ନ ଥିଲେ। ରବିବାର ରେସ୍‌ ଶେଷ କରିପାରି ନ ଥିବା ଅନ୍ୟ ଡ୍ରାଇଭରମାନେ ହେଲେ ଜର୍ଜ ରସେଲ (ଓ୍ବିଲିୟମ୍ସ), ଲାନ୍ସ ଷ୍ଟ୍ରୋଲ୍‌ (ଆଷ୍ଟନ ମାର୍ଟିନ) ଓ ଏଷ୍ଟିବାନ ଓକନ (ଆଲ୍‌ପାଇନ୍‌) ରେସ୍‌ରେ ଚତୁର୍ଥରୁ ୧୦ମ ସ୍ଥାନ ଅଧିକାର କରିଥିବା ଡ୍ରାଇଭରମାନେ ହେଲେ ଚାଲର୍‌ସ ଲେକରେକ୍‌ (ଫେରାରି), ଲାଣ୍ଡୋ ନୋରିସ (ମ୍ୟାକଲରେନ୍‌), ଫର୍ନାଣ୍ଡୋ ଆଲେଁାସୋ (ଆଲ୍‌ପାଇନ୍‌), ୟୁକି ଟିସୁନୋଡା (ଆଲ୍‌ଫା ତାଉରି), କାର୍ଲୋସ ସେଞ୍ଜ୍‌ ଜୁନିୟର (ଫେରାରି), ଡାନିଏଲ ରିକାର୍ଡୋ (ମ୍ୟାକଲରେନ) ଓ କିମି ରାଇକୋନେନ (ଆଲ୍‌ଫା ରୋମିଓ)। ହାମିଲଟନଙ୍କ ମର୍ସିଡିଜ ଟିମ୍‌ମେଟ୍‌ ଭାଲ୍‌ଟେରୀ ବୋଟାସ ଦ୍ୱାଦଶ ସ୍ଥାନରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri