Posted inଜାତୀୟ

ସ୍ଥାୟୀ କମିଶନ ପ୍ରକ୍ରିୟା ଭେଦଭାବପୂର୍ଣ୍ଣ: ରିଭ୍ୟୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୫।୩: ଭାରତୀୟ ସେନାରେ ସ୍ଥାୟୀ କମିଶନ ପ୍ରକ୍ରିୟାରେ ପାତରଅନ୍ତର କରାଯାଉଥିବା ନେଇ ସୁପ୍ରିମ୍‌କୋର୍ଟ ଗୁରୁବାର ଗୁରତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏହା ଭେଦଭାବପୂର୍ଣ୍ଣ ବୋଲି କୋର୍ଟ କହିଛନ୍ତି। ମହିଳାଙ୍କୁ ସ୍ଥାୟୀ କମିଶନ ପ୍ରଦାନ ପ୍ରସଙ୍ଗର ରିଭ୍ୟୁ କରିବା ସହିତ ୨ ମାସ ମଧ୍ୟରେ ଯୋଗ୍ୟ ମହିଳା କର୍ମଚାରୀଙ୍କୁ ସ୍ଥାୟୀ କମିଶନ ଦେବାକୁ କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ମହିଳାଙ୍କୁ ସମାନ ଅଧିକାର ପାଇଁ ଏଭଳି କରାଯିବା ଉପରେ ସର୍ବୋଚ୍ଚ ନ୍ୟାୟାଳୟ ଗୁରୁତ୍ୱାରୋପ କରିଛନ୍ତି। ସେହିପରି ସେନାର ଏସିଆର୍‌ ଅର୍ଥାତ୍‌ ସର୍ଭିସ୍‌ ଗୋପନୀୟ ରେକର୍ଡ ମେଣ୍ଟେନ୍‌ କରିବା ପ୍ରକ୍ରିୟା ଅଧିକ ସ୍ବଚ୍ଛ ଏବଂ ପାରଦର୍ଶୀ ହେବା ଆବଶ୍ୟକ ବୋଲି ବିଚାରପତି ଡି.ଓ୍ବାଇ.ଚନ୍ଦ୍ରଚୂଡ଼ଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ପ୍ରକାଶ କରିଛନ୍ତି। ସମାଜରେ ପୁରୁଷଙ୍କ ଦ୍ୱାରା ବିଭିନ୍ନ ନିୟମ ପୁରୁଷଙ୍କ ପାଇଁ ପ୍ରଣୟନ କରାଯାଇଛି। ଏଥିରେ ପରିବର୍ତ୍ତନ ନ ଆସିଲେ ମହିଳାଙ୍କୁ ସମାନ ଅଧିକାର ମିଳି ପାରିବ ନାହିଁ ବୋଲି ଖଣ୍ଡପୀଠ କହିଛନ୍ତି। ୨୦୨୦ରେ ନିର୍ଦ୍ଦେଶ ପରେ ମଧ୍ୟ ଫିଟ୍‌ନେସ୍‌ ଏବଂ ଅନ୍ୟ ଯୋଗ୍ୟତା ମାନଦଣ୍ଡ ପୂରଣ କରୁଥିଲେ ମଧ୍ୟ ମହିଳା ଅଧିକାରୀଙ୍କୁ ସ୍ଥାୟୀ କମିଶନ ଦିଆ ନ ଯିବା ଭୁଲ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?