Posted inଖେଳ

ପଦାର୍ପଣରେ କମାଲ କଲେ

ରାଞ୍ଚି,୨୦।୧୧: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଚମତ୍କାର ପ୍ରଦର୍ଶନ କରିଥିବା ହର୍ଶଲ ପଟେଲ ଅନ୍ତର୍ଜାତୀୟ ଟି୨୦ ପଦାର୍ପଣ କରି ପୂର୍ବତନ ଦ୍ରୁତ ବୋଲର ଅଜିତ ଅଗରକରଙ୍କଠାରୁ ଭାରତୀୟ କ୍ୟାପ୍‌ ଗ୍ରହଣ କରିଥିଲେ। କ୍ରମାଗତ ଦ୍ୱିତୀୟଥର ପାଇଁ ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଥିଲେ ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା। ତେବେ ନ୍ୟୁଜିଲାଣ୍ଡର ଦୁଇ ଓପନର ମାର୍ଟିନ ଗୁପ୍‌ଟିଲ ଓ ଡାରିଲ ମିଚେଲ ଦ୍ରୁତ ହାରରେ ରନ ସଂଗ୍ରହ କରିବାରୁ ନ୍ୟୁଜିଲାଣ୍ଡ ପାଓ୍ବାର ପ୍ଲେ ୬ ଓଭରରେ ୧ ଉଇକେଟ ହରାଇ ୬୪ ରନ ସଂଗ୍ରହ କରି ନେଇଥିଲା। ତେଣୁ ଦଳ ଏଠାରେ ଏକ ବଡ଼ ସ୍କୋର କରିବ ବୋଲି ଆଶା କରାଯାଉଥିଲା। ମାତ୍ର ମିଡ୍‌ଲ ଅର୍ଡର ଓ ଡେଥ୍‌ ଓଭରଗୁଡ଼ିକରେ ଭାରତୀୟ ବୋଲରମାନେ ଚମତ୍କାର ବୋଲିଂ କରିବାରୁ ଦଳୀୟ ସ୍କୋର ୧୫୩/୬ରେ ସୀମିତ ରହି ଯାଇଥିଲା। ଦଳ ପକ୍ଷରୁ ଗ୍ଲେନ୍‌ ଫିଲିପ୍ସ ସର୍ବାଧିକ ୩୪, ଗୁପ୍‌ଟିଲ ଓ ଡାରିଲ ମିଚେଲ ୩୧ ରନ ଲେଖାଏ କରିଥିବା ବେଳେ ମାର୍କ ଚାପ୍‌ମ୍ୟାନ ୨୧ ରନ କରିଥିଲେ। ଗୁପ୍‌ଟିଲ ୧୫ ବଲ୍‌ରୁ ୩ ଚୌକା ଓ ୨ ଛକା ସହାୟତାରେ ୩୧ ରନ କରିବା ଅବସରରେ ଟି୨୦ ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ସ୍କୋରର ହୋଇ ଯାଇଥିଲେ। ଏ କ୍ଷେତ୍ରରେ ସେ ଭାରତର ବିରାଟ କୋହଲିଙ୍କୁ ଅତିକ୍ରମ କରିଛନ୍ତି। ନିକଟରେ ଟି୨୦ ଅଧିନାୟକ ପଦରୁ ଓହରି ଯାଇଥିବା ବିରାଟ ୩୨୨୭ ରନ କରିଥିବାବେଳେ ଗୁପ୍‌ଟିଲଙ୍କ ସ୍କୋର ୩୨୪୮ରେ ପହଞ୍ଚତ୍ଛି। ଭାରତ ପକ୍ଷରୁ ହର୍ଶଲ ପଟେଲ ନିଜ ପ୍ରଥମ ମ୍ୟାଚରେ ୨୫ ରନ ବିନିମୟରେ ସର୍ବାଧିକ ୨ଟି ଉଇକେଟ ନେଇଥିଲେ। ଭୁବନେଶ୍ୱର କୁମାର, ଦୀପକ ଚହର, ଅକ୍ଷର ପଟେଲ ଓ ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଗୋଟିଏ ଲେଖାଏ ଉଇକେଟ ମିଳିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri