Posted inଖେଳ

ଇଂଲଣ୍ଡ ବ୍ୟାଟ୍ସମ୍ୟାନଙ୍କୁ ଚେତାବନୀ

ଲଣ୍ଡନ,୧୪।୭: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ଫୁଲ ଫର୍ମକୁ ଫେରିଛନ୍ତି ବରିଷ୍ଠ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ସରେ ବିପକ୍ଷ ଇଂଲିଶ କାଉଣ୍ଟି ମ୍ୟାଚ୍‌ରେ ସମରସେଟ୍‌ ପାଇଁ ଖେଳିଥିବା ଅଶ୍ୱିନ ଦ୍ୱିତୀୟ ଇନିଂସରେ ମାତ୍ର ୨୭ ରନ୍‌ ଦେଇ ୬ ଉଇକେଟ ହାତେଇଛନ୍ତି। ତାଙ୍କ ଚମତ୍କାର ବୋଲିଂ ଯୋଗୁ ମାତ୍ର ୬୯ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି ସମରସେଟ। ଆସନ୍ତା ୫ ତାରିଖରୁ ଡରହାମଠାରେ ଆରମ୍ଭ ହେବାକୁ ଥିବା ସିରିଜ୍‌ ପୂର୍ବରୁ ଏଭଳି ପ୍ରଦର୍ଶନ ଜରିଆରେ ପ୍ରତିପକ୍ଷ ଇଂଲଣ୍ଡ ବ୍ୟାଟ୍ସମ୍ୟାନଙ୍କୁ ସିଧାସଳଖ ଚେତାବନୀ ଦେଇଛନ୍ତି ଅଶ୍ୱିନ।

ଉନ୍ନତମାନର ମ୍ୟାଚ୍‌ ପ୍ରାକ୍ଟିସ ପାଇଁ ସରେ ଦଳ ସହ ଯୋଡ଼ି ହୋଇଥିବା ଅଶ୍ୱିନ ଉଭୟ ଇନିଂସରେ ମୋଟ ୫୮ ଓଭର ବୋଲିଂ କରିଥିଲେ। ଦ୍ୱିତୀୟ ଇନିଂସରେ ୬ ଉଇକେଟ ସଫଳତାକୁ ମିଶାଇ ମ୍ୟାଚ୍‌ରେ ମୋଟ ୭ ଉଇକେଟ ହାତେଇଥିଲେ ଭେଟେରାନ ଅଫ୍‌ ସ୍ପିନର। ତାଙ୍କ ଯୋଗୁ ସମରସେଟ୍‌ ବିପକ୍ଷ ମ୍ୟାଚ୍‌ରେ ସରେ ପାଖରେ ଏବେ ଜିତିବାର ସୁଯୋଗ ରହିଛି। ପ୍ରଥମ ଇନିଂସରେ ସମରସେଟ୍‌ ୪୨୯ ରନ୍‌ କରିଥିବାବେଳେ ସରେ ୨୪୦ ରନ୍‌ରେ ସୀମିତ ରହିଥିଲା। ଦ୍ୱିତୀୟ ଇନିଂସରେ ସମରସେଟ ୬୯ ରନ୍‌ରେ ଅଲଆଉଟ୍‌ ହେବାରୁ ସରେକୁ ଜିତିବା ପାଇଁ ୨୫୮ ରନ୍‌ ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri