Posted inଖେଳ

ପ୍ରଦର୍ଶନରେ ଉନ୍ନତି ହୋଇଛି: ବିଲିଙ୍ଗ୍ସ

ନୂଆଦିଲ୍ଲୀ,୩।୪(ପି.ଟି.): ଆସନ୍ତା ୯ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଆଇପିଏଲ୍‌ରେ ଇଂଲଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ସାମ ବିଲିଙ୍ଗ୍ସ ଅଲଗା କିଛି କରିଦେଖାଇବାକୁ ଉତ୍ସାହିତ ଅଛନ୍ତି। ନିଜର ପ୍ରଦର୍ଶନରେ ଉନ୍ନତି ହୋଇଛି ବୋଲି ସେ କହିଛନ୍ତି। ଦିଲ୍ଲୀ କ୍ୟାପିଟାଲ୍ସ ତରଫରୁ ସେ ଏଥର ଅଂଶଗ୍ରହଣ କରିବେ। ପୂର୍ବରୁ ୨୦୧୬ ଓ ୨୦୧୭ରେ ବିଲିଙ୍ଗ୍ସ ଦିଲ୍ଲୀ ଫ୍ରାଞ୍ଚାଇଜ ତରଫରୁ ଆଇପିଏଲ୍‌ ଖେଳିଥିଲେ। ଏଥର ବେସ୍‌ ପ୍ରାଇସ୍‌ ୨ କୋଟି ଟଙ୍କାରେ ତାଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସ କ୍ରୟ କରିଛି।
ଶେଷଥର ପାଇଁ ଦିଲ୍ଲୀ ତରଫରୁ ଖେଳିବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଦେଖିବାକୁ ଗଲେ ମୋର ପ୍ରଦର୍ଶନରେ ଉନ୍ନତି ହୋଇଛି ବୋଲି ସେ କହିଛନ୍ତି। ଏଥର ଦଳ ପାଇଁ ଭଲ ପ୍ରଦର୍ଶନ କରିବାକୁ ପ୍ରୟାସ କରିବେ ବୋଲି ସେ କହିଛନ୍ତି। ଆଇପିଏଲ୍‌କୁ ପ୍ରତ୍ୟାବର୍ତ୍ତନ କରିବା ସବୁଠାରୁ ବଡ଼ କଥା। ଦିଲ୍ଲୀ ଦଳରେ ଏକାଧିକ ବିଶ୍ୱସ୍ତରୀୟ ଖେଳାଳି ରହିଛନ୍ତି ଓ ଏଠି ଉପସ୍ଥିତ ରହି ବେଶ୍‌ ଉତ୍ସାହିତ ଅଛି ବୋଲି ସେ କହିଛନ୍ତି। ୨୯ ବର୍ଷୀୟ ବିଲିଙ୍ଗ୍ସ ଏ ପର୍ଯ୍ୟନ୍ତ ୧୮୭ ଟି୨୦ ମ୍ୟାଚ୍‌ ଖେଳିଛନ୍ତି ଓ ୩୫୨୭ ରନ ସଂଗ୍ରହ କରିବା ସହ ୧୦୭ଟି କ୍ୟାଚ ନେଇଛନ୍ତି ଓ ୧୭ଟି ଷ୍ଟମ୍ପିଂ କରିଛନ୍ତି। ଆଇପିଏଲ୍‌କୁ ଭଲ ପାଏ। ଏହି ଲିଗ୍‌ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଇଭେଣ୍ଟ ରୂପେ ସାରା ବିଶ୍ୱରେ ଲୋକପ୍ରିୟତା ହାସଲ କରିଛି। ଦିଲ୍ଲୀ ପାଇଁ ଖେଳିବାକୁ ବ୍ୟଗ୍ର ଅଛି ବୋଲି ସେ କହିଛନ୍ତି। ଇଞ୍ଜୁରି କାରଣରୁ ନିୟମିତ ଅଧିନାୟକ ଶ୍ରେୟାସ ଆୟାର ବାଦ୍‌ ପଡିବା ପରେ ରିଷଭ ପନ୍ତ ଏଥର ଦିଲ୍ଲୀର ନେତୃତ୍ୱ ନେବେ। ବର୍ତ୍ତମାନ ପନ୍ତ ହେଉଛନ୍ତି ଶ୍ରେଷ୍ଠ ଯୁବ କ୍ରିକେଟର ଓ ତାଙ୍କ ସହ ଖେଳିବାକୁ ଉତ୍ସାହିତ ଅଛି ବୋଲି ବିଲିଙ୍ଗ୍ସ କହିଛନ୍ତି। ଏପ୍ରିଲ ୧୦ ତାରିଖରୁ ଦିଲ୍ଲୀ ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରୁ ଅଭିଯାନ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?