Posted inଜାତୀୟ

ବୋଧହୁଏ ଭୁଲ ସମୟରେ ଜନ୍ମ ହୋଇଛି ଇଭିଏମ୍‌: କାହିଁକି ଏମିତି କହିଲେ ମୁଖ୍ୟ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୭।୬: ଇଭିଏମ ଅର୍ଥାତ୍‌ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ ପ୍ରତ୍ୟେକ ନିର୍ବାଚନରେ ବହୁ ଚର୍ଚ୍ଚିତ ହୋଇଥାଏ। ପ୍ରାୟତଃ ବିରୋଧୀ ଦଳର ନେତାମାନେ ଏହାର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇଥାନ୍ତି। ଏଥି ସହିତ ନିର୍ବାଚନ ଆୟୋଗଙ୍କୁ ବାରମ୍ବାର ସ୍ପଷ୍ଟୀକରଣ ଦେବାକୁ ପଡେ। ଏବେ ଲୋକ ସଭା ନିର୍ବାଚନର ଫଳାଫଳ ଆସିଛି। ଏହା ସହିତ ଆଚରଣ ସଂହିତା ମଧ୍ୟ ହଟାଇ ଦିଆଯାଇଛି। ଏହି ସମୟରେ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ହସି ହସି ଇଭିଏମ ଉପରେ ହୋଇଥିବାପ୍ରଶ୍ନରେ ଏମିତି କିଛି କହିଥିଲେ, ଯାହାର ଭିଡିଓ ଭାଇରାଲ ହେଉଛି।

ରାଜୀବ କୁମାର ଥଟ୍ଟା କରି କହିଛନ୍ତି, ବର୍ତ୍ତମାନ ଇଭିଏମକୁ କିଛି ଦିନ ବିଶ୍ରାମ ଦିଅନ୍ତୁ। ତାକୁ ଆଗାମୀ ନିର୍ବାଚନ ପର୍ଯ୍ୟନ୍ତ ବିଶ୍ରାମ ଦିଅନ୍ତୁ। ତା’ପରେ ସେ ବାହାରକୁ ଆସିବ। ବ୍ୟାଟେରୀ ବଦଳିବ, କାଗଜ ବଦଳିବ। ତା’ପରେ ପୁଣି ସେ ଗାଳି ଖାଇବ ଏବଂ ଫଳାଫଳ ସ୍ପଷ୍ଟ ଭାବରେ କହିବ। ବୋଧହୁଏ ସେ ଭୁଲ ସମୟରେ ଜନ୍ମ ହୋଇଥିଲା।
ସେ ଆହୁରି କହିଛନ୍ତି, ଗତ ୨୦-୨୨ ବର୍ଷ ଧରି ଇଭିଏମ ସଠିକ ଫଳାଫଳ ଦେଖାଉଛି। ଏହା ଅତ୍ୟନ୍ତ ବିଶ୍ୱାସଯୋଗ୍ୟ ଏବଂ ସବୁ କ୍ଷେତ୍ରରେ ନିରପେକ୍ଷ କାର୍ଯ୍ୟ କରିଛି।
ଏହାପୂର୍ବରୁ ରାଜୀବ କୁମାର ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ) ସହ ଜଡିତ ସମସ୍ତ ପ୍ରଶ୍ନ ଏବଂ ଦାବିକୁ ପ୍ରତ୍ୟାଖ୍ୟାନ କରି କହିଛନ୍ତି, ଭୋଟିଂ ମେଶିନ ୧୦୦ ପ୍ରତିଶତ ସୁରକ୍ଷିତ। ଦେଶର ଅଦାଲତ ୪୦ଥର ଇଭିଏମ ସମ୍ବନ୍ଧୀୟ ଚ୍ୟାଲେଞ୍ଜକୁ ପ୍ରତ୍ୟାଖ୍ୟାନ କରିଛନ୍ତି ଏବଂ ବର୍ତ୍ତମାନ କୋର୍ଟ ମଧ୍ୟ ଜରିମାନା ଆଦାୟ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?