Posted inଜାତୀୟ

ମହିଳାଙ୍କୁ ଏନ୍‌ଡିଏ-ନାଭାଲ ଏକାଡେମୀରେ ସ୍ଥାୟୀ କମିଶନ…

ନୂଆଦିଲ୍ଲୀ,୮।୯: ଏନ୍‌ଡିଏ ଏବଂ ନାଭାଲ ଏକାଡେମୀରେ ମହିଳାମାନଙ୍କୁ ଏବେ ସ୍ଥାୟୀ କମିଶନ ମିଳି ପାରିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ସୂଚନା ପ୍ରଦାନ କରାଯାଇଛି। ଏସମ୍ପର୍କରେ ବିସ୍ତୃତ ବିବରଣୀ ଦେବା ଲାଗି ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ସରକାରଙ୍କୁ ୨ ସପ୍ତାହ ସମୟ ପ୍ରଦାନ କରିଛନ୍ତି। ଏହା ପରେ ସମଗ୍ର ପ୍ରକ୍ରିୟା ସ୍ପଷ୍ଟ ହେବ। ନ୍ୟାଶନାଲ ଡିଫେନ୍ସ ଏକାଡେମୀ (ଏନଡିଏ) ଏବଂ ନାଭାଲ ଏକାଡେମୀରେ ମହିଳା କ୍ୟାଡେଟଙ୍କ ପ୍ରବେଶ ପାଇଁ ସରକାର ନୀତି ଏବଂ ପଦ୍ଧତି ସ୍ଥିର କରୁଛନ୍ତି।

ମହିଳା କ୍ୟାଡେଟ୍‌ ମାନେ ଏହି ଉଭୟ ସଂସ୍ଥାରେ ପ୍ରଶିକ୍ଷଣ ପାଇବେ। ଏହାପରେ ସେମାନଙ୍କ ସ୍ଥାୟୀ କମିଶନ ପ୍ରଦାନ କରାଯିବ। କିନ୍ତୁ କେଉଁ ପ୍ରକ୍ରିୟା ଅଧୀନରେ ଏହାକୁ ଚୂଡ଼ାନ୍ତ ରୂପ ଦିଆଯିବ ଖୁବ୍‌ ଶୀଘ୍ର ତାହ। ନିର୍ଣ୍ଣୟ କରାଯିବ।

ବିଚାରପତି ସଞ୍ଜୟ କିଶନ କୋଲ ଏବଂ ଏମ୍‌.ଏମ୍‌. ସୁନ୍ଦ୍ରେଶଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ବୁଧବାର ସୁପ୍ରିମକୋର୍ଟରେ ଏ ସମ୍ପର୍କରେ ଶୁଣାଣି କରିଛନ୍ତି। ଏହି ମାମଲାର ଶୁଣାଣି ସମୟରେ ଏଏସଜି ଐଶ୍ଚର୍ଯ୍ୟା ଭାଟିଙ୍କୁ ଶୀର୍ଷ କୋର୍ଟ ଭାରତୀୟ ସେନାରେ ଲିଙ୍ଗଗତ ଅସମାନତା ଦୂର ହୋଇଥିବା ନେଇ ଶୁଭେଚ୍ଛା ଜଣାଇଛନ୍ତି।

ସୂଚନାଯୋଗ୍ୟ, ଗତ ମାସରେ ମହିଳା ଅଧିକାରୀମାନେ ସେନାରେ ସ୍ଥାୟୀ କମିଶନ ପାଇବାରେ ବିଳମ୍ବ ସମ୍ପର୍କରେ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଥିଲେ। ସେନାରେ ସ୍ଥାୟୀ ଆୟୋଗ ପାଇବାକୁ ଯୋଗ୍ୟ ବିବେଚିତ ହୋଇଥିବା ୭୨ ଜଣ ମହିଳା ଅଧିକାରୀ ଏହି ନୋଟିସକୁ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ପଠାଇଥିଲେ।

ଏହି ମାମଲାର ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୨୨ରେ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri