କଟକଣା କୋହଳ ହେବାରୁ ଲୋକେ ଏନଜୟ କଲେଣି

ଭୁବନେଶ୍ୱର,୭।୭(ବ୍ୟୁରୋ): ଭ୍ୟାକ୍ସିନ ନେଇଥିବା ବ୍ୟକ୍ତିଙ୍କ ଇନ୍‌ଫେକ୍ସନ ରେଟ ୦.୧୩ ପ୍ରତିଶତ ରହିଥିବା ବେଳେ ଏ ନେଇ ମଲ୍ଟିପୁଲ ଷ୍ଟଡି କରାଯାଉଛି । ଏହାସହ ଗର୍ଭବତୀ ମହିଳାଙ୍କ ଟିକାକରଣ ପାଇଁ ନିର୍ଦ୍ଦିଷ୍ଟ ଏସ୍‌ଓପି ଅଛି । ଛୁଆଙ୍କ ଉପରେ ଏହାର ପ୍ରଭାବ ପଡ଼ିପାରେ। ତେଣୁ ଧିରେ ଧିରେ ଏସ୍‌ଓପି ଆଧାରରେ ଯିବୁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି ।
ଏଥିସହ ସେ କହିଛନ୍ତି, ରାଜ୍ୟରେ ଆଜି ସଂକ୍ରମଣ କମିଛି, ଖୁବଶୀଘ୍ର ନିୟନ୍ତ୍ରଣକୁ ଆସିବ। ହେଲେ କିଛି ଲୋକ ବିଭିନ୍ନ ସ୍ଥାନରେ ଅଯଥା ଭିଡ଼ କରୁଛନ୍ତି। ଏଥିଯୋଗୁ ସଂକ୍ରମଣ ବଢିବ। ଜୀବନ ଜୀବିକା ପାଇଁ ଯେତିକି ଆବଶ୍ୟକ ସେତିକି ବାହାରକୁ ଯିବା ଉଚିତ। ଭିଡ଼ ଯୋଗୁ ୫ରୁ ୬ ଦିନ ଭିତରେ ଅନେକ ଦୋକାନ, ହାଟ ବନ୍ଦ କରାଯାଇଛି।
ଲୋକଙ୍କ ଜୀବିକାକୁ ପ୍ରାଧାନ୍ୟ ଦେଇ ଗାଇଡ୍‌ଲାଇନ କୋହଳ କରାଯିବାରୁ କିଛି ଜାଗାରେ ଲୋକ ରିସର୍ଟକୁ ଯିବା ଆରମ୍ଭ କଲେଣି। ସମରକୁ ଏନଜୟ କଲେଣି। କିଛି ଲୋକ କଟକଣାକୁ ଠିକ ଭାବେ ପାଳନ କରୁଛନ୍ତି। ହେଲେ ଯେଉଁମାନେ ଏହାକୁ ମାନୁ ନାହାନ୍ତି, ସେମାନଙ୍କୁ ବିନମ୍ର ଅନୁରୋଧ ଦୟାକରି ଯେତିକି ଦରକାର ବାହାରକୁ ଯାଆନ୍ତୁ। ଭଡ଼ ଜମାନ୍ତୁ ନାହିଁ ବୋଲି କହିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ।

ସେପ୍ଟେମ୍ବର, ଅକ୍ଟୋବର ବେଳକୁ ଥାର୍ଡ ୱେଭ ଆସିପାରେ ବୋଲି ବିଶେଷଜ୍ଞ ଆକଳନ କରିଛନ୍ତି। ହେଲେ ଗାଇଡଲାଇନକୁ ପାଳନ ନ କଲେ ଏହା ଆହୁରି ବଢ଼ିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri