ଭାଇଚାରା ମଧ୍ୟରେ ପୂଜା ପାଳନ କର

ଢେଙ୍କାନାଳ ଅଫିସ,୨।୧୦: ଆସନ୍ତା ୯ ରୁ ୧୯ ତାରିଖ ପର୍ଯ୍ୟନ୍ତ ଢେଙ୍କାନାଳାର ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବ ପାଳନ କରାଯିବ। ଏହି ଉପଲକ୍ଷେ ଶନିବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନର ଏକ ମିଳିତ ବୈଠକ ବସିଥିଲା। ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜା ଉତ୍ସବକୁ ଶାନ୍ତିଶୃଙ୍ଖଳା ଓ ଭାଇଚାରା ମଧ୍ୟରେ ଅଧିକ ସରସ ସୁନ୍ଦର କରି ପାଳନ କରିବା ପାଇଁ ଜିଲାପାଳ ଜନସାଧାରଣଙ୍କ ସମେତ ସମସ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଶିଶୁ, ବୃଦ୍ଧ ଓ ହୃଦ୍‌ରୋଗୀମାନଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଭସାଣି ଉତ୍ସବରେ ଡିଜେ ସାଉଣ୍ଡ ବ୍ୟବହାର ନ କରି ପାରମ୍ପରିକ ବାଦ୍ୟଯନ୍ତ୍ର ବ୍ୟବହାର କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ତୋରଣ ନିର୍ମାଣ ସମୟରେ ଯେପରି କୌଣସି ଅଘଟଣ ନ ଘଟେ ସେଥିପ୍ରତି ଦୃଷ୍ଟି ଦେବା ସହ ବିଦ୍ୟୁତ୍‌ ସଂଯୋଗ ପ୍ରତି ବିଶେଷ ସତର୍କତା ଅବଲମ୍ବନ କରିବାକୁ ସମସ୍ତ ପୂଜା ପ୍ରତିଷ୍ଠାନର କର୍ମକର୍ତ୍ତାଙ୍କୁ ପରାମର୍ଶ ଦେଇଥିଲେ। ଡଙ୍ଗା ଦ୍ୱାରା ବ୍ରାହ୍ମଣୀ ନଦୀ ପାର ହୋଇ ପୂଜା ଦେଖିବାକୁ ଆସୁଥିବା ଯାତ୍ରୀମାନେ ସତର୍କ ରହିବା ପାଇଁ ପରାମର୍ଶ ଦେବା ସହ ଡଙ୍ଗାରେ ଯେପରି ଧାର୍ଯ୍ୟ କ୍ଷମତାଠାରୁ ଅଧିକ ଲୋକ ନ ଆସନ୍ତି ସେଥିପ୍ରତି ସମ୍ପୃକ୍ତ ବ୍ଲକର ବିଡିଓ ଓ ସ୍ଥାନୀୟ ଅଧିକାରୀମାନେ ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦେଇଥିଲେ। ପାର୍ବଣ ସମୟରେ ଅଧିକ ସମୟ ପାନୀୟଜଳ ଯୋଗାଇ ଦେବାକୁ ବୈଠକରେ ଗୁରୁତ୍ୱ ପ୍ରଦାନ କରାଯାଇଥିଲା। ଚଳିତବର୍ଷ ପୂଜା ଉତ୍ସବରେ ପ୍ରବଳ ଜନ ସମାଗମକୁ ଦୃଷ୍ଟିରେ ରଖି ଟ୍ରାଫିକ ନିୟନ୍ତ୍ରଣ ସହିତ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଉଛି ବୋଲି ଏସ୍‌ପି ଲୋଗାନୟାଗୀ ଦିବ୍ୟା ଭି ପ୍ରକାଶ କରିଥିଲେ। ଅଧିକ ଜନ ସମାଗମ ହେବାକୁ ଥିବାରୁ ପୌରପାଳିକା ପକ୍ଷରୁ ସହରର ବିଭିନ୍ନ ପ୍ରାନ୍ତରେ ଯାନବାହାନ ନିମନ୍ତେ ପାର୍କିଂ ବ୍ୟବସ୍ଥା କରାଯାଉଛି ବୋଲି ପୌର ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ ପ୍ରକାଶ କରିଥିଲେ। ଅତିରିକ୍ତ ଜିଲାପାଳ(ସାଧାରଣ) ରମେଶ ଚନ୍ଦ୍ର ସେଠୀ ଧନ୍ୟବାଦ ପ୍ରଦାନ କରିଥିଲେ। ବୈଠକରେ ଅତିରିକ୍ତ ଜିଲାପାଳ(ରାଜସ୍ବ) ଉଦୟ କୁମାର ମହାପାତ୍ର, ଜିଲା ବନଖଣ୍ଡ ଅଧିକାରୀ ଡ. ପ୍ରକାଶଚାନ୍ଦ ଗୋଗିନେନି, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତନ୍ମୟ କୁମାର ଦରୱନ, ଢେଙ୍କାନାଳ ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, କାମାକ୍ଷାନଗର ଉପଜିଲାପାଳ ଜ୍ୟୋତି ଶଙ୍କର ସାହୁ, ହିନ୍ଦୋଳ ଉପଜିଲାପାଳ ଶିବାନନ୍ଦ ସ୍ବାଇଁଙ୍କ ସମେତ ସମସ୍ତ ବିଡିଓ, ତହସିଲଦାର ଓ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ଏବଂ ପୋଲିସ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri